ରାଜ୍ୟରେ ବଢିବ ଶୀତ, କମିବ ତାପମାତ୍ରା: କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍‌ ତାପମାତ୍ରା

Published By : Prameya-News7 Bureau | November 09, 2022 IST

ଭୁବନେଶ୍ୱର ୦୯/୧୧: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ଶୀତ ବଢିପାରେ । ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍‌ ତାପମାତ୍ରା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କିଛି ସ୍ଥାନରେ ଶୀତ ସାମାନ୍ୟ ବଢିବ ବୋଲି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି ।

ସେହିଭଳି ବୁଧବାର ସକାଳେ କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହେବ । ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ, ଗଞ୍ଜାମ, କନ୍ଧମାଳ, ଗଜପତି ଓ କଳାହାଣ୍ଡିରେ କୁହୁଡି ପଡିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.