ଅଗଷ୍ଟ ୧୯ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
19/08/2022 at 7:07 AM

ମେଷ – ଆପଣଙ୍କ ଆକର୍ଷଣୀୟ ବ୍ୟବହାର ଅନ୍ୟମାନଙ୍କ ମନକୁ ଆକର୍ଷିତ କରିବ। ଆଜି ଶନି ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ ମନ ମୁତାବକ କାମ କରିବାରେ ବିଫଳ ହେବେ। ଅବଶ୍ୟ ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇ ଖୁସି ରହିବେ।
ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ।
ବୃଷ – ପରିସ୍ଥିତିକୁ ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦକ୍ଷେପ ନେବା ସକାଶେ ଚିନ୍ତା କରିବେ । ଧନସ୍ଥ ରାହୁ ଓ ଧନାଧିଙ୍କ ଦୁର୍ବଳତା କାରଣରୁ ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି। କର୍ମ କ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ ।
ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍।
ମିଥୁନ – ଶିଳ୍ପ, ବାଣିଜ୍ୟ, ପ୍ରଶାସନ , ଆଇନ, ଅଦାଲତ, କଳା, କାରିଗର କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବେ । ଧନାଧିପ ସପ୍ତମ ଭାବସ୍ଥ ପ୍ରଭାବରେ ଋଣ ପରିଶୋଧ କରିବା ସକାଶେ କିମ୍ବା ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇ ପାରନ୍ତି । କର୍ମକ୍ଷେତ୍ର, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି। ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ – ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଚନ୍ଦ୍ର ପାପଗ୍ରହଙ୍କ ପ୍ରଭାବରୁ ମୁକ୍ତ ଯୋଗୁ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ କିନ୍ତୁ ଅଶ୍ଳେଷା ନକ୍ଷତ୍ର ଯୋଗୁ କର୍ମବ୍ୟସ୍ତତା ବୃଦ୍ଧି ପାଇପାରେ । ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି ।
ଶୁଭ ରଙ୍ଗ ୟେଲୋ ଶୁଭ ଅଙ୍କ ୪ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ସିଂହ – ଆକସ୍ମିକ ଭାବରେ ଦୂରଯାତ୍ରା ଓ ବନ୍ଧୁ ମିଳନ ଘଟିବ । ସୁଯୋଗ ଅଭାବରୁ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ।
ରୋଗୀ- ଅସୁସ୍ଥ ଅନୁଭବ କରିବେ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ।
କର୍ମଜୀବି- ସମ୍ମାନିତ ହେବେ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ସୁଖ ଅନୁଭବ କରିବେ।
କନ୍ୟା – ଦୀର୍ଘ ଦିନର ଆଶା ଫଳବତୀ ହେବା ସମ୍ଭାବନା ରହିଛି । ଧନ ସ୍ଥାନକୁ ଧନାଧିପତି ଦେଖୁଥିବାରୁ ହଠାତ୍ ଆଜି ବହୁତ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଘରେ ଆସି ଟଙ୍କା ଦେଇଯିବ । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି
ଶୁଭ ରଙ୍ଗ ବ୍ରାଉନ୍ ଶୁଭ ଅଙ୍କ ୭
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା – ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ଅଫିସ୍ କାମରେ ବ୍ୟସ୍ତ ଥିବା ସମୟରେ ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କର ସମସ୍ତ ଆଶା ଓ କାମନା ପୂର୍ଣ୍ଣତା ଲାଭ କରିବ । ଆଇନର ସହାୟତା ନେଇ ମାଲିମୋକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ଶୁଭ ରଙ୍ଗ ଗ୍ରୀନ୍, ଶୁଭ ଅଙ୍କ ୨
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ।
ବିଛା – ପ୍ରକାଶନ, ଯାତ୍ରା, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଅଷ୍ଟମାଧିପତି ନବମ ଭାବରେ ରହି ଆପଣଙ୍କ ଉଦ୍ୟମ ଓ ଚିନ୍ତାଧାରାକୁ ବିକ୍ଷିପ୍ତ କରିପାରନ୍ତି। ଆଜି ଘର କାମ ସାଙ୍ଗକୁ ଅଫିସ୍ କାମର ଚାପ ବଢିଯିବା କାରଣରୁ ବ୍ୟସ୍ତତା ବଢି ଯାଇପାରେ ।
ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ – କେତେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବାକୁ ପଡିପାରେ । ରାହୁ ଓ ରାଶିରେ ପାପଗ୍ରହ ପ୍ରଭାବରେ ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ ।ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜ ସ୍ଥାନରେ ବେଶ୍ ଖୁସୀରହିବେ ।
ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମକର – ଆତ୍ମୀୟମାନେ ସହ-ଯୋଗ କରିବାକୁ ପଡିପାରେ । ଶନି ଓ ଚନ୍ଦ୍ରଙ୍କ ସ୍ଥିତି କାରଣରୁ ଆପଣ ଭାବୁଥିବା ଗୋଟିଏ କଥା କହିଲା ବେଳକୁ ତାହା ଓଲଟା ହୋଇ ଯାଇପାରେ । ଫଳରେ ବନ୍ଧୁଙ୍କ ସହ ବିତର୍କଜନିତ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ
ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ।
କୁମ୍ଭ – ଆତ୍ମୀୟମାନେ ସହ-ଯୋଗ କରିବାରୁ ତାଙ୍କ ପ୍ରଶଂସାରେ ଶତମୁଖ ହେବେ । ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ କିନ୍ତୁ ସାମୟିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ । ପରିବାରରେ କାହାର ସ୍ୱାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିପାରେ । ଶୁଭ
ରଙ୍ଗ ନୀଳ, ଶୁଭ ଅଙ୍କ ୪।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ।
ଗୃହିଣୀ- ସୁଖ ଅନୁଭବ କରିବେ।
ମୀନ – ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିବାର ଆଶଙ୍କା ରହିଛି । ଦୀର୍ଘ ଦିନରୁ ଲାଗି ରହିଥିବା ରୋଗ, ଋଣ ଯୋଗୁ ବ୍ୟସ୍ତ ରହିପାରନ୍ତି । ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମୋକଦ୍ଦମା ସମାଧାନ ହୋଇଯିବ ।
ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।