vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ମେ’ ୨୦ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

20/05/2022 at 6:59 AM

ମେଷ– ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି ।ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୮ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ବୃଷ– ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ପାରିବାରିକ କ୍ଷେତ୍ର, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାକୁ ସୁଫଳ ପାଇବେ । ପରିବାରରେ କଳହ ଦେଖା ଦେଇପାରେ ।ଶୁଭରଙ୍ଗୟେଲୋ ।ଶୁଭ ଅଙ୍କ ୩ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ -ପରିବାରରେ କଳହ ଦେଖା ଦେଇପାରେ । ଅଫିସ୍ କାମରେ ସବୁ କଥାକୁ ହାଲୁକା ଭାବିଲେ କ୍ଷତିରେ ପଡିବେ । ରପ୍ତାନି ବାଣିଜ୍ୟରେ ଉନ୍ନତି ସଙ୍ଗକୁ ରାଜନୀତିରେ ନେତୃତ୍ୱ ନେ ପ୍ରଶଂସିତ ହେବେ । କଠୋର ବାକ୍ୟ ପ୍ରତ୍ୟେକ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିପାରେ ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୬ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ– କର୍ମକ୍ଷେତ୍ରରେ ସମସ୍ୟା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ । ସ୍ୱାସ୍ଥ୍ୟ ପ୍ରତି ଅଭହେଳା କରି ଅନୁତାପ କରିପାରନ୍ତି । ବ୍ୟବହାରରରେ ନଧୁରତା ଯୋଗୁ ଆପଣଙ୍କ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ବନ୍ଧୁମାନଙ୍କ ସାହାର୍ଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ । କିନ୍ତୁ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି । ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥାବାର୍ତ୍ତା ଓ ଓଜସ୍ୱନୀ ଭାଷା ମଧ୍ୟମରେ ବୁଦ୍ଧିଜୀବୀମାନଙ୍କ ସୁନଜରରେ ଆସିବେ । ଶୁଭ ରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୫ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ-ଧାର୍ମିକ ହେବେ ।

କନ୍ୟା– ନିକର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ଆଲୋଚନା କାଳରେ ଜଣେ ବନ୍ଧୁଙ୍କ ଗୁରୁଜନଙ୍କ ସ୍ୱାସ୍ଥ୍ୟ ହାନି ଦୁଶ୍ଚିନ୍ତାର କାରଣ ହୋଇପାରେ । କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ । ଶୁଭ ରଙ୍ଗ ବ୍ରଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ତୁଳା– ଦୃଢ ଓ କଠୋରୋକ୍ତି ଫଳରେ ମୁହଁ ସାମନାରେ କଥା କହିବାକୁ ଅଣ୍ୟମାନରେ ପଛେଇ ଯିବେ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ । ବହୁତ ଚେଷ୍ଟା କରି ମଧ୍ୟ ଯେଉଁଥି ପାଇଁ ଚିନ୍ତିତ ଥିଲେ ଆଜି ତାହା ମିଳିପାରିବ ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୫ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ବିଛା– କର୍ମକ୍ଷେତ୍ରରେ ସହକର୍ମୀ ସହ-ଯୋଗର ହାତ ବଢାଇବେ, ଫଳରେ କାମ ଅଟକିବ ନାହିଁ । କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି ।ଶୁଭରଙ୍ଗକ୍ରୀମ୍ ।ଶୁଭ ଅଙ୍କ ୪ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ-ଧାର୍ମିକ ହେବେ ।

ଧନୁ – ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମନଟା ଭଲ ଲାଗିବ ନାହିଁ । କୌଣସି ବ୍ୟକ୍ତିଙ୍କ କଟୁସତ୍ୟ କହିବାରୁ ତିକ୍ତତା ଆଶଙ୍କା ରହିଛି । କିନ୍ତୁ ପୁନର୍ବସୁ ନକ୍ଷତ୍ରର ସାଧାରଣ ତୋଷମଦିଆ କଥାରେ ମନ ବଦଳି ଯାଇପାରେ । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।

ମକର– ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ଉଦ୍ୟମ ଅବ୍ୟାହତ ରଖିଲେ ମଧ୍ୟ ଯେତିକି ପାଇବା କଥା ତାହା ନ ପାଇ ଅନୁତପ୍ତ ହୋଇପାରନ୍ତି । ଅର୍ଥର ଅଭାବ ନ ଥିଲେ ମଧ୍ୟ କେତେକ ଅପୂରଣୀୟ ଆଶା ଦୁଶ୍ଚିନ୍ତାର କାରଣ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କୁମ୍ଭ – ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । କ୍ରୀଡା,ସ ଙ୍ଗୀତ ଓ ପ୍ରତିଯୋଗିତାରେ ସଫଳ ହେବେ । ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ । ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପା ଏ ଦିଗରେ ସାହାର୍ଯ୍ୟ କରିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ମୀନ -କଚେରି ମାମଲାର ଶୁଣାଭିରୁ ମନ ଖୁସି ହୋଇଯିବ । ପାଇବାରେ ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ । ଆଜିର ଯାତ୍ରାକାଳରେ ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

   Related Posts