Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ୍‌ଙ୍କ ଧମାକାଦାର୍‌ ବ୍ୟାଟିଂ, ହାସଲ କଲେ ୪୪ ତମ ଶତକ
  • ||
  • ଇଷାନ୍‌ କିଷାନ୍‌ଙ୍କ ଜବରଦସ୍ତ ବ୍ୟାଟିଂ, ଦିନିକିଆ କ୍ରିକେଟ୍‌ରେ ହାସଲ କଲେ ପ୍ରଥମ ଦ୍ୱିଶତକ
  • ||
  • ଭୁବନେଶ୍ୱର: ଅର୍ଚ୍ଚନା ନାଗ ଗିରଫ ମାମଲା, କୋର୍ଟଙ୍କ ଅନୁମତି ପରେ ତଥ୍ୟ ଦେଲା ଖଣ୍ଡଗିରି ପୋଲିସ
  • ||
  • ଭୁବନେଶ୍ୱର: ‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
  • ||
  • ନୟାଗଡ: ଫତେଗଡ ଥାନା ପୋଲିସକୁ ସଫଳତା, ଧରାପଡିଲେ ଦୁଇ ଆନ୍ତରାଜ୍ୟ ଲୁଟେରା
  • ||
  • ଭୁବନେଶ୍ୱର: ରିମାଣ୍ଡର ୬ ଦିନ ପରେ ବି ମୁହଁ ଖୋଲୁନାହାଁନ୍ତି ଅର୍ଚ୍ଚନା, ପଚାରି ପଚାରି ହାଲିଆ ଇଡି
  • ||

ଜୁଲାଇ ୦୯ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

9/07/2022 at 7:07 AM

ମେଷ– ସାଧାରଣ ମନେ ନ କରି ପିଲାମାନଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ଦୁଶ୍ଚିନ୍ତାର କାରଣ ହୋଇପାରେ । ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡିକ ସମ୍ପନ୍ନ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ-ଅର୍ଥ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ –କାର୍ଯ୍ୟସିଦ୍ଧି ହେବା କାରନରୁ ମାନସିକ ସ୍ଥିତି ବହୁତ ଭଲ ରହିବ । କିନ୍ତୁ କର୍ମକ୍ଷେତ୍ରରେ ଟେନସନ୍ କିଛି ମାତ୍ରାରେ ବଢିଯିବ । ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବା ସହ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ବହୁତ ଦିନରୁ ଭାଙ୍ଗିପଡିଥିବା ସମ୍ପର୍କ ଏକ ଭିନ୍ନ ପରିବେଶରେ ପୁଣି ଯୋଡି ହୋଇଯିବ । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । କର୍ମକ୍ଷେତ୍ରରେ ଉପରିସ୍ଥ ସମ୍ମୁଖରେ ନିଜର ମନ କଥା ପ୍ରକାଶ କରିପାରିବେ ନାହିଁ । ମାନସିକ ଅସ୍ଥିରତା ମଧ୍ୟରେ ସମୟ କାଟିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ –ଜମିଜମା କାରବାର, କଳକାରଖାନା, ହୋଟେଲ, ତେଜ ରାତି ଦୋକାନ ପ୍ରଭୃତିରୁ ବିଶେଷ ଲାଭବାନ୍ ହେବେ । ଅବସ୍ଥାରେ ବିଶେଷ ଉନ୍ନତି ଦେଖା ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ । ରାସ୍ତାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ଶୁଭ ରଙ୍ଗଲାଲ୍ । ଶୁଭ ଅଙ୍କ ୭ ।
ଗୃହିଣୀ-ସୁଖୀ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ସିଂହ –ବିଶେଷ ଭ୍ରମଣ ହେତୁକ ଅବସାଦ ଦେଖା ଦେଇପାରେ । ଅଧିକାଂଶ ସମୟ ଗୁରୁଜନଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିବେ । ବନ୍ଧୁଙ୍କୁ ବହୁତ କଥା କହିବାକୁ ଇଚ୍ଛାଥିଲେ ମଧ୍ୟ କିଛି କହିପାରିବେ ନାହିଁ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ସଫଳତା ମିଳିବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା –ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ମନ ଭାରାକ୍ରାନ୍ତ ରହିବ । ଆକସ୍ମିକ ଭାବରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ । କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହେବ । ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ତୁଳା –ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବା କଷ୍ଟକର ହୋଇପାରେ । ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ଶୁଭ ରଙ୍ଗପିଚ୍ । ଶୁଭ ଅଙ୍କ ୬ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା –ଅବଶ୍ୟ ଯାତ୍ରା, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ । ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ ଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରୁ ଫେରିବାରେ ବିଳମ୍ବ ଘଟିବ । ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।

ଧନୁ –ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ବନ୍ଧୁ ଗହଣରେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ମକର –ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ । ଆଜି ଦିନଟିରେ ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । କଥାକହିବା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

କୁମ୍ଭ – ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ, କିନ୍ତୁ ସମ୍ମୁଖରେ କିଛି କହିପାରିବେ ନାହିଁ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, ପରିବହନରେ ଝଗଡାର ସମ୍ଭାବନା ରହିଛି ।ନକାରାତ୍ମକ ଚିନ୍ତା ଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମକ୍ଟମକ୍ଟବ କିମ୍ବା ରାଜନୀତି, ସଂଗଠନ, ସଭାସମିତିରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

   Related Posts