vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଜୁନ୍‌ ୨୩ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

23/06/2022 at 7:27 AM

ମେଷ– କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବନ୍ଧୁ ସହାୟତାରୁ ଉପକୃତ ହେବେ । ସ୍ୱଚ୍ଛ ଆୟର ସୂଚନା ମିଳୁଛି । ବ୍ୟବସାୟ ସୁରୁଖୁରୁରେ ଚାଲିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବୃଷ – ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ ।କାର୍ଯ୍ୟ ସହଜ ସୁଲଭ ହେବ । କୁଳ ଉଦ୍ଧାରକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ଭାବ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ -ପରିସ୍ଥିତିର ଭାରସାମ୍ୟ ରକ୍ଷା କରିବାକୁ ମିଥ୍ୟାଳାପ କରିବାକୁ ପଡିପାରେ । କାର୍ଯ୍ୟକୁ ଶୃଙ୍ଖଳିତ କରିପାରନ୍ତି । ଭ୍ରମଣରୁ ସୁଫଳ ମିଳିବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସ-ବ୍ୟସନରେ କଟାଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ-ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍ ଧାରଣା ପୋଷଣ କରିବ । ପାରିବାରିକ ଅଶାନ୍ତି ଦେଖାଦେଇ ପାରେ । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶତ୍ରୁମାନଙ୍କ ଉପରେ ନଜର ରଖିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ଏଜେନ୍‌ଶିପ, ସାମ୍ବାଦିକତାରୁ ଖୁସି ରହିବେ ।ଅନ୍ୟମନସ୍କ ହେଲେ କ୍ଷତିଗ୍ରସ୍ତ ହେବେ । ମିତ୍ର ଲାଭର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

କନ୍ୟା –ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ବଢିଯାଇପାରେ । ଅଭାବ ଦୂର ହେବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । କେବଳ ସାମାନ୍ୟ ଚକ୍ଷୁପୀଡା ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ସକାଳୁ ବନ୍ଧୁଙ୍କ ନିକଟରୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ ।କାର୍ଯ୍ୟ କରିବାକୁ ହେଲେ ପୂର୍ବରୁ ପରାମର୍ଶ ଗ୍ରହଣ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ବିଛା – ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବାର ଆଶା ରହିଛି ।କଳହ ଠାରୁ ଦୂରେଇ ରହିବାକୁ ପଡିବ । ଉଦାର ପ୍ରକୃତିର ହେବେ । ଦାମ ଧର୍ମକୁ ଆପଣେଇ ନେବେ । ସୁଖ ଭୋଗୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ –ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖା ଦେବ । କାର୍ଯ୍ୟ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା କଫରେ ସାମାନ୍ୟ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମକର – ସମ୍ପର୍କୀୟମାନେ ସମ୍ମୁଖରେ ଭଲ ଭଲ କଥା କହି ପରୋକ୍ଷ ଶତ୍ରୁତା କରିବା ଯୋଗୁଁ ବିଚଳିତ ବୋଧ କରିବେ ।ଧନଲାଭର ସୁଯୋଗ ଅଛି । ସ୍ୱାଧୀନ କିଛି ନ କରି ଅନ୍ୟର ସହାୟତା ନେଇ ପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ -ଆଜି ଆକସ୍ମିକ ଭାବରେ ଦୂର ଯାତ୍ରା କରିବାକୁ ବାଧ୍ୟ ହେବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ସାମାନ୍ୟ ଅଧିକ ହେବ । ବନ୍ଧୁ ଓ ସରକାରୀ ସହାୟତା ମିଳିବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ – ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟପାଲଟ ହୋଇଯାଇପାରେ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ଚେଷ୍ଟିତ ହେବେ । ନେତ୍ର ପୀଡା ଉପୁଜି ପାରେ । ମଧୁରଭାଷୀ ହେବେ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

   Related Posts