ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଜୁଲାଇ ୧୧ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

11/07/2022 at 7:04 AM

ଲେଖାପଢା, ପ୍ରକାଶନ, ପ୍ରଶାସନ, ମାଲିମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଦେଖାଦେବାରୁ କିଛିଟା ଦ୍ଵନ୍ଦ୍ଵ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତତ୍ପରତା ବୃଦ୍ଧିପାଇବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଗୃହିଣୀ- ପରକୁ ଆପଣାର କରିବେ ।

ବ୍ୟବସାୟୀ- ସ୍ଵାଭିମାନୀ ହେବେ ।

କର୍ମଜୀବି- ସ୍ଵକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।

ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ବୃଷ – ଅପରାହ୍ନରେ ଜଣେ ବନ୍ଧୁଙ୍କ ଟାଣକଥାକୁ ନେଇ ଝଗଡା ଲାଗିପାରେ । ଦକ୍ଷତା ସାଙ୍ଗକୁ କୃତି ଓ କୃତିତ୍ୱ କାରଣରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଅର୍ଥ ସମ୍ପର୍କିତ କେତେକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ-ବିଦ୍ଵାନ୍ ହେବେ ।

କର୍ମଜୀବି-ପ୍ରଶଂସିତ ହେବେ ।

ବ୍ୟବସାୟୀ-ଅର୍ଥ ଲାଭ ହେବ ।

ଗୃହିଣୀ-ସୁଖଭାରା ଦିନଟି ।

ମିଥୁନ – ଅର୍ଥ ସଂଗ୍ରହରେ ପ୍ରତିଦ୍ଵନ୍ଦ୍ଵିତା କଲେ କିଛି ଲାଭ ହେବନି । ଆଜି ଟଙ୍କା ପଇସା କିମ୍ବା ଦରକାରି କାଗଜପତ୍ର ନ ପାଇ ବ୍ୟସ୍ତ ହେବେ । ସମସ୍ୟା ବଢିଚାଲିଥିବାରୁ କର୍ମକ୍ଷେତ୍ରରେ ବ୍ୟସ୍ତତା ବୃଦ୍ଧି ପାଇବ । ଜଣେ ବନ୍ଧୁଙ୍କ ଠାରୁ ଅର୍ଥ ସାହାର୍ଯ୍ୟ ପାଇ ଖୁସି ହେବେ ।ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କର୍କଟ –ମନର ଭାବନାକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ । ଆଜି କୌଣସି କ୍ଷେତ୍ରରେ ମଧ୍ୟ ଠିକ୍ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ । ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି-ସହଯୋଗ ମିଳିବ ।

ବ୍ୟବସାୟୀ-ଅର୍ଥ ହାନୀ ହେବ ।

ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ –କୌଣସି ଆନୁଷ୍ଠାନିକ କିମ୍ବା ସାସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି । ଯେତେ ଖୁସିରେ ରହିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ତାହା କରାଇ ଦେବ ନାହିଁ । ଯେଉଁôଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇଯିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ-ନୂଆ ଡିଲ୍ ମିଳିବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

କନ୍ୟା– ଅଫିସରେ ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି । ସୋମବାର ଯାହା କରିବେ ଭାବିଚିନ୍ତି ନ କଲେ ପରିସ୍ଥିତି ବିଗିଡିଯାଇପାରେ । ବହୁ ଚେଷ୍ଟା ପରେ ଋଣ ସୂତ୍ରରେ ଅର୍ଥ ପାଇବା ସକାଶେ ବନ୍ଧୁଙ୍କୁ ମନେଇ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ-ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି-ପ୍ରଶଂସିତ ହେବେ ।

ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ଦୈହିକ ଦୁର୍ବଳତା କର୍ମକ୍ଷତ୍ରକୁ ମନ୍ଥର କରିପାରେ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ । କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡିବେ ନାହିଁ । ଶୁଭ ରଙ୍ଗନାରଙ୍ଗୀ । ଶୁଭ ଅଙ୍କ ୧ ।

ଗୃହିଣୀ-ସୁଖ ଅନୁଭବ କରିବେ ।

ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ଛାତ୍ରଛାତ୍ରୀ-ସ୍ମରଣ ଶକ୍ତି ପାଇଁ  ବୁଧକାରକ ଚେର ବ୍ୟବହାର କରନ୍ତୁ ।

ରୋଗୀ – ସ୍ଵାସ୍ଥ୍ୟ ଅତୁଟ ରହିବ ।

ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ବିଛା – ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ନିରବରେ ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡିପାରେ । ସ୍ୱାସ୍ଥ୍ୟ ସମସ୍ୟା ନିତନ୍ତ୍ରଣ ମଧ୍ୟରେ ରହିବ । ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ କର୍ମଜହଞ୍ଜାଳ ମଧ୍ୟ ବୃଦ୍ଧି ପାଇବ । ବିବାଦିୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।

କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ –ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନଓ କରି ଆଶଙ୍କାଗ୍ରସ୍ତ ହେବେ । ପରିସ୍ଥିତି ବଦଳିଯିବ ଏବଂ ପ୍ରତ୍ୟେକ କ୍ଷେତ୍ରରେ ସ୍ୱଚିନ୍ତାଧାରା ଅନୁଯାୟୀ କାମ ହାସଲରେ ସମର୍ଥ ହେବେ । ପିଲାଙ୍କ ବିବାହ ସମ୍ପର୍କିତ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗାଯୋଗ କରି କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଗୃହିଣୀ-ସୁଖୀ ହେବେ ।

ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- ସ୍ଵକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ-ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

ରୋଗୀ-ସୁସ୍ଥ ଅନୁଭବ କରିବେ ।

ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ମକର –ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ । ବକେୟା ଅର୍ଥ ଆଜି ପାଇପାରନ୍ତି । ଭୁଲ୍ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ-ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।

କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସ୍ଵାଭିମାନୀ ହେବେ ।

ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ  – ସକାଳୁ ବିଭିନ୍ନ ନକାରାତ୍ମକ ଚିନ୍ତା ମନକୁ ବ୍ୟତିବ୍ୟସ୍ତ କରିବ ।ନିଜ ଲୋକଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ହୋଇପାରନ୍ତି । ସ୍ତ୍ରୀ କିମ୍ବା ଭାଇଙ୍କ ସ୍ଵାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଗୃହିଣୀ-ଧାର୍ମିକ ହେବେ ।

ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି-ସହଯୋଗ ମିଳିବ ।

ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମୀନ – ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କାଠି କର ପାଠ ହେବ ।ଚେଷ୍ଟା କରିଥିବା କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମନ ଖୁସିହୋଇଯିବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩।

ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।

କର୍ମଜୀବି-ପ୍ରଶଂସିତ ହେବେ ।

ବ୍ୟବସାୟୀ-  ସ୍ଵାଭିମାନୀ ହେବେ ।

ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

   Related Posts