ଗୁରୁବାର ରାଶିଫଳ: ଆୟ ପରିମାଣ ବୃଦ୍ଧି ପାଇବ, ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ

Published By : Prameya-News7 Bureau | January 05, 2022 IST

ମେଷ– ଶ୍ରୀ ଚନ୍ଦ୍ରଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ପାଇବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟ ଯୁକ୍ତ ହୋଇପାରନ୍ତି । ଧନ-ସମ୍ପଦ ଭରପୂର ରହିବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ– ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଚଞ୍ଚଳସ୍ୱଭାବର ହେବେ ।ଏକାନ୍ତପ୍ରିୟଏବଂନେତ୍ର ପୀଡା ଭୋଗ କରିପାରନ୍ତି । ମିଷ୍ଟଭାଷୀ ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଗୃହିଣୀ- ସୁଖୀ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ - ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ରୋଜଗାର ଆଶାନୁରୂପ ହେବ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୫ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ– ଯାତ୍ରା ସ୍ଥଗିତ ରଖିବାକୁ ପଡିବ । ସୁଖ-ସମ୍ମାନ ଲାଭ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ ଲାଇଟ୍‌ ନୀଳ, ଧଳା ।ଶୁଭ ଅଙ୍କ ୯ ।
• ଗୃହିଣୀ- ଧାର୍ମିକ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ସିଂହ – ସହାୟତା ମିଳିବ । ସହଜ-ସୁଲଭ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେସମୟ ଅତିବାହିତକରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା –ଆର୍ଥିକ ସ୍ଥିତିରେ ଢେର ଉନ୍ନତି ଘଟିବ, ମାତ୍ରସୁଖମିଳିବ । କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଥଣ୍ଡା, ସର୍ଦ୍ଦି, କଫଜନିତ ପୀଡାଭୋଗ କରିବାର ସମ୍ଭାବନା ଅଛି । ଶୁଭ ରଙ୍ଗ ଲାଇଟ୍‌ ପିଙ୍କ୍‌ । ଶୁଭ ଅଙ୍କ ୧ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ଛାତ୍ରଛାତ୍ରୀ- ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା– ନିଜର ଅଧିକାର ପ୍ରତିସଚେତନ ହେବାକୁ ପଡିବ । ଆମୋଦ-ପ୍ରମୋଦରେ ନିଜକୁ ହଜାଇ ଦେଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା– ଗୃହକାର୍ଯ୍ୟରେ ଆନନ୍ଦ ଅନୁଭବ କରିବେ । ମନରେ ଅହଂଭାବଜାତ ହୋଇପାରେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ଧନୁ – ମାଙ୍ଗଳିକ କାର୍ଯ୍ୟ ପାଇଁ ସମୟ ଦେଇ ପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ହଳଦୀଆ,କଳା । ଶୁଭ ଅଙ୍କ ୩ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର– ଚାକିରିକ୍ଷେତ୍ରରେ ଖୁସି ମନାଇ ପାରନ୍ତି । ବାଦ-ବିବାଦର ଅବସାନ ଘଟିବ । ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଶ୍ରେୟମଣି ପାରନ୍ତି । ବ୍ୟକ୍ତିତ୍ୱ ପ୍ରକାଶିତହେବ । ଶୁଭ ରଙ୍ଗ ଗାଢା ଲାଇଟ ୍‌ବାଇଗଣି,ଧଳା । ଶୁଭ ଅଙ୍କ ୬ ।
• ଗୃହିଣୀ- ସୁଖୀ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ - ପାରିବାରିକ ଶାନ୍ତି ଅବ୍ୟାହତ ରହିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । ମଧୁରଭାଷା ବ୍ୟବହାର କରି ଅନ୍ୟ ଠାରୁ କାର୍ଯ୍ୟହାସଲ କରିବେ । ଭ୍ରାତୃ ସ୍ନେହୀ ହେବେ । ଶୁଭରଙ୍ଗଧଳା । ଶୁଭଅଙ୍କ ୨ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମୀନ - ଦେବ ଦର୍ଶନ କରିଶାନ୍ତ ଲାଭ କରିପାରନ୍ତି । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାରବିଦ୍ୟାପ୍ରେମୀ ହେବେ । ଶୁଭରଙ୍ଗ ଆକାଶୀ । ଶୁଭ ଅଙ୍କ ୯ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.