ଡିସେମ୍ବର ୦୫ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 05, 2022 IST

ମେଷ – ନୂଆ ନୂଆ କାମ ହାତକୁ ନେବେ, ଧାର୍ମିକ ବାତାବରଣ ଭିତରେ ରହିବେ । ଋଣ ପରିଶୋଧ, ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚ କରିପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ଆଜି କର୍ମସ୍ଥାନରେ ଚତୁଃଗ୍ରହଯ୍ଧେଜ୍ଞ ପାରିବାରିକ ଜୀବନକୁ କୁସୁମିତ କରିବ । ଭାଗ୍ୟସ୍ଥ ଶୁକ୍ର ଅର୍ଥାଗମର ରାସ୍ତା ଉନ୍ମୁକ୍ତ କରି ବିଳାସ ବ୍ୟସନରେ ମଧ୍ୟ ବ୍ୟୟ କରାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ, ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ଆର୍ଥିକ ଅଭାବ ଓ ଅନଟନ କୁ ଦୂରେଇବାରେ ବନ୍ଧୁ ସାହାର୍ଯ୍ୟ କରିବେ । ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ । ନିଜ ଲୋକଙ୍କୁ ପକ୍ଷଭୁକ୍ତ କରାଇବାରେ ଅସୁବିଧା ରହିବ ନାହିଁ । ଗତକାଲିର ବାକି ପଡିଥିବା କାମକୁ ଆଜି ପୁରାଦମରେ କରିବା ସକାଶେ ନିଷ୍ପତ୍ତି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ - ଲୋକପ୍ରିୟତା ବୃଦ୍ଧି ସାଙ୍ଗକୁ ସ୍ଥଗିତ କାମ ସମ୍ପନ୍ନ କରିବାର ମଓକା ଜୁଟିବ । ପ୍ରକାଶନ, ପ୍ରଶାସନ, ଆଉନ ଅଦାଲତ, କଳା ସାହିତ୍ୟ ଓ ସମ୍ବାଦିକତା କ୍ଷେତ୍ର ମନ୍ଦ ହେବନି । ଆଜି ଆପଣ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହେବେ । ଧନସ୍ଥାନକୁ ଏକାଧିକଗ୍ରହ ଦୃଷ୍ଟି ହେତୁ ଅର୍ଥଲାଭ ଅବଶ୍ୟମ୍ଭାବୀ । ପାରିବାରିକ ଭୁଲ୍ ବୁଝାମଣା ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟି କରିବ । । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ- ସହକର୍ମୀ କିମ୍ବା ବନ୍ଧୁଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି । ଅନ୍ୟମନସ୍କତା କାରଣରୁ କିମ୍ବା ଭୁଲ ହିସାବରୁ, ଅଲଗା ସ୍ଥାନରେ ରଖି ଦେଇଥିବା ଟଙ୍କା, ସୁନା ପ୍ରଭୃତି ସକାଶେ ବ୍ୟସ୍ତତା ବଢିଯିବ । ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ଶୁକ୍ର ଓ ମଙ୍ଗଳ ସନ୍ତାନଙ୍କ ସ୍ୱାସ୍ଥ୍ୟହାନିରୁ ଚିନ୍ତିତ କରିପାରେ । କିନ୍ତୁ ସପ୍ତମସ୍ଥ ଗ୍ରହ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ଓଲଟା ଫଳ ଦେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖୀ ହେବେ ।

ସିଂହ – କର୍ମକ୍ଷେତ୍ର ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଜମିଜମା କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ସାଧାରଣ ଘଟଣାକୁ ଅତିରଞ୍ଜିତ କରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଚତୁର୍ଥସ୍ଥ କେତୁ ହେତୁ ପାରିବାରିକ ଅଶାନ୍ତି ଲାଗି ରହିବ । ଯାନବାହନରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପା, ଅଧସ୍ତନ ଙ୍କ ସୌହାର୍ଦ୍ଦ୍ୟଜନିତ ମାନସିକ ସ୍ଥିତି ଭଲ ରହିବ । ଅର୍ଥ ସମ୍ପର୍କ, ବ୍ୟବସାୟ , ଯାତ୍ରା, ଆଲୋଚନା , ଆନୁଷ୍ଠାନିକ କାମ , ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଅସଜଡା କାମକୁ ଆଜି ହିଁ ସଜାଡି ନେବା ପାଇଁ ଚେଷ୍ଟା କରିବେ । ସଭାସମିତିରେ , ଆନିଷ୍ଠାନିକ କାମରେ, ଅଫିସିଆଲ ଆଲୋଚନାରେ ସମୟ କଟାଇବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ନୂତନ କର୍ମାରମ୍ଭ ସକାଶେ ଯୋଜନା କରିବାକୁ ମନସ୍ଥ କରିବେ । । ବିଭିନ୍ନ ସମସ୍ୟାକୁ ବିମର୍ଷ ରହିପାରନ୍ତି । ସନ୍ତାନ ହେତୁକ ଚିନ୍ତା ଦୂର ହେବ । ଆପଣଙ୍କ କୌଣସି କାମ ଅଟକିବ  ନାହିଁ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ତୁଳାନାତ୍ମକ ବିଚାର କରି କର୍ମାରମ୍ଭ ସକାଶେ ମନ ବଳାଇବେ । ମନେ ମନେ ଭାବୁଥିବା କୌଣସି ଦ୍ରବ୍ୟଲାଭରୁ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ଈର୍ଷାପରାୟଣ ମନୋବୃତ୍ତି ହେତୁ ବନ୍ଧୁଙ୍କ ଆଚରନ ସନ୍ଦେହ ସୃଷ୍ଟି କରିପାରେ । ସନ୍ତାନ ହେତୁକ ଶିକ୍ଷା କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ଭାଗ୍ୟସ୍ଥାନକୁ ଏକାଧିକଗ୍ରହ ଦେଖୁଥିବାରୁ ସମସ୍ୟା ଦୂର ହୋଇ ସୌଭାଗୟ ଅନୁଭବ କରିବେ । ବନ୍ଧୁମାନଙ୍କ ସହାୟତାରେ ଆର୍ଥିକ ପରିସ୍ଥିତିରେ ସୁଧାର ଆସିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ସୁଖ, ଶାନ୍ତିରେ ନ ରଖାଇ ଦେଲା ଭଳି ଅନୁଭବ ଆସିପାରେ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି । ସ୍ୱାସ୍ଥ୍ୟରେ ଉନ୍ନତି ସହ ରାଜନୀତି, ସାଂଗଠନିକ କ୍ଷେତ୍ରରେ ସହ-ଯୋଗର ଅଭାବ ରହିବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ବିଭିନ୍ନ ଯୋଜନାର ପରିକଳ୍ପନା ଧିମା ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ନିର୍ମାଣାଧୀନ କାମକ୍ଷେତ୍ରରେ ବାଧା ଉପୁଜିବ । ରାଜନୈତିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ମାନସିକ ଓ ଶାରୀରିକ ସ୍ୱାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ଖୁସି ରହିବେ । ଏକାଧିକ କାମରେ ଅନୁପ୍ରବେଶ କରି ମାନସିକ ଶାନ୍ତିକୁ ନଷ୍ଟ କରିପାରନ୍ତି । ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ କିମ୍ବା  ସନ୍ଦହ ଓ କ୍ଲ୍ ବୁଝାମଣା ଅଶାନ୍ତିର କାରଣ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ - ବିବାଦୀୟ ଘଟଣାରେ ପ୍ରତିବାଦୀ ହାର ମାନିବେ ଓ ମାଲିମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ବିଭିିନ୍ନ ପ୍ରକାରର ସମସ୍ୟା ଜାଲରେ  ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇପାରନ୍ତି ।  ଗୁରୁଙ୍କ ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହ ଜନ ସମାଜରେ ଆଦରଣୀୟ ରହିବେ । ଆପଣଙ୍କ ବହୁତ ଦିନର ଅଭିଳାଷ ଅପରାହ୍ନ ସମୟରେ ପୂରଣ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥ ଲାଭ କରିବେ । ଅପରାହ୍ନ ରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଆଜିର ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । କର୍ମସ୍ଥାନରେ ଶୁକ୍ର ଯୋଗ କାମ ଅଗ୍ରଗାମୀ କରାଇବାରେ ସାହାର୍ଯ୍ୟ କରିବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ ସଙ୍ଗକୁ ନିଜ ଲୋକଙ୍କୁ ନିକଟରେ ପାଇ ଦୁଃଖ ଶୋକ ଭୁଲି ଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.