ମେ ୦୪ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 04, 2022 IST

ମେଷ– ଆଜି ଦିନଟିରେ ସ୍ୱାସ୍ଥ୍ୟ ଓ ମନ ଭଲ ରହିବ । ବନ୍ଧୁଙ୍କ ଆଦର,ସଦିଚ୍ଛା ମନ ଭିତରେ ସବୁ ଦୁଃଖକୁ ସାମୟିକ ଭାବରେ ଭୁଲେଇ ଦେବ । ପ୍ରତ୍ୟେକ କ୍ଷେତ୍ରରେ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଗୃହିଣୀ-ଧାର୍ମିକ ହେବେ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ବୃଷ –ଅଧ୍ୟାପନା, କ୍ରୀଡା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ । ଶାରୀରିକ ସୁସ୍ଥତା ରହିଲେ ମଧ୍ୟ କର୍ମଜଞ୍ଜାଳ ଦିନଟିକୁ ବ୍ୟସ୍ତତା ଭିତରେ ଅତିବାହିତ କରାଇବ । ପୂର୍ବାହ୍ନରେ ବନ୍ଧୁଙ୍କ ଠାରୁ ସାହାର୍ଯ୍ୟର ପ୍ରତିଶ୍ରୁତି ପାଇ ଟେନ୍‌ସନ ଦୂର ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ -ପାରିବାରିକ ଜୀବନ କେତେକାଂଶରେ ସମସ୍ୟା ବହୁଳ ହୋଇପାରେ । ଆଜି ଆର୍ଥିକ, ସାମାଜିକ ଓ କର୍ମକ୍ଷେତ୍ର ସକାଶେ ଦିନଟି ଶୁଭଙ୍କରୀ ହେବ । ମଧୁର ବ୍ୟବହାର, ସୌଜନ ଓ ସୋହାର୍ଦ୍ଦ୍ୟ ଦ୍ୱାରା ବ୍ୟକ୍ତିତ୍ୱର ପରିପ୍ରକାଶ ଘଟିବ ।ଶୁଭ ରଙ୍ଗ ଧୂଷର । ଶୁଭ ଅଙ୍କ ୬ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ– ସକାଳୁ ସକାଳୁ ବଳକା କାମକୁ ଶୀଘ୍ର ଶେଷ କରିବା ସକାଶେ ବ୍ୟସ୍ତ ହୋଇ ପଡିବେ । ସାଧାରଣ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଆଜି ଆପଣ ଉନ୍ନତି ଚିନ୍ତା, ସୁପରିକଳ୍ପିତ ଯୋଜନା ଏବଂ ପ୍ରତିବନ୍ଧକ ବିହୀନ କାର୍ଯ୍ୟରୁ ଖୁସି ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ପ୍ରତ୍ୟେକ କ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ଆକର୍ଷଣୀୟ ଭାବମୂର୍ତ୍ତି ପଦସ୍ଥ ବ୍ୟକ୍ତି ଓ ବୁଦ୍ଧିଜୀବୀଙ୍କ ଦ୍ୱାରା ଆଦୃତି ଲାଭ କରିବ । କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କନ୍ୟା – ମିତବ୍ୟୟିତା ଗୁଣ ଅବଲମ୍ବନ କରି ଅନାବଶ୍ୟକ ଜିନିଷ ଠାରୁ ଦୂରେଇ ରହିବାକୁ ପସନ୍ଦ କରିବେ । ପାରିବାରିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନ ରହିଲେ ମଧ୍ୟ ଗୁରୁତର ହେବ ନାହିଁ । ସମ୍ପର୍କୀୟମାନେ ଆଗରେ କିଛି ନ କହିଲେ ମଧ୍ୟ ପଛରେ ଶ୍ରୁତିକଟୁ କଥା କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ରୋଗର ପ୍ରାଦୁର୍ଭାବ ଆଜି ଦେଖିବାକୁ ମିଳିପାରେ । କିଛି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟି ଠିକଣା ସମୟରେ ଦୂରେଇ ରହିବ । କର୍ମକ୍ଷେତ୍ରରେ ଅନ୍ୟ ଦ୍ୱାରା ପ୍ରଭାବିତ ଉପରିସ୍ଥ ଅଫିସର ବୁଲ୍ ବୁଝିପାରନ୍ତି । ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ବିଛା – ପରିବାରର ବ୍ୟତିକ୍ରମକୁ ସୁଧାରି ନେବାରେ ସଫଳ ହେବା ଦୁରୂହ ହୋଇପଡିବ । ମନର ଦୁଃଖକୁ ମନ ଭିତରେ ଲୁଚାଇ କାର୍ଯ୍ୟକ୍ଷେତ୍ରରେ ଅବତୀର୍ଣ୍ଣ ହେବେ । ପୂର୍ବରୁ ଲାଗି ରହିଥିବା ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍‌ତ କରିପାରେ । ଶୁଭ ରଙ୍ଗ ଗାଢା ନୀଳ । ଶୁଭ ଅଙ୍କ ୨ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ଧନୁ – କିଣାବିକା କ୍ଷେତ୍ରରେ ସତର୍କ ନ ରହିଲେ ଠକାମିରେ ପଡିପାରନ୍ତି । ପ୍ରତିକୂଳ ସମୟ ହେତୁ ନିଜର ବିଶୃଙ୍ଖଳିତ ବିଚାରଧାରା ବିଷମ ପରିସ୍ଥିତି ସୃଷ୍ଟି କରିପାରେ । ସନ୍ଦେହ, ଅବିଶ୍ୱାସ ଓ ଭୁଲ୍ ବୁଝାମଣା ହେତୁକ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ନ ରହିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର – ଆଜିର ପ୍ରତ୍ୟୁଷ ଯାତ୍ରା, ନୂତନ କର୍ମାରମ୍ଭ,ଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ କ୍ଷେତ୍ର ଭଲ ରହିବ । ଦିନଟିରେ ଉଚ୍ଚ ଚିନ୍ତା କରିବେ ଏବଂ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । କର୍ମକ୍ଷେତ୍ରରେ ଆଶାବାଦୀ ହେବେ ଏବଂ ଆନୁଷଙ୍ଗିକ ସୁବିଧା ପାଇପାରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ପାରିବାରିକ ଓ କର୍ମକ୍ଷେତ୍ର ସୁନ୍ଦର ଓ ସାବଲୀଳ ହେବ । ଦୀର୍ଘ ଦିନରୁ ଚିନ୍ତା କରୁଥିବା ଯାନବାହନ, ଯାନ୍ତ୍ରିକ ଜିନିଷ, କିମ୍ବା ଧାତୁ ଅଲଙ୍କାରାଦି କ୍ରୟ ସୁଯୋଗ ଜୁଟିବ । ପକ୍ଷପାତିତାକୁ ଆଧାର କରି କିମ୍ବା ସାଧାରନ କଥାକୁ କେନ୍ଦ୍ର କରି ପରିବାରରେ ଝଡ ଉଠିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ-ଧାର୍ମିକ ହେବେ ।
ବ୍ୟବସାୟୀ-ଅର୍ଥ ହାନୀ ହେବ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମୀନ – ଆପଣଙ୍କ ବ୍ୟସ୍ତବବାଦୀ ଚିନ୍ତା ଧାରା ଓ ରୋକ୍ ଠୋକ୍ କଥା ବିଜ୍ଞ ବ୍ୟକ୍ତିମାନଙ୍କ ଦ୍ୱାରା ଗ୍ରହଣୀୟ ହେବ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ମିଥ୍ୟାବାଦିନୀ ଦୋଷାରୋପ ଲଗାଇପାରନ୍ତି । ସଭାସମିତି, ଆଲୋଚନା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହୋଇଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ-ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.