ଜୁନ୍‌ ୧୩ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 13, 2022 IST

ମେଷ–ଆଜି କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର କଲ୍ୟାଣ କାରକ ହେତୁ ଯାହା କରିବେ ନିର୍ବିଘ୍ନ ରେ ଫଳପ୍ରଦ ହେବ । ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ –ପାରିବାରିକ ସମସ୍ୟା, ପରିବହନରେ ଝଗଡା, ଯାନବାହନରେ କ୍ଷତିର ଆଶଙ୍କା ହେତୁ ସତର୍କତା ଭଲ । ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ – କର୍ମକ୍ଷେତ୍ରସ୍ଥ ବିଶୃଙ୍ଖଳିତ ପରିସ୍ଥିତିରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ । ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ –ସହକର୍ମୀଙ୍କ ଦୌରାତ୍ମ୍ୟରୁ ବିବ୍ରତବୋଧ କରିପାରନ୍ତି । ସାଧାରଣ କଥାରେ ଉତ୍ତେଜିତ ହେବା ନିଜର ହିଁ କ୍ଷତି ସାଧନ କରିବ । କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ –ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ସକାଳେ ମନଟା ବିଗିଡି ଯାଇପାରେ । ଆର୍ଥିକ ସ୍ଥିତି ଅଭାବନୀୟ ପରିସ୍ଥିତି ସୃଷ୍ଟି କରିବାର ସୂଚନା ରହିଛି । ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ । ଶୁଭ ଅଙ୍କ ପିଚ୍ ।ଶୁଭ ଅଙ୍କ ୩ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ଏକାଧିକ ଗ୍ରହ କର୍ମସ୍ଥ ହେତୁ ବିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତା ଲାଗି ରହିବ । ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା –କଠିନ ଶ୍ରମ ହେତୁ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହି କାମ କରିବା ଭଲ ହେବ । ବନ୍ଧୁଙ୍କ ସାହାର୍ଯ୍ୟ କାରଣରୁ ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବ । ବିଭିନ୍ନ ପ୍ରକାରର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ ।ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା –ସାମୟିକ ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବାର ଆଶଙ୍କା ଉପୁଜିବ । ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ଧନୁ –ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ୱୀକାର କରିବାକୁ ପଡିବ । ବହୁ ଦିନରୁ ଆଶା କରୁଥିବା ବନ୍ଧୁଙ୍କ ସହ ଦେଖା କରିବାର ସୁଯୋଗ ପାଇ ଖୁସି ହେବେ । ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର –ଅବହେଳାଜନିତ କର୍ମକ୍ଷେତ୍ରରେ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ । ପଡୋଶୀଙ୍କ ସହ କଳହର ଆଶଙ୍କା ରହିଛି । ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି ।ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ – ଦୀର୍ଘଦିନାନ୍ତେ ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେବ । ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୂରଯାତ୍ରାରେ ବିଳମ୍ବ ଘଟିପାରେ । ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ଧାର୍ମିକ ହେବେ ।

ମୀନ – କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ଶୁଭ ଖବର ପାଇଁ ମନ ଏକପ୍ରକାର ଖୁସୀ ହୋଇଯିବ ।ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.