ରାଶିଫଳ: କେଉଁ ରାଶି ପାଇଁ କେମିତି ରହିବ ଗୁରୁବାରର ଦିନ ଜାଣନ୍ତୁ…

Published By : Prameya-News7 Bureau | December 09, 2020 IST

ମେଷ – ଗୁରୁବାର ଦିନ ଯାତ୍ରାରେ ବନ୍ଧୁଙ୍କ ସହାନୁଭୂତି ସହ ଲକ୍ଷ୍ୟ ହାସଲ କରିବେ । ସହକର୍ମୀଙ୍କ ପରାମର୍ଶ ସାଙ୍ଗକୁ ଯେକୌଣସି ପ୍ରତିଯୋଗିତାରେ ମଧ୍ୟ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସୁଖୀ ହେବେ ।

ବୃଷ – ଗୁରୁବାର ଅନୁଷ୍ଠାନିକ କାର୍ଯ୍ୟ କିମ୍ବା କର୍ମକ୍ଷେତ୍ରରେ ଅହେତୁକ ସମସ୍ୟା ସୃଷ୍ଟି ହେବ । ସକାଳୁ ସକାଳୁ ଅର୍ଥ ସମ୍ବନ୍ଧିତ ଶୁଭ ଖବର ପାଇ ଆନନ୍ଦିତ ହେବେ । ଅପରାହ୍ନରେ କଠିନ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ – ଆଶାନୁଯାୟୀ ଅର୍ଥ ପ୍ରାପ୍ତି ସହ ଜମି କ୍ରୟ, ଚୁକ୍ତିପତ୍ର କ୍ଷେତ୍ରରେ ବ୍ୟୟ କରିବାର ସୂଚନା ରହିଛି । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।   

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ଆଜି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିବିଶେଷଙ୍କ ମାଧ୍ୟମରେ ଆଦର ଓ ସମ୍ମାନ ପ୍ରାପ୍ତି ହେବ । ପାରିବାରିକ,ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ଅନ୍ୟମାନଙ୍କ ସମସ୍ୟା ଭିତରେ ନିଜକୁ ସାମିଲ୍ କରିବାକୁ ବାଧ୍ୟ ହୋଇପାରନ୍ତି । ମାନସିକ ଅସନ୍ତୁଳନରୁ ବ୍ୟସ୍ତତା ବୃଦ୍ଧି ପାଇବ । ନିଜ ପରିସରରେ କୌଣସି ଉଚ୍ଚବର୍ଗର ବ୍ୟକ୍ତିଙ୍କ ଦ୍ୱାରା କାମ ହାସଲ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଆଜି ଆତ୍ମୀୟମାନଙ୍କ ଗହଣରେ ଦିନଟି ସୁନ୍ଦର ଭାବରେ ଅତିବାହିତ ହେବ । ପକେଟ୍ ଖାଲି ରହିବନି । ମଜାମଉଜକୁ ମନ ବଳିବ । ମନକୁ ସୁହାଇଲା ଭଳି କଥା କହି ଅନ୍ୟକୁ ଆପଣାର କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ତୁଳା – ମନରେ ବିଭିନ୍ନ କଳ୍ପନା ଉଙ୍କିମାରି ଭାବପ୍ରବଣତାରେ ଭାସି ବୁଲିବେ । ଅଭାବ ନ ଥିଲେ ହେଁ ହାତ ଖାଲି ରହିବା ଫଳରେ ମନ ଭଲ ରହିବନି । ଇଚ୍ଛା ବିରୋଧରେ କାମ କରି ଅନୁତପ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ରଙ୍ଗ ୧ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ୨ ବର୍ଷ ପାଠପଢାରେ ସମସ୍ୟା ରହିବ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା – ଈର୍ଷା କରୁଥିବା ଲୋକଙ୍କ ପରୋକ୍ଷ ଟୁପ୍‌ଟାପ୍ କଥା ମନରେ ଅସ୍ଥିରତା କାମରୁ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବାର ଆଶା ରହିଛି । ସମୟେ ସମୟେ ଆପଣଙ୍କ ବିରକ୍ତିସୂଚକ କଠୋର ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ଆଜି ଘରେ ଯେମିତି ବାହାରେ ମଧ୍ୟ ସେମିତି ଆଦରସମ୍ମାନ ମଧ୍ୟରେ ମନ ଖୁସି ହୋଇଯିବ । ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମହାସଲ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ  – କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି ।  ପୈତୃକ ସମ୍ପତ୍ତିକୁ ନେଇ କଳହ ସୃଷ୍ଟି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ଆଜି ଅବୁଝା ସନ୍ତାନ, ଅନାଦର ଆମନ୍ତ୍ରଣ, ଅଯଥା ତର୍କଜନିତ ବ୍ୟସ୍ତତା ବୃଦ୍ଧି ପାଇବ । ଆର୍ଥିକ ଉନ୍ନତି, ପ୍ଲଟିଂ କାରବାର, ଅଗ୍ନି,  ବିଦ୍ୟୁତ୍ ସମ୍ପର୍କିତ ବ୍ୟବସାୟ କ୍ଷେତ୍ରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପରକୁ ଆପଣାର କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.