ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ନଭେମ୍ବର ୨୦ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

20/11/2022 at 7:24 AM

ମେଷ– ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତଦ୍ୱର୍ନ୍ଦ୍ୱ ଲାଗି ରହିବ । ସ୍ୱେଚ୍ଛାକୃତ ଭାବରେ ଏକ ମହତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିବେ । ଅବଶ୍ୟ ପରିସ୍ଥିତି ପ୍ରତି ସତର୍କ ରହି କାମ କରନ୍ତୁ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ ।ପ୍ରତ୍ୟେକ କାର୍ଯ୍ୟ ତ୍ୱରାନ୍ୱିତ ହେବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ – ସଦା ବେଳେ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃ ବିବାଦ ଦେଖା ଦେଇପାରେ । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦ୍ଦ୍ୱର୍ନ୍ଦ୍ୱ ସୃଷ୍ଟି ହୋଇପାରେ ।ଆଜିର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଶ୍ରେୟ ମଣିବେ । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଗୃହିଣୀ-ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ମିଥୁନ – ଅବଶ୍ୟ, ଆଜି ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ । କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ପରିବାରରେ କାହା କଥା ସହ ଅନ୍ୟର କାହାର କଥା ମିଶିବ ନାହିଁ, ଫଳରେ ମତଦ୍ୱୈଧ ଘଟିବ ।ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ ।ପରମ ସୌଭାଗ୍ୟଶାଳୀ ହେବେ । ପ୍ରବାସୀ, ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ସିଂହ – ଆଜି ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ । ପରିବହନ, ପ୍ରଶାସନ, ପ୍ରକାଶନ , ଆନୁଷ୍ଠାନିକ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ପଡୋଶୀଙ୍କ ସହ ପିଲାମାନଙ୍କୁ କେନ୍ଦ୍ର କରି ବିବାଦଗ୍ରସ୍ତ ହୋଇପାରନ୍ତି । ସର୍ବଶକ୍ତିମାନ୍ ହୋଇପାରନ୍ତି । ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଧନ ପ୍ରାପ୍ତ ଓ ଐଶ୍ୱର୍ଯ୍ୟଯୁକ୍ତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଅର୍ଥଲାଭ ପାଇଁ ପ୍ରଯତ୍ନ କରିବେ ଓ ଏଥିପାଇଁ ବନ୍ଧୁଙ୍କୁ ନେହୁରା ହେବାକୁ ପଡିବ । ଆର୍ଥିକ ସଂକଟ ମଧ୍ୟ ଦେଇ ଗତି କରିବାକୁ ବାଧ୍ୟ ହେବେ । ସତର୍କରେ ନ ଚଳିଲେ କେତେକ ସମ୍ଭାବ୍ୟ ଅସୁବିଧା ଭୋଗ କରିବାକୁ ପଡିପାରେ । କୌଣସି କଥାରେ ଅନ୍ୟମାନଙ୍କୁ ପୂର୍ଣ୍ଣ ବିଶ୍ୱାସ କରି କା କରିବା ଠିକ୍ ହେବ ନାହିଁ । ଚଞ୍ଚଳମନା ଓ ସ୍ନେହ ବୋଳା କଥା କହି ପରକୁ ଆପଣାର କରିବାରେ ସକ୍ଷମ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ତୁଳା – ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ଅର୍ଥ ଓ ସମ୍ମାନ ଲାଭ କାରଣରୁ ଶୁକ୍ର ଚନ୍ଦ୍ର ଙ୍କ ସଂଯୋଗ ରୁ ମନ ପ୍ରଫୁଲ୍ଲ ରହିବ ।ନିଜ ଲୋକମାନେ ଈର୍ଷା ପରାୟଣତା କାରଣରୁ ଦାଉ ସାଧିପାରନ୍ତି । ଶୁଭଯୋଗ ଅଛି । ସୁସ୍ଥ ଓ ନୀରୋଗ ଶରୀରଯୁକ୍ତ ଏବଂ ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳମନା ପାଇଁ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ବହୁତ ଦିନରୁ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ । ପଡୋଶୀମାନେ ମଧ୍ୟ ଭୁଲ୍ ବୁଝାମଣା କାରଣରୁ ସାଧାରନ କଥାରେ ମଧ୍ୟ କଳହ କରିବେ । କର୍ତ୍ତବ୍ୟନିଷ୍ଠ ଓ ଦୟାଳୁ ସ୍ୱଭାବର ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ଧନୁ – ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁମିଳନ ଘଟିବ । ସାଧାରଣ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । କୌଣସି ନୁତନ ଯୋଜନା ସଙ୍ଗକୁ କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି । ପରିବାରର ସହ-ଯୋଗ ଓ ସମର୍ଥନ ଆଜିର କାମରେ ଆପଣଙ୍କୁ ବହୁ ସାହାର୍ଯ୍ୟ କରିବ । ଜନମଙ୍ଗଳ ପାଇଁ ଉଦ୍ୟମ ଜାରି ରଖିବେ । ଶୁଭ ରଙ୍ଗ ଲାଇଟ୍ ପିଙ୍କ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ମକର – କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି ।ଉତ୍ତମ ବୁଝାମଣା ଜନିତ ପରିବାର ଭିତରେ ସୌହାର୍ଦ୍ୟତା ମଧ୍ୟରେ କାମ କରିବେ । ବନ୍ଧୁମାନଙ୍କ ଗହଣରେ ନିଜ ନିଜର ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ । ସମ୍ମାନିତ ଓ ଖର୍ଚ୍ଚାନ୍ତ ହୋଇପାରନ୍ତି । ପରିସ୍ଥିତିରେ ପଡି ଈର୍ଷା ପରାୟଣ ହେବେ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କୁମ୍ଭ – ପ୍ରିୟ ବନ୍ଧୁ ଠାରୁ ପାଇବାକୁ ଥିବା ବକେୟା ଟଙ୍କା ପାଇଁ ସମସ୍ୟା ଉପୁଜିପାରେ । ଭ୍ରମଣ, ଦେବ ଦର୍ଶନ ସାଙ୍ଗ କୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ ।ପିଲାମାନଙ୍କ ସ୍ୱାସ୍ଥ୍ୟ ଓ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଅସାଧ୍ୟ ସାଧନ କରି ପାରନ୍ତି । ଆନନ୍ଦ ଉତ୍ସବ ଲାଗି ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ର କରି ମନ ଅଶାନ୍ତି ରହିପାରେ ।କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ । ଯୋଗାଯୋଗ ଶୁଭଦାୟକ ହେବ । ଭାଇମାନଙ୍କ ପ୍ରତି ସ୍ନେହ,ଶ୍ରଦ୍ଧା ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ଏବଂ ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହୋଇ ସମ୍ମାନିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

   Related Posts