ନଭେମ୍ବର ୩୦ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 30, 2022 IST

ମେଷ:~ ବିଳମ୍ବିତ ସମୟରେ ଅଭିଳାଷ ପୂରଣ ହେବ ତଥାପି ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସ୍ଥାନ ପାଇବ। ଆଜି ସକାଳୁ ଅଫିସ କାମରେ ଦୂର ଯାତ୍ରା କରିବାକୁ ପଡିବ। ବ୍ୟବସାୟ, ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଅତିପ୍ରିୟ ବନ୍ଧୁଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ।

ଶୁଭ ରଙ୍ଗ:~ ଲାଲ୍‌,, ଶୁଭ ଅଙ୍କ:~ ୮

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ :~ ବନ୍ଧୁଙ୍କ ସାହାର୍ଯ୍ୟରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ । ରୋଗ ଶଯ୍ୟାରେ ପଡିଥିବା ନିକଟ ସମ୍ପର୍କୀୟଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବ । ଉପକାର କରିଥିବା ବ୍ୟକ୍ତି ଙ୍କ ଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡିବ । ଶତ୍ରୁ ଠାରୁ ଦୂରତା ରଖି କାମ କରିବା ଭଲ । ରତବରିଆ ଭାବରେ ନିଜର କାମଗୁଡିକ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ଶୀଳ୍ପ, ବାଣିଜ୍ୟ, ସାମ୍ବାଦିକତା ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୨

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ:~ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଘର କାମ ଛାଡି ଉପରିସ୍ଥ ନିର୍ଦ୍ଦେଶରେ କାମ କରିବାକୁ ବାଧ୍ୟ ହେବେ। ଶତ୍ରୁ କବଳରୁ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହେବେ। ଆଜି ଆକସ୍ମିକ ଭାବରେ ସମସ୍ୟାର ସରଳ ସମାଧାନ ହୋଇଯିବ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପ୍ରଯତ୍ନ କଲେ ସଫଳ ହେବେ। ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ପରିବାରର ସଦସ୍ୟଙ୍କ ତରଫରୁ ସମସ୍ୟା ଆସିପାରେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~  ୬

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ:~ ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। ସନ୍ତାନଙ୍କ ଚିନ୍ତା ଦୂର ହେବ। ବନ୍ଧୁଙ୍କ ସଦ୍ଭାବ ଓ ସହକର୍ମୀଙ୍କ ସହ-ଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ। ଘରୋଇ ବ୍ୟାପାରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ ସମସ୍ୟା ସୁଧାରି ନେବାରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ।

ଶୁଭ ରଙ୍ଗ:~  ଗ୍ରୀନ୍, ଶୁଭ ଅଙ୍କ:~  ୯ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ:~ ସାମାଜିକ ସ୍ତରରେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପ ମଧ୍ୟରେ କାମ କରି ଚାଲିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ତରରେ ଅନ୍ତଦ୍ୱର୍ନ୍ଦ୍ୱ ଲାଗି ରହିବ। 

ଶୁଭ ରଙ୍ଗ ପିଙ୍କ୍‌, ଶୁଭ ଅଙ୍କ:~  ୩

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା:~ ବ୍ୟବସାୟିକ ଦିଗରୁ ଦିନଟି ଭଲ କିନ୍ତୁ ସମ୍ପୂର୍ଣ୍ଣ ସନ୍ତୋଷଜନକ ହେବ ନାହିଁ । ସଭାସମିତି ରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । କୌଣସି ବ୍ୟକ୍ତି ଠାରୁ ହଠାତ୍ ଦୁଃଖଦ ଖବର ପାଇ ବିଚଳିତ ବୋଧ କରିପାରନ୍ତି । ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି ।

ଶୁଭ ରଙ୍ଗ:~  ନୀଳ, ଶୁଭ ଅଙ୍କ:~  ୭

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା:~ ଯୋଜନାନୁଯାୟୀ କାର୍ଯ୍ୟ କରିବେ, ହେଲେ ପ୍ରତିବନ୍ଧକର ସାମନା କରିବେ । ପାରିବାରିକ ଭୁଲ୍ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ । ପଡୋଶୀମାନେ ବିଭିନ୍ନ ପ୍ରକାରର ଝମେଲା କରିପାରନ୍ତି । ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ଲୋଡିପାରନ୍ତି । ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ଆଶଙ୍କା ରହିଛି ।

