Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ: ଲାଞ୍ଚ ନେଇ ନିଲମ୍ୱିତ ହେଲେ ରାଜସ୍ୱ ନିରୀକ୍ଷକ, କହିଥିଲେ ମୋ ମୁଣ୍ଡର ଦାମ୍‌ କଣ ୨୦୦ ଟଙ୍କା ?
  • ||
  • ବାରିପଦା:ସରକାରୀ ବସଷ୍ଟାଣ୍ଡ ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ୪ ଦୋକାନ ଓ ହୋଟେଲ ଭସ୍ମୀଭୂତ
  • ||

ଜୁଲାଇ ୧୪ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

14/07/2022 at 7:05 AM

ମେଷ– ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନାକୁ ଏଡି ହେବ ନାହିଁ । ଗୁରୁବାର ଆପଣ ନିକଟ ସମ୍ପର୍କୀୟଙ୍କ ଦ୍ୱାରା କାର୍ଯ୍ୟ ହାସଲ କରିବେ । ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ଗୁଡିକ ପ୍ରତି ଆଗ୍ରହୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି-ପ୍ରଶଂସିତ ହେବେ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ –ଆବଶ୍ୟକତା ପୁରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରିବେ । ପ୍ରତ୍ୟେକ କାର୍ଯ୍ୟ ସମସ୍ୟାବହୁଳ ହୋଇପଡିବା କାରଣରୁ ମାନସିକ ଅସ୍ଥିରତା ବୃଦ୍ଧି ପାଇବ । ମୃଗଶିରା ନକ୍ଷତ୍ରର ଘରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି-ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ-ସୁଖଭାରା ଦିନଟି ।

ମିଥୁନ – ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାକୁ ସମସ୍ୟା ବହୁଳ କରିପାରନ୍ତି। ଗୁରୁବାର କାମରେ ଆପଣଙ୍କୁ ପାଖ ପଡୋଶୀ ସାହାର୍ଯ୍ୟ କରିବେ । ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମାନସିକ ସ୍ଥିରତା ରହିବ ନାହିଁ ।ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – କଠୋର କଥା କହିବା କରଣରୁ ନିଜ ନିଜ ମଧ୍ୟରେ କଳହ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ସାହାର୍ଯ୍ୟ ମିଳିବ । ପ୍ରକାଶନ,ପରିବହନ, ପ୍ରଶାସନ ଓ ଓ ଆଇନ ଅଦାଲତରେ ସମସ୍ୟାର ସମାଧାନ ହୋଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

ଚାଷୀ-ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ସିଂହ – ରାଜନୀତିରେ, ରଚନାତ୍ମକ କାମରେ,  କଳା, ସାହିତ୍ୟରେ ପ୍ରଶଂସିତ ହେବେ । ଅଟକି ରହିଥିବା ଅର୍ଥଲାଭରୁ ମନ ଖୁସି ରହିବ । ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି-ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କନ୍ୟା –ମାଲିମୋକଦ୍ଦମାରେ ଆପୋସ ସମାଧାନ ଘଟିବ । ଧନହାନି ସାଙ୍ଗକୁ ପରିବାରର ଅଶାନ୍ତିର ଅଶଙ୍କା ରହିଛି । ଗୁରୁବାର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ । ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକ ସମୀକ୍ଷା କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

ତୁଳା – ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ସମସ୍ୟାର ସରଳ ସମାଧାନ ପାଇଁ ଉଦ୍ୟମ କଲେ ସଫଳତା ପାଇବେ । ଭଲ ସମ୍ପର୍କ ନ ଥିବା ସମକର୍ମୀଟିର ହସ୍ତକ୍ଷେପ ଫଳରେ କୌଣସି କାମ ଶେଷ ମୁହୁର୍ତ୍ତରେ ବିଗିଡିଯିବା ସମ୍ଭାବନା ରହିଛି । ଶୁଭ ରଙ୍ଗନୀଳ । ଶୁଭ ଅଙ୍କ ୮ ।

ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି-ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା – ସରକାରୀସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିବାର ସୁଯୋଗ ପାଇପାରନ୍ତି । ସାମାଜିକ ସ୍ତରରେ ଅନ୍ୟ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରି ଖୁସି ହେବେ । ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି-ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ-ସୁଖଭାରା ଦିନଟି ।

ଧନୁ – କାମଗୁଡିକ ସମ୍ପନ୍ନ ହେବାରେ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିପାରେ । ପରିବାରର ଅସ୍ୱାଭାବିକ ପରିସ୍ଥିତି ଆପଣଙ୍କ ସକାଶେ ଚିନ୍ତାର କାରଣ ହେବ । ଅବଶ୍ୟ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବା ସମ୍ଭାବନା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ମକର –ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେହ ଅସୁବିଧା ହେବ ନାହିଁ । ଆପଣଙ୍କର ବ୍ୟବହାର ବନ୍ଧୁଙ୍କ ମନରେ ଆନନ୍ଦ ଭରି ଦେବ । କୌଶଳ କ୍ରମେ ପ୍ରତିଦ୍ୱନ୍ଦ୍ୱିତା, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିପାରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି-ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  – ଦୀର୍ଘ ଦିନରୁ ପଡି ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବାରେ ନିଜର ତ୍ୟାଗ ଓ କୌଶଳ କାମକୁ ଆସିବ । କୌଣସି ଅତୀତ ଘଟଣା ବିଷୟରେ ଭାବପ୍ରବଣତା ଯୋଗୁ ସାୟାହ୍ନେ ନୈରାଶ୍ୟ ଅନୁଭବ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି-ପ୍ରଶଂସିତ ହେବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି-ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ-ଧାର୍ମିକ ହେବେ ।

   Related Posts