Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ତୁହାକୁ ତୁହା ବର୍ଷାରେ ଭିଜୁଛି ଓଡ଼ିଶା, ଲଘୁଚାପ ପ୍ରଭାବରେ ୨୦ ଓ ୨୧ରେ ପ୍ରବଳ ବର୍ଷା

19/09/2023 at 8:56 AM

ଭୁବନେଶ୍ୱର, ୧୯/୯: ଉତ୍ତର ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଏହା ୨୦ ତାରିଖରେ ଲଘୁଚାପ ରୂପ ନେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ରେ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୦ତାରିଖରେ ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ସୋନପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିଛି । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି ।  ୨୧ରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ସମ୍ଭାବନା ଅଛି । ଏହି ୬ଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଦିଆଯାଇଛି । ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।   

ଲଘୁଚାପ ପ୍ରଭାବରୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଚାଷ ଜମି ଜଳମଗ୍ନ ହେବାର ଆଶଙ୍କା ଥିବାରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । କଚ୍ଚା ରାସ୍ତା ଓ ଘର କ୍ଷତିଗ୍ରସ୍ତ ହୋଇପାରେ । ଲଗାଣ ବର୍ଷା ସମ୍ଭାବନା ପାଇଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ଅଛି । ଏଥିପାଇଁ ପ୍ରସ୍ତୁତ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ସବୁ ଜିଲ୍ଲାପାଳଙ୍କୁ କୁହାଯାଇଛି ।   

   Related Posts