ଶୁଭ ରଙ୍ଗ ପିଚ୍, ଶୁଭ ଅଙ୍କ ୧ ।

ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।

ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା:~ ପଡୋଶୀ ଈର୍ଷା ମନୋଭାବ ପୋଷଣ କରି ସମାଲୋଚନା କରିପାରନ୍ତି। ଆଜି ଅପରାହ୍ନ ରେ ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟ କରିବାରେ ସମର୍ଥ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତା ପୂରଣ କରିବେ। ବ୍ୟବସାୟ ଓ ପରିବହନରେ ଦେଖି ଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ ।

ଶୁଭ ରଙ୍ଗ:~ କ୍ରୀମ ଶୁଭ ଅଙ୍କ:~  ୭

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ:~ ସ୍ୱାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଚିନ୍ତା କରିବାକୁ ପଡିପାରେ । ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ରେ ଉନ୍ନତି ଘଟିବ । ରାସ୍ତାରେ ଅପରିଚିତଙ୍କୁ ବିଶ୍ୱାସ କରି ଖାଲରେ ପଡିପାରନ୍ତି । କର୍ମକ୍ଷେତ୍ରରେ ଉତ୍ତରଭାଦ୍ରପଦ ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ  କରିପାରନ୍ତି । ମାନସିକ ସନ୍ତୁଳନ ରକ୍ଷାରେ ଅସମର୍ଥ ହେବେ ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୫

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର:~ ସାହିତ୍ୟ ଚର୍ଚ୍ଚା, ଶାସ୍ତ୍ରାଲୋଚନା, ସତ୍ ସଙ୍ଗ, ଆଧ୍ୟାତ୍ମିକ ଚିନ୍ତନ କ୍ଷେତ୍ରରେ ସହ-ଯୋଗ ଲାଭ କରି ଖୁସି ହେବେ। ଆକସ୍ମିକ ଭାବେ କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଜମେଲା ଭିତରେ ହିଁ ସମ୍ପନ୍ନ ହେବ। ପରୋକ୍ଷ ଶତ୍ରୁତା କାରଣରୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଅଟକିଥିବା କାମଟି ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କରାଇ ନେବ।

ଶୁଭ ରଙ୍ଗ:~ ପିଙ୍କ,  ଶୁଭ ଅଙ୍କ:~ ୨

ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ:~ ସାଧାରଣ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବ, ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ମନ ବୁଝିଲା ଭଳି କଥା କହି କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି । ସ୍ୱାସ୍ଥ୍ୟ ହାନି ଘଟିପାରେ। ପୁନଶ୍ଚ ବିଭିନ୍ନ ପ୍ରକାରର ଘରୋଇ ଅଶାନ୍ତି କାରଣରୁ ମନଟା ଭଲ ରହିବ ନାହିଁ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ। ନତୁବା ହଜିଯିବାର ସମ୍ଭାବନା ରହିଛି ।

ଶୁଭ ରଙ୍ଗ:~  ନୀଳ, ଶୁଭ ଅଙ୍କ:~  ୬

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ।

ରୋଗୀ- ଚକ୍ଷୁ ପୀଡା ହେବ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ।

ମୀନ:~ ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖା ଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କେତେକ କାମ ହାସଲ କରିବେ। ସାମଗ୍ରିକ ଦୃଷ୍ଟି କୋଣରୁ ଦିନଟି ପ୍ରୀତିପ୍ରଦ ରହିବ। ଆର୍ଥିକ ପରିସ୍ଥିିତି ବଦଳାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ଉପାୟ ଅବଲମ୍ବନ କରିପାରନ୍ତି। ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲରେ ଆଜିର ଯାତ୍ରାରେ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୩

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ।

କର୍ମଜୀବି- ଅର୍ଥ ହାନୀ ହେବ।

ବ୍ୟବସାୟୀ- ଅର୍ଥ ହାନୀ ହେବ।

ଗୃହିଣୀ- ସୁଖଭରା ଦିନଟି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.