oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଖସୁଛି ଗ୍ରାଫ, କମୁନି ମୃତ୍ୟୁ ସଂଖ୍ୟା: ୨୪ ଘଣ୍ଟାରେ ୨ ଲକ୍ଷ ୧୧ ହଜାରରୁ ଅଧିକ ସଂକ୍ରମିତ, ୩୮୪୭ ମୃତ

27/05/2021 at 9:56 AM

ନୂଆଦିଲ୍ଲୀ୨୭/୫: ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ତଳମୁହାଁ ହେଉଛି । ଗ୍ରାଫ୍ ଖସୁଛି ସତ ହେଲେ ମୃତ୍ୟୁରେ ଲାଗିପାରୁନି ବ୍ରେକ୍ । ଦୈନିକ ୩ ଲକ୍ଷ ଟ୍ରେଣ୍ଡ୍ ପରେ ଏବେ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ମୁହାଁ ହେଉଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୪୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୧୧ ହଜାର ୨୯୮ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୮୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୮୪୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୭୩ଲକ୍ଷ ୬୯ ହଜାର ୦୯୩ ରେ ପହଞ୍ଚିଛି।


ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୧୫ ହଜାର ୨୩୫ ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୪୬ ଲକ୍ଷ ୩୩ ହଜାର ୯୫୧ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୪,୧୯,୯୦୭ ।

   Related Posts