ଜୁନ୍‌ ୨୮ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 28, 2022 IST

ମେଷ – ଶୁଭ ସଂସ୍ଥାନରୁ ତଥା ସହ-ଯୋଗ ମନୋଭାବରୁ ସମସ୍ତଙ୍କର ଆଦରଣୀୟ ହେବେ । ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବ । ଲୋକପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ସମୟ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ବୃଷ – ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ଆଶା ରହିଛି ।ଦେଶଦର୍ଶନର ସୁଯୋଗ ମିଳିବ । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ -ଅଫିସ୍ କାମରେ ଆପଣଙ୍କର ସହକର୍ମୀମାନେ ସହ-ଯୋଗର ହାତ ବଢାଇପାରନ୍ତି । ଘାତଚନ୍ଦ୍ର ଥାଇ ବି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହୋଇପାରେ । ଭୋଗ-ବିଳାସ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ-କୌଣସି ଶୁଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ପରିବାରରେ ସନ୍ତାନ ହେତୁକ ପୀଡା ଅନୁଭବ କରିବେ । ସାମାନ୍ୟ ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ – କୌଣସି ପ୍ରମାଣ ନ ଥାଇ ପଡୋଶୀଙ୍କ ଠାରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ ।ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା – ରାଜନୀତି ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା – କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା – ସାହାର୍ଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ । ସୁଖୀ ହେବ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ –ଭୁଲ୍ ବୁଝାମଣାରୁ ସୁସମ୍ପର୍କ କ୍ଷୁଣ୍ଣ ହେବା କାରଣରୁ ଆତ୍ମୀୟସ୍ୱଜନଙ୍କ ପାଇଁ ଚିନ୍ତା ବଢିପାରେ । ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ଆଶାବାଦି ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମାନବୀୟ ଗୁଣର ଅଧିକାରୀ ହେବେ । ମିତ୍ର ସୁଖ ମିଳିବ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ -ଆନୁଷ୍ଠାନିକ କାର୍ଯ୍ୟ କିମ୍ବା ସଭାସମିତିରେ ଯୋଗଦେଲେ ପ୍ରଶଂସା ଓ ପ୍ରତିଷ୍ଠା ପାଇପାରିବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ -କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.