ନଭେମ୍ବର ୦୫ ତାରିଖ, ଶନିବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 05, 2022 IST

ମେଷ:~ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ।ସଭାସମିତି ରେ ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍‌ଭାବ ପାଇବେ। ଆଜି ବନ୍ଧୁକିମ୍ବା ଆତ୍ମୀୟଙ୍କ ସାହାର୍ଯ୍ୟରୁ ଅର୍ଥ ପାଇବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେକରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଆଜି ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍ ହେବ ନାହିଁ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୬

ଚାଷୀ- ଶ୍ରମ ସାର୍ଥକ ହେବ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ:~ ବନ୍ଧୁମାନଙ୍କ ସହ-ଯୋଗ ରେ ଅଟକି ରହିଯାଇଥିବା ଅଫିସ କାର୍ଯ୍ୟ ତ୍ୱରାନ୍ୱିତ ହେବ।ସ୍ଥିର କରିଥିବା ଯାତ୍ରା ପ୍ରୀତିପ୍ରଦ ରହିବ। କିନ୍ତୁ ବୁଝାମଣା ଅଭାବରୁ ଅତି ଭଲ ସମ୍ପର୍କଥିବା ବନ୍ଧୁଙ୍କ ସହ ଭୁଲ୍ ବୁଝାମଣା ଘଟିପାରେ। ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡିପାରେ। ସଭାସମିତିରେ ସମ୍ମାନନିୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~୩ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ।

ମିଥୁନ:~ ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇ ସମାଲୋଚିତ ହେବେ । ଜମିଜମାକାରବାର, ନୂତନ ଘର ତିଆରି, ଯାନବାହନ ମରାମତି, ଦୋକାନ ର ଉନ୍ନତୀକରଣ ଓ ସଭାସମିତିରୁ ଉପକୃତ ହେବେ। ବନ୍ଧୁ ଗହଣରେ ବେଶି ସମୟ କଟିଲେ ମଧ୍ୟ ଘରର ଅଶାନ୍ତି ମନକୁ ଭାରାକ୍ରାନ୍ତ କରି ରଖିବ। ସମ୍ପର୍କୀୟ ବ୍ୟକ୍ତିମାନଙ୍କ ସକାଶେ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲିତ ରହିବ। ଶିଳ୍ପ,ବାଣିଜ୍ୟ , ବ୍ୟବସାୟ ଓ ପରିବହନ ପାଇଁ କୌଣସି ସମସ୍ୟା ରହିବ ନାହିଁ।

ଶୁଭ ରଙ୍ଗ ମେରୁନ୍, ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବେ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ।

ଗୃହିଣୀ- ଧାର୍ମିକ ହେବେ।

କର୍କଟ:~ ଆନୁଷ୍ଠାନିକ କାମରେ ଟେନସନ୍ ଲାଗି ରହିବ। ବିଗତ ଦିନରେ ଘଟିଯାଉଥିବାଘଟଣାରେ ମୋଡ ବଦଳି ଯାଇପାରେ। ସାମଗ୍ରିକ ଦୃଷ୍ଟି କୋଣରୁ ଆଜି ଦିନଟି ଭଲରେଅତିବାହିତ ହେବ। ଆପଣଙ୍କ କାର୍ଯ୍ୟଦକ୍ଷତାର ପ୍ରଶଂସା କରି ବନ୍ଧୁମାନେ ସାହାର୍ଯ୍ୟ କରିବାକୁଆଗେଇ ଆସିବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ସହଜ ଓ ସୁବିଧାରେ ନୁହେଁ ।

ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୭

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ସୁଖୀ ହେବେ।

ସିଂହ:~ କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ। ଦିନ ମଧ୍ୟରେ ଘର କିମ୍ବାଜମିଜମା, ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବାକୁ ମନବଳାଇବେ। କଚେରି ମାମଲା, ଜମିଜମା ସମ୍ପର୍କିତ ବିବାଦୀୟ ଘଟଣାରେ ବିଜୟୀ ହେବେ।ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ହେତୁ ମନ ଭଲ ରହିବ ନାହିଁ। ପରିବହନ,ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୨

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

କନ୍ୟା:~ ଗୃହସୀମା କୁ କେନ୍ଦ୍ର କରି ଭାଇ କିମ୍ବା ପଡୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତିସୃଷ୍ଟି ହେବ। ସାମାଜିକ ସ୍ତରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା ଠିକ୍ ହେବନି ।ପ୍ରତ୍ୟେକ କାମ ସମସ୍ୟା ବିଜଡିତ ସାଙ୍ଗକୁ ବିଳମ୍ବରେ ହେଉଥିବାରୁ ବ୍ୟସ୍ତତା ବଢିଯିବ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭଅଙ୍କ:~ ୫

