ଜୁଲାଇ ୦୨ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 02, 2022 IST

ମେଷ– ଶନିବାର ପାରିପାର୍ଶ୍ଵିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ହେବ । କର୍ମକ୍ଷେତ୍ର ଓ ବାଣିଜ୍ୟ ବ୍ୟବସାୟରେ ଅଗ୍ରଗତି କରିବେ । ନୂତନ ଯୋଜନା କାର୍ଯ୍ୟକାରୀ ଏବଂ ମାନସିକ ଖୁସି ଲାଭ ହେବ । ବିବାଦରେ ଜିତାପଟ ନେବେ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ନୀଳ। ଶୁଭ ଅଙ୍କ ୭ ।

 ଚାଷୀ- ଶ୍ରମ ସାର୍ଥକ ହେବ ।

 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ –ସମାଜରେ ଆଦୃତି ଲାବ ସଙ୍ଗକୁ ଯାନବାହନ, ପ୍ରଶାସନ, ଜ୍ଞାନାର୍ଜନ ସକାଶେ ଅନୁକୂଳତା ଅନୁଭବ କରିବେ । ନୂତନ ଯୋଜନା କାର୍ଯ୍ୟକାରୀ ହେବ । ଉଜ୍ଜ୍ୱଳ ଭବିଷ୍ୟତ କଳ୍ପନା କରିବେ । ବ୍ୟବସାୟରେ ଉନ୍ନତି ହୋଇପାରେ । ବହୁ ଦିନ ପଡିରହିଥିବା କାର୍ଯ୍ୟରେ ଅଗ୍ରଗତି କରିବ । ଦେହ ସୁସ୍ଥ ରହିବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୩ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ବୃଥା ସନ୍ଦେହ କରିବା ଦ୍ଵାରା ଅଯଥା ଅଶାନ୍ତ ପରିସ୍ଥିିତି ସୃଷ୍ଟି ହୋଇପାରେ ।ଆର୍ଥିକ ସ୍ଥିତି ବଳବାନ ଓଉଦଯୋଗ ସିଦ୍ଧ ହେବ । ବ୍ୟବସାୟରେ ଅଗ୍ରଗତି ଏବଂ ନୂତନ ଯୋଜନା କାର୍ଯ୍ୟକାରୀ କରିବେ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ସାହିତ୍ୟ କଳା ସଂସ୍କୃତି ସଂଗୀତ କ୍ଷେତ୍ରରେ ସଫଳତା ପାଇବେ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖଭାରା ଦିନଟି ।

କର୍କଟ– ଆଜିର କଠିନ ଶ୍ରମ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ସୃଷ୍ଟି କରିପାରେ । କଳା ସଂସ୍କୃତି କ୍ଷେତ୍ରରେ ଅଗ୍ରଗତି କରିବେ । ନୂତନ ପୋଷକ କିଣିବେ । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ବିବାଦରେ ଜିତାପଟ ନେବେ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ । ଶୁଭ ଅଙ୍କ ୧ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ସିଂହ –ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ଉନ୍ନତ ମାନର କାର୍ଯ୍ୟ କରି, ଜ୍ଞାନ ଗବେଷଣା ଦିଗରେ ଅଗ୍ରଗତି କରିବେ। ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତିରେ ଅଗ୍ରଗତି ହୋଇପାରେ । ବନ୍ଧୁ ମିଳନ ସମ୍ଭାବନା ଅଛି । ବିଦ୍ୟାର୍ଥୀମାନଙ୍କର ଉନ୍ନତି ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ପାରିବାରିକ କ୍ଷେତ୍ରରେ ସହମତି ଭିତ୍ତିରେ କାମ କରିବା ଭଲ ହେବ । ଗଭୀର ଭାବରେ ଅନୁଧ୍ୟାନ କରି ନିଷ୍ପତ୍ତି ଗ୍ରହଣ କରିବେ । ଭାବିଥିବା କାମର ଗତି ମଜଭୁତ ରହିବ । କିଛି ଲୋକଙ୍କର ଆପଣ ଉନ୍ନତି କରାଇବେ । ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ । ଶୁଭ ରଙ୍ଗ ଧଳା ।ଶୁଭ ଅଙ୍କ ୪ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ – ସ୍ଵାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା– ବ୍ୟବସାୟରେ ନୈରାଶ୍ୟଜନକ ସ୍ଥିତିରେ ରହିବାକୁ ବାଧ୍ୟ ହେବେ । ନୂତନ କର୍ମ ଯୋଜନା ସ୍ଥିର କରିବେ ଏବଂ ସାହିତ୍ୟ କଳା ଏବଂ ଗବେଷଣା ଦିଗରେ ଅଗ୍ରଗତି କରିବେ । ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହେବ । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଦିନଟି ଆପଣଙ୍କର ଭଲରେ କଟିବ ।ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

 ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା –ସାମଗ୍ରୀକ ଦୃଷ୍ଟି କୋଣରୁ ଆଜିର ଦିବସ ଆପଣଙ୍କ ସକାଶେ ଅନୁକୂଳ ରହିବ । କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଉନ୍ନତି ହେବ । କଳା କ୍ଷେତ୍ରରେ ଛାତ୍ରଛାତ୍ରୀମାନେ କୃତକାର୍ଯ୍ୟ କରିବେ । ନୂତନ ଦିଗରୁ ଧନ ପ୍ରାପ୍ତି ହେବାର ସୁଯୋଗ ଅଛି । ପାରିବାରିକ କ୍ଷେତ୍ରରେ ସହଯୋଗ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ଧାର୍ମିକ ହେବେ ।

ଧନୁ –ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ମାନଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ଦିନଟି ଆପଣଙ୍କ ଲାଗି ଖୁସି ନେଇ ଆସିଛି ।  ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କର ସବୁ କାମ ପୂରା ହେବ । ଚାକରି ସମ୍ବନ୍ଧରେ ଭଲ ଖବର ପାଇବେ । ଶିକ୍ଷଣୀୟ କାର୍ଯ୍ୟରେ ଆପଣଙ୍କର ମନ ଲାଗିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଅସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମକର – ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବାକୁ ପଡିପାରେ । ପୁରୁଣା ଚିନ୍ତା ଭୁଲି ଆଗକୁ ବଢିବା ପାଇଁ ଭାବନ୍ତୁ । କାହାରିକୁ କୌଣସି କଥା ବୁଝାଇବାରେ ତ୍ରୁଟି ହୋଇପାରେ । କାରବାର ସମ୍ବନ୍ଧୀୟ ଯାତ୍ରା କରିବାକୁ ପଡିପାରେ । ପାଇସା ସମ୍ବନ୍ଧିତ ବଡ ଫଇସଲା ଭାବିଚିନ୍ତି ନିଅନ୍ତୁ ।  ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୭ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ  – ଆଲୋଚନା, ଗବେଷଣା, ଆନୁଷ୍ଠାନିକ କାମ ପ୍ରଭୃତିକୁ ସଫଳତା ଅବଶ୍ୟ ମିଳିବ । ଆପଣଙ୍କ ଧ୍ୟନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍ ଆଲୋଚନା ଲାଭପ୍ରଦ ହୋଇପାରେ । ଫେସନ ଡିଜାଇନିଙ୍ଗ ଛାତ୍ରଙ୍କ ଲାଗି ଚାକିରିର ସୁଯୋଗ ଆସିବ । ପ୍ରେମରେ ସଫଳତା ମିଳିବ। ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ – ସ୍ଵାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ବୈଷୟିକ ସୁଖ, ସମୃଦ୍ଧି ସଙ୍ଗକୁ ସୃଜନୀଶକ୍ତିର ଅଭିବୃଦ୍ଧି କର୍ମକ୍ଷେତ୍ରକୁ ସରସ କରିବ । ଦିନଟି ଆପଣଙ୍କ ଲାଗି ଅନୁକୁଳ । ସଫଳତା ହାସଲ କରିବା ଲାଗି ତତ୍ପର ରହିବେ । ଆପଣଙ୍କ ଯାତ୍ରା ଲାଭଦାୟକ ରହିବ । ଗବେଷଣାରେ ନୂଆ ପରିଯୋଜନା ମିଳିବ । ଜୀବନସାଥୀଙ୍କ ଠାରୁ ଖୁବ୍ ସୁନ୍ଦର ଉପହାର ପାଇବେ। ଶୁଭ ରଙ୍ଗ ଗାଢ ଧଳା । ଶୁଭ ଅଙ୍କ ୬ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ସୁଖୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.