ସେପ୍ଟେମ୍ବର ୧୬ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 16, 2022 IST

ମେଷ – ପ୍ରତ୍ୟେକ କାର୍ଯ୍ୟ ସୁବିଧାରେ ସମ୍ପନ୍ନ ହୋଇଯିବ । ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସୁସ୍ଥତା ଅନୁଭବ କରିବେ। କାମ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ନେବାକୁ ପଡିପାରେ । ସୁଯୋଗର ଉପଯୋଗ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – କୃଷ, ବାଣିଜ୍ୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ସଭାସମିତିରେ ସଫଳତା ହାସଲ କରିବେ, କିନ୍ତୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । କଷ୍ଟ ଦାୟକ କାର୍ଯ୍ୟରୁ ମୁକ୍ତ ହୋଇପାରନ୍ତି । ଶ୍ରମର ମୂଲ୍ୟାଙ୍କନ ହେବ ।

ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ମିଥୁନ – ଗୃହକୁ କିଛି ମୂଲ୍ୟବାନ୍ କିମ୍ବା ସୌଖିନ ପଦାର୍ଥ ଆଣିପାରନ୍ତି । ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସୂଚନା ରହିଛି । ଆଶା କରୁଥିବା ସାହାର୍ଯ୍ୟ ମିଳିବ, ତଥାପି ଧନକ୍ଷୟର ଆଶଙ୍କା ଅଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ- ସ୍ୱାସ୍ଥ୍ୟ, ଚାକିରି ଓ ଅର୍ଥ ସମ୍ପର୍କିତ କର୍ମରେ ସମସ୍ୟା ଦେଖା ଦେବ । ଶେଷ ସମୟରେ ସୁଯୋଗ ହାତଛଡା ହୋଇପାରେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାରେ ହେଳା କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି ।

ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ – ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । କାମର ଚାପ ପ୍ରଭାବରୁ ଟେନ୍‌ସନ କିଛି ମାତ୍ରାରେ ଲାଗି ରହିବ । ପ୍ରତ୍ୟେକ କ୍ଷେତ୍ରରେ ସୁଫଳ ଲାଭ ସକାଶେ ଆଶାବାଦିନୀ ହେବେ । ଉପକାରୀର ପ୍ରତ୍ୟୁପକାର କରିବାକୁ ଚେଷ୍ଟା କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖୀ ହେବେ ।

କନ୍ୟା – ଖଳ ପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି କିନ୍ତୁ କିଛି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଗୃହକାର୍ଯ୍ୟ ଆନନ୍ଦଦାୟକ ହେବ । ବିଚାର ବିମର୍ଶ ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ ।

 ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ

ନିଅନ୍ତୁ ।

ତୁଳା – ବନ୍ଧୁମାନଙ୍କ ସହାନୁଭୂତି ପାଇବା କଷ୍ଟକର ହୋଇପଡିବ । ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପଡୋଶୀମାନଙ୍କ ଫମ୍ପା ଉପଦେଶ ଆପଣଙ୍କ ପକ୍ଷେ ବିରକ୍ତିକର ହୋଇପାରେ ।

ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ଅଫିସ୍ ରେ ଗୁରୁତ୍ୱ ପୂର୍ଣ୍ଣ କାମ ଗୁଡିକ ସମ୍ପର୍କରେ ଆଲୋଚନା ଅସମାପ୍ତ ରହିପାରେ । ଅର୍ଥ ସଂକଟ ହେତୁ କାମଗୁଡିକସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ । ସୁଦୃଢ ମନୋବଳକୁ ପାଥେୟ କରି କାର୍ଯ୍ୟ ସମ୍ପାଦନ କରିବେ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ ।

ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ଧନୁ – ପଡୋଶୀଙ୍କ ସହାୟତାରେ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଦେବ ଦର୍ଶନ ସାଙ୍ଗ କୁ ନୂତନ ଦର୍ଶନୀୟ ସ୍ଥାନ ପରିଭ୍ରମଣ ର ସୁଯୋଗ ଜୁଟିପାରେ । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ । ଆଶାବାଦୀ ହୋଇପାରନ୍ତି । ଆଶା ପୂରନ ହେବ । କର୍ମକୁଶଳତା ପ୍ରକାଶ ପାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର – ଏକାଧିକ କାମରେ ମନୋନିବେଶ କରି ବ୍ୟସ୍ତତା ପ୍ରକାଶ କରିବେ । ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ମନରେ ବ୍ୟାକୁଳତା ବୃଦ୍ଧି ହୋଇପାରେ । ସୌଜନ୍ୟତା ପ୍ରକାଶ କରିପାରନ୍ତି ।

ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ – ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଦେଖି ଚାହିଁ ପଦକ୍ଷେପ ନେବା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ବ୍ୟୟ ଯୋଗ ଅଛି । ଧର୍ମାସକ୍ତ ହେବେ । ମତିମାନ ହୋଇପାରନ୍ତି । ପୁତ୍ର,ମିତ୍ର ହେତୁକ ସୁଖ ଭୋଗ କରିବେ ।

ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପରକୁ ଆପଣାର କରିବେ ।

ମୀନ – କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତି କୁ ସୁଧାରିନେବେ । କଚେରି ମାମଲା ମନ୍ଥର ଯୋଗୁ ସାମୟିକ ଚିନ୍ତାଶୀଳ ହୋଇପାରନ୍ତି । ପ୍ରୟୋଗାତ୍ମକ କୌଶଳ କାରଣରୁ ଅସାଧ୍ୟ କାମ ସାଧନ କରିବାରେ ସମର୍ଥ ହେବେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ଭଲ । ମନସ୍କାମନା ପୂରଣ ହୋଇପାରେ ।

ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ଗୃହିଣୀ- ସୁଖୀ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.