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ।

ତୁଳା:~ ସାଧାରଣ କଥାରେ ସ୍ତ୍ରୀ ଙ୍କ ସହ ମନୋମାଳିନ୍ୟ ଘଟିପାରେ। ଦୃଢ ମନୋବଳ ନେଇଆଗକୁ ମାଡି ଚାଲିବେ। ବନ୍ଧୁଙ୍କ ଦୁଃଖିତ ମନକୁ ସାନ୍ତ୍ୱନା ଦେବାକୁ ଯିବା ପରିବାରରେଦ୍ୱନ୍ଦ୍ୱ ଲାଗିଯାଇପାରେ। ଦୀର୍ଘ ଦିନରୁ ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣିଯୋଡି ହୋଇଯିବ। ପ୍ରଶାସନ ଓ ଆଇନ ଅଦାଲତରେ ବ୍ୟସ୍ତ ରହିବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୩

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ।

କର୍ମଜୀବି- ପ୍ରଶଂସିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖ ଅନୁଭବ କରିବେ।

ବିଛା:~ ଶ୍ରମ ସାର୍ଥକ ହେବ ଆପଣଙ୍କ କାର୍ଯ୍ୟକଳାପ ରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନାକରିପାରନ୍ତି। କିଛି କହିବା ଅପେକ୍ଷା ଆଜି ଦିନଟିରେ ପରିସ୍ଥିତିକୁ ଦେଖିନୀରବଦ୍ରଷ୍ଟା ସାଜି ପାରନ୍ତି। ହସ୍ତା ନକ୍ଷତ୍ର ସକାଶେ ଆଜି ବନ୍ଧୁମାନଙ୍କ ସହ-ଯୋଗ ଆଶା ନିରର୍ଥକ ହେବ ନାହିଁ। ସ୍ୱାସ୍ଥ୍ୟ ଓ କାର୍ଯ୍ୟହାନି ଘଟିବା କାରଣରୁ ଟେନ୍ସନ ବୃଦ୍ଧି ପାଇବ।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୧

ଚାଷୀ- ଜଳ ସଞ୍ଚୟ କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

ଧନୁ:~ କଚେରି ମାମଲା ମନ୍ଥର ହେବା କାରଣ ରୁ ଉଦ୍‌ବେଗ ବୃଦ୍ଧି ପାଇବ। କର୍ମକ୍ଷେତ୍ରର ଚାପବୃଦ୍ଧି ପାଇବା କାରଣରୁ ବ୍ୟତିକ୍ରମ ମଧ୍ୟରେ ସମୟ ଅତିବାହିତ ହେବ। ବକେୟା ଅର୍ଥ ଆଦାୟକରିବାରେ ସକ୍ଷମ ହେବେ। ବନ୍ଧୁଙ୍କ ପରାମର୍ଶାନୁଯାୟୀ ବିବାଦୀୟ ଘଟଣାରୁ ଦୂରେଇ ରହିବା ଭଲ ହେବ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୪

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ଧାର୍ମିକ ହେବେ।

ମକର:~ ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ, ମାତ୍ର ନିଜର ପୁରାତନ ରୋଗର ପୀଡାବୃଦ୍ଧି ପାଇବ। ଉଚ୍ଚ ପଦାଧିକାରୀଙ୍କ ସହାନୁଭୂତିରୁ ପଡିରହିଥିବା କାମଟିରେ ଅଗ୍ରଗତିରସୂଚନା ପାଇବେ। ପାରିବାରିକ କଳହ କିମ୍ବା ପୂର୍ବ ଶତ୍ରୁତାକୁ ନେଇ ମନ ଭଲ ରହିବ ନାହିଁ।ଦିନତମାମ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇଲେ ମଧ୍ୟ ଉପଭୋଗ୍ୟ ହୋଇ ନପାରେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~୮

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ:~କର୍ମକ୍ଷେତ୍ର ରେ ଅବହେଳା ଯୋଗୁ କାମଟି ବିଗିଡି ଯାଇପାରେ। ପୁତ୍ର କନ୍ୟା ଙ୍କହେତୁକ ସମସ୍ୟା ଲାଗି ରହିବ, ଯାହାକି ଦୁଶ୍ଚିନ୍ତା ସୃଷ୍ଟି କରିପାରେ। ପଡୋଶୀଙ୍କ ଠାରୁକୌଣସି ଖବର ପାଇ ବିସ୍ମିତ ହେବେ। ବନ୍ଧୁମାନଙ୍କୁ ସୁପରାମର୍ଶ, ଶିକ୍ଷା, ପରୀକ୍ଷା ତଥାଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । କିନ୍ତୁ ପାରିବାରିକ ସମସ୍ୟାର ସମାଧାନ କରିବା କଷ୍ଟକର ହୋଇପଡିବ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୨

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ।

ମୀନ:~ ପାରିବାରିକ କ୍ଷେତ୍ର ରେ ପାରିପାଶ୍ୱିର୍କ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ।ସ୍ୱାସ୍ଥୟବସ୍ଥାରେ ଉନ୍ନତି ଘଟିବା ସାଙ୍ଗକୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ନିକଟସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।ପାରିବାରିକ କ୍ଷେତ୍ରରେ ଭୁଲ୍ବୁଝାମଣା ସୃଷ୍ଟି ହେବାର ଆଶଙ୍କାକୁ ମଧ୍ୟ ଏଡାଇ ହେବ ନାହିଁ ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୬

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.