ଭୁବନେଶ୍ୱର, ୨୮/୦୮ : ଶୁକ୍ରବାର ରାଖୀ ପୂର୍ଣ୍ଣିମା ଅବସରରେ ମିଳିବ ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି । ଏଥର ନୟାଗଡ଼ରେ ରାଜ୍ୟସ୍ତରୀୟ ଉତ୍ସବରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯିବ। ଏଥିପାଇଁ ନୟାଗଡ଼ ବ୍ଳକ୍ ଲାଠିପଡ଼ା ଗ୍ରାମ ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ସମ୍ମିଳନୀର ଆୟୋଜନ କରାଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମିଳନୀର ଉଦଘାଟନ କରିବେ। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ମହିଳାମାନଙ୍କୁ ଉଦବୋଧନ ଦେବେ। ମୁଖ୍ୟମନ୍ତ୍ରୀ ୧୧ଟା ୧୫ରେ ହେଲିକପ୍ଟରରେ ଆସି ପହଞ୍ଚିବେ। ୧୧ଟା ୨୫ରେ ସଭା ଆରମ୍ଭ ହୋଇ ୧ଟା ୧୦ରେ ଶେଷ ହେବ । ସାଢ଼େ ଗୋଟିଏରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ମୁଖ୍ୟଖ୍ୟମନ୍ତ୍ରୀଙ୍କ ନୟାଗଡ଼ ଗସ୍ତ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହୋଇଉଠିଛି।

Also Read :- ଆସୁଛି ଡବଲ ଲଘୁଚାପ ! ଛାଡିବନି ବର୍ଷା...ସାରା ଓଡି଼ଶାରେ ପ୍ରବଳ ବର୍ଷିବ

ପଞ୍ଚମ କିସ୍ତିରେ ମୋଟ ୧.୦୩ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ମିଳିଛି। ତନ୍ମଧ୍ୟରେ ୨ ଲକ୍ଷ ୨୧ ହଜାର ୫୪ ଜଣ ନୂଆ ହିତାଧିକାରୀ ଅଛନ୍ତି। ମୋଟ ୫,୧୬୦ କୋଟିରୁ ଅଧିକ ଟଙ୍କା ଡିବିଟି ମାଧ୍ୟମରେ ହସ୍ତାନ୍ତର କରାଯିବ। ଯେଉଁମାନଙ୍କର ପୂର୍ବରୁ ଏକ ବା ଏକାଧିକ କିସ୍ତି ବାକି ଅଛି, କ୍ଷେତ୍ର ଯାଞ୍ଚ ପରେ ସମସ୍ତଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ମ କିସ୍ତିର ମାସକ ପରେ ବଞ୍ଚିତ ହିତାଧିକାରୀଙ୍କୁ ଟଙ୍କା ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।