ଅଗଷ୍ଟ ୧୧ ତାରିଖ, ଗୁରୁବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
11/08/2022 at 7:07 AM

ମେଷ:~ ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାହନୀତିରେ ଚେଷ୍ଟା ସଫଳ ହୋଇପାରେ। ପରିବାରର ଯଥାର୍ଥ ଦାୟିତ୍ୱବାନ ହୋଇପାରନ୍ତି। ମନରେ ପ୍ରସନ୍ନତାଭାବ ଦେଖା ଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ।
ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୪
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ରୋଗୀ- ଅସୁସ୍ଥ ଅନୁଭବ କରିବେ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।
କର୍ମଜୀବି- ଅର୍ଥ ହାନୀ ହେବ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ:~ ଅଭାବ ନ ଥିଲେ ମଧ୍ୟ କେତେକ ସମସ୍ୟା ପାଇଁ ଚିନ୍ତିତ ରହିବେ।ସୁଯୋଗର ଉପଯୋଗ କରି କୃତକାର୍ଯ୍ୟ ହେବେ। ଭାଗ୍ୟବାନ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ ହେବ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ।
ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୨
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ:~ ଆର୍ଥିକ ଅଭିବୃଦ୍ଧି ଓ ସମ୍ମାନ, ପ୍ରତିଷ୍ଠା ମାନସିକ ସ୍ଥିତିକୁ ଋଦ୍ଧିମନ୍ତ କରିବ ।କର୍ମକ୍ଷେତ୍ରରେ ମନ ଦ୍ୱିଧାଗ୍ରସ୍ତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କୌଣସି କାରଣରୁ ମନରେ ଈର୍ଷାଜାତ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ:~ ଅଫିସ୍ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ ।ନୂତନ ଯୋଜନା ଫଳବତୀ ହେବ । ସମ୍ବର୍ଦ୍ଧିତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । କେବଳ ଜୀବନ ଯାପନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ସିଂହ:~ ବୈଷୟିକ ସୁଖ, ସମୃଦ୍ଧି, ଦ୍ରବ୍ୟଲାଭ, ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ର୍ପଫୁଲ୍ଲ ରହିବ ।ବଦଖର୍ଚ୍ଚରୁ ବିରତ ହେଲେ ଆର୍ଥିକ ସ୍ଥିତି ଅକ୍ଷୁଣ୍ଣ ରହିବ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା:~ ଆଜି ହଠାତ୍ ଆପଣ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ତତ୍ପର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା:~ ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେହ ସହାୟତା କରିବେ ।ମାନ-ଅଭିମାନ ଉପୁଜି ପାରେ । ଉଦାର ପ୍ରକୃତି ଯୋଗୁଁ ଆଦରଣୀୟ ହେବେ । ଦାନ-ଧର୍ମର ଦୀକ୍ଷା ଗ୍ରହଣ କରିପାରନ୍ତି । ସୁଖୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା:~ ପରିବାର ମଧ୍ୟରେ ନିଜର ମନୋଭାବ ହଠାତ୍ ପ୍ରକାଶ କଲେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।ଅଭାବ,ଅନଟନ ଦୂର ହେବ । ସୁଖ ସନ୍ତୋଷରେ ଦିନଟି ବିତିବ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହେବେ । କଥାର ସାବଲୀଳତାରେ ପରକୁ ଆପଣାର କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ଧନୁ :~ ସନ୍ତାନଙ୍କ ଗୌରବରେ ଗୌରବାନ୍ୱିତ ହୋଇପାରନ୍ତି ।ତରବର ନ ହୋଇ ଅପେକ୍ଷାରତ ହେଲେ ସୁଫଳ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମକର:~ ଆନୁଷଙ୍ଗିକ ସାହାର୍ଯ୍ୟ ସହ-ଯୋଗରୁ କାମ ହାସଲ ସହଜ ହୋଇଯିବ ।ଠିକଣା ସ୍ଥାନରେ ନିଜର ଦାବି ଉପସ୍ଥାପନ କରିବାର ସୁଯୋଗ ଜୁଟିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଋଣକ୍ଷେତ୍ରରେ ପାରଙ୍ଗମ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କୁମ୍ଭ:~ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।ଚଞ୍ଚଳ ସ୍ୱଭାବର ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଭାଷା ବିନିମୟ ପ୍ରୀତିଯୁକ୍ତ ହେବେ । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମୀନ:~ ଅର୍ଥ ସମ୍ପର୍କରୁ ଖୁସି ରହିବେ ଏବଂ ଆପୋସ ମିଳାମିଶା ରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ ।ମନପ୍ରସନ୍ନ ରହିବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଶୁଭ ରଙ୍ଗ:~ ନାରଙ୍ଗୀ, ଶୁଭ ଅଙ୍କ:~ ୪
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।