ସେପ୍ଟେମ୍ବର ୨୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 24, 2022 IST

ମେଷ:~ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାର୍ଯ୍ୟସାଧନ କରିବାପାଇଁ ଚେଷ୍ଟିତ ହେବେ। ଶୁଭ ସଂସ୍ଥାନରୁ ତଥା ସହଯୋଗ ମନୋଭାବରୁ ସମସ୍ତଙ୍କର ଆଦରଣୀୟ ହେବେ। ନିଜ ଇଚ୍ଛା ଅନୁସାରେ ଫଳ ପାଇବେ ଆୟ ଆଶାନୁରୂପ ହେବ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୨

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ସୁଖୀ ହେବେ।

ବୃଷ:~ କର୍ମକ୍ଷେତ୍ରରେ ସହକର୍ମୀମାନେ ଆପଣଙ୍କ ପରାମର୍ଶଲୋଡିପାରନ୍ତି। ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେସଫଳତା ଆଶା ରହିଛି। ଦେଶଦର୍ଶନର ସୁଯୋଗ ମିଳିବ। କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୪

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

ମିଥୁନ:~ ସାମାଜିକ ସ୍ତରରେ ତଥା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଅଫିସ୍ କାମରେ ଆପଣଙ୍କର ସହକର୍ମୀମାନେ ସହ-ଯୋଗର ହାତ ବଢାଇପାରନ୍ତି। ଘାତଚନ୍ଦ୍ର ଥାଇବି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହୋଇପାରେ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୯

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ।

କର୍ମଜୀବି- ସହଯୋଗ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

କର୍କଟ:~ ବିଶିଷ୍ଟବ୍ୟକ୍ତି ଙ୍କ ସଙ୍ଗ ଲାଭର ସୁଯୋଗ ପାଇବେ। ପାରିବାରିକ ଦୃଷ୍ଟି କୋଣରୁ ଦିନଟି ମନ୍ଦ ନ ହେଲେ ମଧ୍ୟ ନିଜଲୋକ ଜଣେ ସମସ୍ୟା ସୃଷ୍ଟି କରିପାରନ୍ତି। କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ। ପରିବାରରେ ସନ୍ତାନ ହେତୁକ ପୀଡା ଅନୁଭବ କରିବେ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୮ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।

ସିଂହ:~ ଦକ୍ଷତାଜନିତ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବାରସୁଯୋଗ ଜୁଟିପାରେ। କୌଣସି ପ୍ରମାଣ ନ ଥାଇ ପଡୋଶୀଙ୍କଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ। ଧନପ୍ରାପ୍ତ ହେବାର ସୂଚନା ମିଳୁଛି। ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୨

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ।

କନ୍ୟା:~ ସଂଯୋଗରୁ ଆଜି ଯେତିକି ପାଇବେ ତାହାର ଦୁଇଗୁଣ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ରାଜନୀତି ତଥା ସାଙ୍ଗଠନିକକାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନୂତନ ଯୋଜନାଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। ମନରେ ଗର୍ବଭାବ ଉଦ୍ରେକହୋଇପାରେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୪

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।

ତୁଳା:~ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ମନକୁବେଶି ବିବ୍ରତ କରିବ। କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୭

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇଯାଇପାରେ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ।

ବିଛା:~ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ପରକଥାରେ ପଡି ନିଜଲୋକଙ୍କୁ ଭୁଲ୍ ବୁଝିବେ। ସାହାର୍ଯ୍ୟ କରିବାକୁ କଥା ଦେଇଥିବାବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ । ସୁଖୀ ହେବ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୩

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ।

ଧନୁ:~ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିବଶତଃ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହୋଇପାରନ୍ତି। ଭୁଲ୍ ବୁଝାମଣାରୁ ସୁସମ୍ପର୍କ କ୍ଷୁଣ୍ଣହେବା କାରଣରୁ ଆତ୍ମୀୟସ୍ୱଜନଙ୍କ ପାଇଁ ଚିନ୍ତା ବଢିପାରେ ।ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିପାରନ୍ତି। ସମ୍ମାନିତହେବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୯

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।

ମକର:~ ଆପଣଙ୍କୁ ଆରୋଗ୍ୟଲାଭ, ପାରିବାରିକ ଶାନ୍ତି ଏବଂବ୍ୟବସାୟିକ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପନେଇ ସମସ୍ୟାକୁ ସୁଧାରି ନେବେ। ଆଶାବାଦି ହୋଇପାରନ୍ତି। ଭାଗ୍ୟଶାଳୀ ହେବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୧

ଗୃହିଣୀ- ସୁଖ ଅନୁଭବ କରିବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

କର୍ମଜୀବି- ପ୍ରମୋସନ୍ ମିଳିବ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ:~ ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।

କୁମ୍ଭ:~ କର୍ମଜଞ୍ଜାଳ ବୃଦ୍ଧି ଜନିତ ଆପଣ ଘର କଥା ବୁଝିବାପାଇଁ ସମୟ ପାଇବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୫

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ଅର୍ଥ ଲାଭ ହେବ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ।

ମୀନ:~ ବିବାଦୀୟ ଘଟଣାକୁ ଦୂରେଇ ରହିବା ପ୍ରାୟତଃ ଭଲ ହେବ।କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁପଡିପାରେ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୭

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ବ୍ୟବସାୟୀ- ବିଜୟୀ ହେବେ।

କର୍ମଜୀବି- ଜଳଯାତ୍ରା ମନା।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.