ଭୁବନେଶ୍ବର ୧୫।୫: ଆସନ୍ତା ୨୪ ଘଣ୍ଟାରେ ବର୍ଷା । ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । କାଳବୈଶାଖୀ ପ୍ରଭାବରେ ୫୦ ରୁ ୬୦ କିଲୋମିମିଟର ଯାଏଁ ପବନ ମଧ୍ୟ ବହିବ । ଏନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା । ସେହିପରି ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଦା, ନୟାଗଡା, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ସମ୍ବଲପୁର ଓ ମୟୂରଭଞ୍ଜ ଜିଲ୍ଲା । ଏ ସମସ୍ତ ଜିଲ୍ଲାରେ କାଳବୈଶାଖୀ ଜନିତ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ଯାଏଁ ରହିବ ।

Also Read:- ରାଜ୍ୟରେ ଯଥେଷ୍ଟ ତେଲ ଅଛି, ସଫିସେଣ୍ଟ ତେଲ ସମସ୍ତଙ୍କୁ ମିଳିବ ; IOCLର ୩ ଅପିଲ୍

ସେହିପରି ଆସନ୍ତାକାଲି ୨୧ ଜିଲ୍ଲାରେ କାଳବୈଶାଖୀ ପ୍ରକୋପ ରହିବ । ବିଶେଷ ପ୍ରଭାବିତ ହୋଇପାରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର , ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲ୍ଲା । ତେବେ କାଳବୈଶାଖୀ ପ୍ରକୋପ ଆସନ୍ତା ୨୦ ତାରିଖ ଯାଏଁ ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେପଟେ ଗତ ୨୪ ଘଣ୍ଟାରେ ବଲାଙ୍ଗୀର ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୪୦.୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଦକ୍ଷିଣ ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ରହିଛି । ଏହା ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବ । ଏଥିସହ କାଳବୈଶାଖୀ ସ୍ଥିତି ଉପୁଜିପାରେ ।