ମେ’ ୧୬ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 16, 2022 IST

ମେଷ–ଆଜି ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଏକାଧାରରେ ଶାରୀରିକ ଓ ମାନସିକ ସ୍ଥିତିକୁ ମଜଭୁତ ରଖିବ । ଉଚ୍ଚାରୋହୀ ଶୁକ୍ର ବିଳାସ ସାମଗ୍ରୀ ସହିତ ଅର୍ଥ, ସୁଖ ଓ ସମ୍ମାନ ପ୍ରଦାନ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ବୃଷ – ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିବାର ସୂଚନା ରହିଛି । ସୁପ୍ରଭାବ ଭଳରେ କୌଣସି କାମ ଅଟକିବ ନାହିଁ । ଅର୍ଥନୈତିକ ପ୍ରଗତି ଜୀବନଯାତ୍ରାକୁ ସୁଖମୟ କରିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିଲେ ଭୁଲ୍ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ଅତ୍ୟଧିକ କାର୍ଯ୍ୟବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହି ନ ପାରେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିବ ଏବଂ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନି । ସ୍ୱରାଶ୍ୟାଭିମୁଖୀ ବୁଧ ଆପଣଙ୍କର ବୌଦ୍ଧିକ ବିକାଶ ସାଙ୍ଗକୁ ବନ୍ଧୁବତ୍ସଳ କରାଇବ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ପୂର୍ବର ସମସ୍ୟା ସମାଧାନ ହେବା କାରଣରୁ ମାନସିକ ଶାନ୍ତି ପାଇବାର ବହୁତ ଆଶା ରହିଛି । ବହୁ ଦିନରୁ ରହିଯାଇଥିବା ଅପୂର୍ଣ୍ଣ କାମକୁ ଆଜି ସନ୍ଧ୍ୟା ସମ୍ପୂର୍ଣ୍ଣ କରିପାରନ୍ତି । ସାମାଜିକସ୍ତରରେ ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟରେ ବୟସ୍ତ ରହିବେ ।ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ – ଶନିଙ୍କ ପ୍ରଭାବରେ ଆଶା ଓ ଆଶଙ୍କା ମଧ୍ୟରେ ସମୟ କଟାଇବା ସାଙ୍ଗକୁ ଦୈହିକ ଦୁର୍ବଳତା ଲାଗି ରହିବ । ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଆତ୍ମୀୟମାନେ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା – ଆକସ୍ମିକ ଦୂରଯାତ୍ରା ଓ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବାର ସୌଭାଗ୍ୟପ୍ରାପ୍ତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ କାର୍ଯ୍ୟ ସାଧିତ ହେବ । କିନ୍ତୁ ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରି ମାନସିକ ସ୍ଥିତି ଭଲ ରହି ନ ପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା – ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ଆକସ୍ମିକ ଭାବେ ଦୂରଯାତ୍ରା କରିବାକୁ ପଡିପାରେ । ଗୁରୁତ୍ୱପୂର୍ଣ୍ଣ କାମ ଲାଗି ହଠାତ୍ ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡିପାରେ । ସୌଜନ୍ୟମୂଳକ ବ୍ୟବହାର ଓ ନମ୍ରତା ପ୍ରଭାବରେ କାର୍ଯ୍ୟ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । ଶୁଭ ରଙ୍ଗଗ୍ରୀନ୍ । ଶୁଭ ୨ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା – ସାଧାରଣ ଯୁକ୍ତିତର୍କରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ । ବ୍ୟବସାୟ ଓ ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, କଚେରି ମାମଲା ବିଷୟରେ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସକାଳ ସମୟରେ ଭଲ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ନୂଆ ଡିଲ୍ ମିଳିବ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ – ଅର୍ଥ ଓ ସମ୍ମାନ ସାଙ୍ଗକୁ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ । କିନ୍ତୁ ଅଧିକାଂଶ ସମୟ ଘର କାମ ଛାଡି ବାହାର କାମରେ ସମୟ କଟାଇବାକୁ ପଡିପାରେ । ବିଶିଷ୍ଟ ବ୍ୟକ୍ତିଙ୍କ ସୌଜନ୍ୟରୁ ମୂଲ୍ୟବାନ୍ ଦ୍ରବ୍ୟ ପାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର –ଶୁଭତ୍ୱ କାରଣରୁ ସମ୍ପର୍କୀୟଙ୍କୁ ନିଜ ସପକ୍ଷରେ ଆଣିବାରେ ସମର୍ଥ ହେବେ । ଅନୁରୋଧର ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟ ସାଧିତ ହେବ । ଜ୍ୟେଷ୍ଠାର ପାରିବାରିକ କଳହ ଦେଖା ଦେଇପାରେ । ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ – ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆଜି କାମରେ କୌଣସି ଅସୁବିଧା ହେବ ନାହିଁ । ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ସବୁ କିଛି ଠିକ୍ ହୋଇଯିବ । କିନ୍ତୁ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମୀନ – ସାବଧାନ ରହିବା ଭଲ । ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାରେ କିଛି ଅସୁବିଧା ହେବ ନାହିଁ । ପାରିବାରିକ ଜୀବନ ଉନ୍ନତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ନିଜ ଲୋକଙ୍କ ଦ୍ୱାରା ସମସ୍ୟାଗ୍ରସ୍ତ ହୋଇପାରନ୍ତି । ନିଜର ଦୂରଦର୍ଶିତା ହେତୁ ପାରିବାରିକ ଜୀବନ ସୁଖରେ କଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.