ଜୁନ୍‌ ୨୯ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 29, 2022 IST

ମେଷ–ଆଜି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାବ କରିବାରେ ଅସୁବିଧା ହେବ ନାହିଁ । ରାଶିରେ ବଳବାନ୍ ରାହୁ ଏବଂ ଭାଗ୍ୟସ୍ଥ ବୁଧ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ବୃଷ –ଖର୍ଚ୍ଚ ଭାର ଆଧିକ୍ୟ, ପୁରାତନ ରୋଗପୀଡା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି । ସମ୍ପର୍କୀୟ ଦୂରେଇ ରହିବାର ଅପଚେଷ୍ଟା କରିବେ । ସ୍ୱଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ – ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇ ପ୍ରତିଟି ସମସ୍ୟା ସୁଧାରି ନେବାରେ ପ୍ରଯତ୍ନ କରିପାରନ୍ତି । ଯେଉଁ କାମରେ ମୁଣ୍ଡ ପୂରାଇଛନ୍ତି ସେହି କ୍ଷେତ୍ର ସକାଶେ ଅନୁକୂଳ ପରିବେଶ ସୃଷ୍ଟି କରିବ ।ଆଜି ରାଶ୍ୟାଧିପତି ସହ ଅନ୍ୟ ଦୁଇଟି ଗ୍ରହଙ୍କ ସମାବେଶ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିିତି ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କର୍କଟ – କାର୍ଯ୍ୟଶୈଳୀର ପରିବର୍ତ୍ତନ ହେତୁ ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ପାଇବେ ।ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟ ସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ । ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ସିଂହ –ଯେକୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା ନେଇ ବ୍ୟସ୍ତତା ବଢିପାରେ । ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ଆଲୋଡନ ଅସ୍ଥିରତାର କାରଣ ହୋଇପାରେ । ବନ୍ଧୁମାନଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ମନୋରଞ୍ଜନର ଖୋରାକ ଯୋଗାଇବାରେ ବନ୍ଧୁ ସହ-ଯୋଗ କରିବେ । ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି, ଆଜି ସେଥିରୁ ଅନେକାଂଶରେ ହାଲୁକା ଅନୁଭବ କରିବେ । ଠିକ୍ ହେବ ନାହିଁ । ପରିବହନ ସମସ୍ୟାରେ ଜନିତ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷା ପରାୟଣ ବ୍ୟକ୍ତିମାନେ ନିନ୍ଦା ଗାଇ ବୁଲିବେ ।ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ । ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ବିଛା – ଫେରିଯାଇଥିବା ବନ୍ଧୁ ପୁଣି ଲେଉଟି ଆସି ପାରନ୍ତି । ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍ ରହିଲେ କ୍ଷତିରେ ପଡିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ୮ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ – ବାକୁ ରଖିଥିବା ଲୋକଟିକୁ ବକେୟା ମାରିବା କାରଣରୁ ପରିସ୍ଥିତି ଉତ୍ତେଜନାମୂଳକ ହୋଇପାରେ ।ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ବାହାର ସ୍ଥାନର ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ ଅଦଳବଦଳ ହୋଇଯାଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ମକର –ଅଫିସରେ ଅନ୍ୟମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିବେ । ପାଖ ପଡୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍ ଟାଣ ରହିବ । ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ହେବାର ସୂଚନା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ – ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ଜମା ପଟୁ ନ ଥିବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ । ଉଚ୍ଚାରୋହୀ ରବି ଓ ମଙ୍ଗଳ ପ୍ରଭାବରେ ସରକାରୀ ସ୍ତରରୁ ଆର୍ଥିକ ସାହାର୍ଯ୍ୟ ଲାଭକରି କେତେକାଂଶରେ ଖୁସି ରହିବେ । ଆରମ୍ଭ କରିଥିବା କାମଟିକୁ ଶେଷ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ-ସୁଖୀ ହେବେ ।

ମୀନ – ପରିନାରରେ ପୁରୁଣା ସମସ୍ୟାଗୁଡିକ ତୁଟିଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ ।ଆଜି ଯେଉଁ କାମରେ ବାହାରିବେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.