ଡିସେମ୍ବର ୦୭ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 07, 2022 IST

ମେଷ – ବନ୍ଧୁମାନଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଅଧୈର୍ଯ୍ୟ ନ ହୋଇ  ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ । ଆୟ ଆଶାନୁରୂପ ହେବ । ବିଚାର ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି। ଶତ୍ରୁ ଉପରେ ବିଜୟ ହାସଲ କରିବେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୧ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଗ୍ରହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ – କର୍ମକ୍ଷେତ୍ରରୁ ଫେରିବା ବାଟରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ପୂର୍ବରାଗ ସୁଝାଇବାକୁ ଯାଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଧାର୍ମିକ ଚିନ୍ତାଧାରା ଲାଭପ୍ରଦ ହେବ । କର୍ତ୍ତବ୍ୟ ନିଷ୍ଠା ଆପଣଙ୍କୁ ମହାନ୍ କରି ଗଢି ତୋଳିବ । କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଯାନବାହନ ସୁଖ ମିଳିବ । ବିନୀତ ସ୍ୱଭାବର ହେବେ । ପତ୍ନୀଙ୍କ ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ – ଖାଦ୍ୟପେୟର ଅନିୟମିତତା ସ୍ୱାସ୍ଥ୍ୟହାନୀର କାରଣ ହୋଇପାରେ । ହିତୈଷୀମାନଙ୍କ କଥା ମାନି ଚଳିଲେ କେତେକାଂଶରେ ଉପକୃତ ହେବେ । ଜମିଜମା ସମ୍ବନ୍ଧୀୟ ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ପାରିବାରିକ ସୁଖ ମିଳିବ । ବ୍ୟବସାୟ ଲାଭଜନକ ହେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ଅଭିଳଷିତ ଜିନିଷ ନ ପାଇବା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । ପରିବାରର ବରାଦ ଅନୁଯାୟୀ ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି । ଶିଳ୍ପ , ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ । ସତର୍କତା ଆପଣଙ୍କ ପାଇଁ ସୁରକ୍ଷା କବଚ ହେବ । ତ୍ୟାଗପୁତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ବିବିଧ ଧନର ଅଧିକାରୀ ହୋଇପାରନ୍ତି । ନୀତିନିଷ୍ଠ, ଚଞ୍ଚଳମନା ଓ ଅତିସୁଖୀ ହେବେ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୨ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ସିଂହ – ଜଣେ ବନ୍ଧୁଙ୍କ ସହ-ଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ । ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ । ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଶୁଭଙ୍କର ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବନ୍ଧୁ ସାହାର୍ଯ୍ୟ ପାଇ ଉପକୃତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଆକସ୍ମିକ ଭାବରେ ପାଖକୁ ଆସିଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଆର୍ଥିକ କଷ୍ଟ ଅନୁଭବ କରିପାରନ୍ତି । ହସଖୁସିରେ ସମୟ ବିତାଇବେ । ଗୋଷ୍ଠୀ, ନଗର କିମ୍ବା ଗ୍ରାମର ଅଧିପତି ହେବେ । ବଡ ଲୋକଙ୍କ କଥା ସୁଣିଲେ ଠଳାମିରେ ପଡିବେ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ତୁଳା – ଆଜିର କର୍ମକ୍ଷେତ୍ରରେ ଯେକୌଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟାକୁ ସୁଧାରି ନେଇ ପାରିବେ । ଗୃହ ସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ । ପଡୋଶୀଙ୍କ ପାଇଁ ଲାଭବାନ୍ ହୋଇପାରନ୍ତି । ଆୟ ପରିମାଣ ବୃଦ୍ଧି ପାଇବ । ଯଶସ୍ୱୀ ହେବେ । ଲୋକମାନଙ୍କର ବିଶ୍ୱାସ ଭାଜନ ହୋଇ କାର୍ଯ୍ୟ କରିବେ । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାବ ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ । ସଭାସମିତି ରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ପାଇଁ ଲବି କରିପାରନ୍ତି । ଅର୍ଥ ଓ ସମ୍ମାନରେ ଗୌରବାନ୍ୱିତ କରାଇବେ । ସୁଖ-ସନ୍ତୋଷ ମିଳିବ । ଶ୍ରମ ସାର୍ଥକ ହେବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଅର୍ଥ ସଞ୍ଚୟ କରିପାରନ୍ତି । ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ସୁଖ-ସମ୍ଭୋଗ କରିପାରନ୍ତି । ଧନ ବ୍ୟୟ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ – ସକାଳୁ ସକାଳୁ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିବ । ପାରିବାରିକ କ୍ଷେତ୍ର ବିବାଦବହୁଳ ହେବା କାରଣରୁ ମାନସିକ ସ୍ଥିରତା ରହି ନ ପାରେ । କାର୍ଯ୍ୟରେ ସଫଳତା ମିଳିବ । ସମ୍ମାନିତ ହୋଇପାରନ୍ତି। ଅତ୍ୟଧିକ ପରିଶ୍ରମ ଯୋଗୁଁ ସାମୟିକ ବିଶ୍ରାମ ଗ୍ରହଣ କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ସମଗ୍ର ପରିବାର ସହିତ ନିଜେ ଖୁସି ମନେଇ ପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ପରିବାରରେ ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ପୁରାତନ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ । ଦକ୍ଷତାର ସଦୁପଯୋଗ କରିପାରନ୍ତି । ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେତୁ ପ୍ରତି ପଦପାତରେ ସତର୍କତା ଅବଲମ୍ବନ କରିବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୬ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ  – କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘର କଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ପିଲାମାନଙ୍କ ପଢା ନେଇ ମନ ଭାରାକ୍ରାନ୍ତ ରହିବ । ଆବଶ୍ୟକ ପଡୁଥିବାରୁ ଅର୍ଥ ବିନିଯୋଗ କରିପାରନ୍ତି । ବନ୍ଧୁ ସହ-ଯୋଗ ପାଇ କାର୍ଯ୍ୟରେ ଆଗକୁ ବଢି ପାରିବେ । କର୍ମକ୍ଷେତ୍ରରେ ପ୍ରଭୂତ ଉନ୍ନତି ଘଟାଇ ପାରନ୍ତି । ଆପଣଙ୍କ କର୍ମ ପ୍ରବଣତା ଶତ୍ରୁ ଓ ସମାଲୋଚକଙ୍କୁ ମୁହଁ ବନ୍ଧ କରିପାରେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଗ୍ରହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ – ଜୀବନଚର୍ଯ୍ୟାରେ ବ୍ୟତିକ୍ରମ ମାନସିକ ଅଶାନ୍ତିର କାରଣ ପାଲଟି ଯିବ । ଅଂଶୀଦାର ବ୍ୟବସାୟୀଙ୍କ ସହ ତର୍କ, ବିତର୍କ ହେତୁକ ମାନମନାନ୍ତର ଦେଖା ଦେଇପାରେ । ଦେବ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ । କାର୍ଯ୍ୟକ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବେ । ନୈତିକତା ବୃଦ୍ଧୀ ହେବ । ସର୍ବାଙ୍ଗୀନ ଉନ୍ନତି ଆଶାକରାଯାଏ । ନୀତିଯୁକ୍ତ ଓ ବିନୀତ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.