ନଭେମ୍ବର ୧୫ ତାରିଖ, ସୋମବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 15, 2021 IST

ମେଷ – ବନ୍ଧୁଙ୍କ ଉପରେ ସନ୍ଦେହ ଉପୁଜି ପାରେ । ସେବା ମନୋଭାବର ହୋଇପାରନ୍ତି । ପୂଜା ପଦ୍ଧତିରେ ନିଜକୁ ନିୟୋଜିତ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଜନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍‌୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ସଫଳତାର ନିକଟବର୍ତ୍ତୀ ହୋଇପାରନ୍ତି । ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ ହେବ । ବ୍ୟବସାୟ ଲାଭଜନକ ହେବାର ଆଶଙ୍କା ରହିଛି । ସେବା କ୍ଷେତ୍ରରେ ଆଡକୁ ମନ ବଳାଇବେ । ଆଜି ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଦୂରଯାତ୍ରା ଓ ବଦଖର୍ଚ୍ଚୀ ହେବ । ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ଚାକିରୀରେ ସୁନାମ ଅର୍ଜନ ସହ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ସମ୍ମାନିତ ହେବେ । ବନ୍ଧୁ ଓ ପତ୍ନୀ ସହାୟତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

କର୍କଟ – କାର୍ଯ୍ୟରେ ଢେର ଉନ୍ନତି ଘଟିବ । କେତେକ ଘଟଣାରେ ଭାଗ ନ ନେଇ ନିରବ ଦ୍ରଷ୍ଟା ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶତ୍ରୁ ବଳବାନ୍ ଥାଇ ମଧ୍ୟ ଆକ୍ରମଣରୁ ଅପସରି ଯିବେ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୯ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ – ଋଣଗ୍ରସ୍ତ ହୋଇପାରନ୍ତି । କେତେକ କ୍ଷେତ୍ରରେ ବାଦାନୁବାଦ ଉପୁଜି ପାରେ । ଉଦାର ପ୍ରକୃତି ଓ ବିବାଦରେ ବିଜୟୀ ହେବେ । ସୁସ୍ଥ ଓ ନିରାମୟ ରହିବେ । ବ୍ୟବସାୟ ଲାଭଜନକ ହେବ । ସରକାରୀ ସ୍ତରରୁ ସମ୍ମାନ ମିଳିବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କନ୍ୟା – ଭ୍ରାତୃ ବିବାଦର ଅନ୍ତଃ ଘଟିବ । ମନୋବଳ ଦୃଢ ରହିବ । ମଧୁର ଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଗୃହ ପରିବେଶ ପ୍ରଦୂଷଣମୁକ୍ତ ହେବ । ଆପଣା ଲୋକ ଆପଣଙ୍କୁ ଭୁଲ ବୁଝୁଥିବା ବେଳେ ବାହାର ଲୋକେ ସମ୍ମାନ ଦେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା – ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ କରିବେ । କାର୍ଯ୍ୟ ହାସଲ କରିବାକୁ ହେଲେ ତରବର ନ ହୋଇ ଅପେକ୍ଷା କରିବାକୁ ପଡିବ । ଭାଗ୍ୟଶାଳୀ ହୋଇପାରନ୍ତି । ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି । ସାଧୁ ସେବାରୁ ଆର୍ଶୀବାଦ ପ୍ରାପ୍ତ ହେବ । ଶୁଭ ରଙ୍ଗ ୭ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି । ସୁଖ-ସମ୍ମାନ ଲାଭ କରିବେ । ଶକ୍ତିମାନ୍ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୁସମ୍ବାଦ ଭୋଜନ ମିଳିବ । ଧନାଗମର ସୂଚନା ମିଳୁଛି । ଉତ୍ତମ ବୁଦ୍ଧିଯୁକ୍ତ ହେବେ । ଶ୍ରେଷ୍ଠମାନ୍ୟତା ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ଧନୁ – ମନ ଉଦ୍‌ବିଘ୍ନ ରହିବ । ଥଣ୍ଡା- କଫ ଜନିତ କଷ୍ଟ ଅନୁଭବ କରିବେ । ମଧୁର କଥା କହି ଅନ୍ୟକୁ ବଶ କରିପାରନ୍ତି । ସରକାରୀ ଓ ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ସ୍ୱାସ୍ଥ୍ୟ ଉତ୍ତମ ଓ ଚିନ୍ତାଧାରା ଉନ୍ନତ ମାନର ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ମକର – ସହକର୍ମୀମାନଙ୍କ ଠାରୁ ସାହାର୍ଯ୍ୟ ପାଇ କୃତଜ୍ଞ ହେବେ । ସୁଖ ସମ୍ମାନ ଲାଭ ଓ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଧନାଗମର ସୂଚନା ମିଳୁଛି । ସରକାରୀ ଅର୍ଥ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ – ବନ୍ଧୁବର୍ଗରୁ କାର୍ଯ୍ୟରେ ଓ କଥାରେ ସହାୟତା ମିଳିବ । କର୍ମଚଞ୍ଚଳ ରହିବେ । କୁଳଦୀପକ ହେବେ । ମନରେ ପ୍ରସନ୍ନତା ଭାବ ଦେବ । ଶରୀର ସୁସ୍ଥ ରହିବ । ପ୍ରସନ୍ନ୍‌ତା ଲାଭ କରିବେ ଓ ନାନା ସୁଖର ଅଧିକାରୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମୀନ – ଦୂରଯାତ୍ରାରେ ଲାଭବାନ୍ ଓ ଆଳସ୍ୟ ପରାୟଣ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ସରକାରୀ ଧନ ମିଳିପାରେ । ଗୃହ ପରିବେଶ ସୁଖ ଦାୟକ ହେବ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.