ମେ’ ୨୨ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 22, 2022 IST

ମେଷ–ବିରକ୍ତି ପ୍ରକାଶଲାଗି ପରିବାରରେ ବିବାଦ ବଢିପାରେ ।କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ-ଯୋଗ ପାଇବେ ନାହିଁ ।ବିବାହ ପ୍ରସ୍ତାବ ଭାଙ୍ଗିଯିବା କାରଣରୁ ମନ ଭଲ ରହି ନ ପାରେ । ଅନୁକୂଳଗ୍ରହ ପ୍ରଭାବରୁ ଅଭିଳାଷ ପୂରଣଜନିତ ମନ ପ୍ରଫୁଲ୍ଲରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ– ଯାତ୍ରା ସମୟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।ସହକର୍ମୀଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି ।ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୬ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତିହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।

ମିଥୁନ – ବନ୍ଧୁଙ୍କ ସମ୍ମୁଖରେ ପ୍ରିୟ କଥା କହିଭୁଲ୍‌ ବୁଝାମଣା ଦୂରେଇବା ସହ ସମସ୍ୟାକୁ ସୁଧାରି ନେବେ । ଆଲୋଚନା ମାଧ୍ୟମରେ ଭ୍ରାତୃ ସଂପର୍କରେ ଉନ୍ନତି ପରିଲକ୍ଷିତ ହେବ ।ବନ୍ଧୁଙ୍କ ନିକଟରେ ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ ।ଶୁଭରଙ୍ଗ ନାଲି ।ଶୁଭ ଅଙ୍କ ୨ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
ଗୃହିଣୀ-ସୁଖୀ ହେବେ ।

କର୍କଟ– ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଧ କରାଇବ । ମତାନ୍ତର ଜନିତ ମାନସିକ ଅଶାନ୍ତି କାରଣରୁ ମନରେ ସରସତା ରହିବା ନାହିଁ । ସ୍ୱାସ୍ଥ୍ୟ ଭଲ ରହିବଏବଂ ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ ।କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭରଙ୍ଗ ଧଳା ।ଶୁଭ ଅଙ୍କ ୯ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ସିଂହ –ବନ୍ଧୁମାନଙ୍କ ସହ ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ନିକଟ ସମ୍ପର୍କୀୟଙ୍କ ସହିତ ଆଜିର ଯାତ୍ରା ଅବଶ୍ୟ ସଫଳ ହେବ । ଦୀର୍ଘ ଦିନରୁ ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟ କର ହୋଇପଡିବ ।କିନ୍ତୁ ଅର୍ଥ ଓ ସମ୍ମାନ ପାଇବାରେ ଅସୁବିଧା ହେବ ନାହିଁ ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୮ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡାହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ-ଧାର୍ମିକ ହେବେ ।

କନ୍ୟା–ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କରଣରୁ ମାନସିକ ଶାନ୍ତି ହରାଇବେ ।ବନ୍ଧୁଙ୍କ ପରାମର୍ଶରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ ।ବାହାର ଜାଗାରେ ସତର୍କତାର ସହକାମ କରିବା ଭଲ ହେବ ।ଶୁଭରଙ୍ଗ ପିଚ୍ ।ଶୁଭ ଅଙ୍କ ୧ ।

ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ତୁଳା–କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଦୂରଯାତ୍ରା କରିବାକୁ ପଡିପାରେ । ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ । ବିଭିନ୍ନ ସମସ୍ୟା ନେଇ ମନରେ ସବୁବେଳେ ଟେନ୍‌ସନ ଲାଗିରହିବ । ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ଦୁଶ୍ଚିନ୍ତାକୁ ବଢାଇ ଦେଇପାରେ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୪ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥହାନୀ ହେବ ।
ବ୍ୟବସାୟୀ- ଅର୍ଥହାନୀ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ବିଛା– ପ୍ରିୟ ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟସାଧନ କରିବେ । ଋଣ ପରିଶୋଧ ସକାଶେ ବ୍ୟଗ୍ରତ ପ୍ରକାଶ ପାଇବ ।ଜଣେବନ୍ଧୁ ଆଜି ମାର୍ଗ ଦର୍ଶକ ସାଜି ପାରନ୍ତି । କର୍ମକ୍ଷେତ୍ରରେ ,ବ୍ୟବସାୟରେ, ପାରିବାରିକ ସମସ୍ୟା ସମାଧାନରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୭ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଉନ୍ନତିରମାର୍ଗମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ କିନ୍ତୁ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।କାର୍ଯୟବ୍ୟସ୍ତତା କାରଣରୁ କୌଣସି ସ୍ଥାନରେ ସ୍ଥିର ଭାବେ ରହି ପାରିବେ ନାହିଁ । ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟିହେବ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୬ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡାହେବ ।
ଛାତ୍ରଛାତ୍ରୀ- ବିଜ୍ଞହେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତିହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମକର– ପାରିବାରିକ ଜୀବନରେ ତିକ୍ତତା ଆଶଙ୍କା ରହିଛି । ବୈବାହିକ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଗୁରୁଜନ ମାନଙ୍କ ପରାମର୍ଶ କରିବା ଭଲ ହେବ । ଉଚ୍ଚ ପଦସ୍ଥବ୍ୟକ୍ତିଙ୍କସହତର୍କର ସମ୍ମୁଖୀନ ହେବେ ।କଠିନ ପରିଶ୍ରମ ଜନିତ କ୍ଳାନ୍ତିବୋଧ କରିପାରନ୍ତି ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୩ ।
ଚାଷୀ-ଉତ୍ତମ ବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ହେବେ ।
କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭହେବ ।
ଗୃହିଣୀ-ସୁଖଭାରା ଦିନଟି ।

କୁମ୍ଭ- ଯେକୌଣସି ପ୍ରତିଯୋଗିତାରେ ଯୋଗ ଦେଲେ ସଫଳତାଯୋଗୁ ମନ ଖୁସିରହିବ । ମାଲି ମୋକଦ୍ଦମା, ରଚନାତ୍ମକ କାର୍ଯ୍ୟ, ଯାତ୍ରା, ଗବେଷଣା ତଥା ପରିବହନରେ ଲାଭବାନ ହେବେ ।ସକାଳୁ ବନ୍ଧୁଙ୍କ ଅନୁରୋଧରେ ଯାତ୍ରା କରି ବାଟରୁ ଲେଉଟି ଆସିପାରନ୍ତି ।ଶୁଭରଙ୍ଗ ମେରୁନ୍ ।ଶୁଭ ଅଙ୍କ ୮ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – ଖଳ ଲୋକଙ୍କ କଥାରେ ପଡି ଭୁଲ୍‌ମାର୍ଗ ଅନୁସରଣ କରି ହଇରାଣ ହେବେ । ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ ।ସଭା, ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ ।ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୧ଞ୍ଜ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.