ଜୁନ୍‌ ୧୨ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 12, 2022 IST

ମେଷ– ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇ ଯିବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ –ଅଫିସ୍ କାମରେ ମାନସିକ ଅବସାଦ ଦୂର ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ – ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ କିଛିଟା ଲାଘବ ହେବାର ସୂଚନା ରହିଛି । ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ –ସ୍ୱାର୍ଥସାଧନାର ଲାଳସା ରଖି ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ –ଜମିଜମା ରେଜିଷ୍ଟ୍ରେଶନ୍ କିମ୍ବା ନୂତନ ଚୁକ୍ତିପତ୍ର ସ୍ୱାକ୍ଷର ଅଥବା ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି । ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ । ଶୁଭ ଅଙ୍କ ପିଚ୍ ।ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କନ୍ୟା –ଯୋଗାଣ କାରବାର ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା –କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ବିଚାରବୁଦ୍ଧି ହରାଇ ବନ୍ଧୁଙ୍କ କୁ ମନ୍ତ୍ରଣାରେ ପଡିପାରନ୍ତି । ବିଭିନ୍ନ ପ୍ରକାରର ଅସୁବିଧା ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ ।ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କ୍ରନିକ ରୋଗଜନିତ ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି । ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ଧନୁ – ଆଜି ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହୋଇପାରେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ଆଶଙ୍କା ରହିଛି । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ ।ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର –ବାରମ୍ବାର ପୁରୁଣା କଥାକୁ ବେଶି ଆଲୋଚନା କରିବା ଠିକ୍ ହେବନି । ଜଣେ ବନ୍ଧୁଙ୍କ ସାହାଯ୍ୟ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି ।ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ – ବହୁତ ଦୂରରୁ ଆସୁଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ । ପାରିବାରିକ ଜୀବନ ସୁଖ, ସନ୍ତୋଷରେ ଅତିବାହିତ ହେବ । ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ଧାର୍ମିକ ହେବେ ।

ମୀନ – ଘର ପାଇଁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.