ଡିସେମ୍ବର ୧୯ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 19, 2022 IST

ମେଷ – ପଡୋଶୀଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ ସୁଯୋଗ ପାଇବେ। ବନ୍ଧୁମିଳନ ସାଙ୍ଗକୁ ଦୂରଯାତ୍ରା, ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ନିଜକୁ ସାମିଲ  କରିପାରନ୍ତି। ପିତା,ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ସୌଭାଗ୍ୟ ଉଦୟ ହେବାରୁ ଧନାଗମର ସୂଚନା ମିଳୁଛି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

 ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଆଲୋଚନା ପରିପ୍ରେକ୍ଷୀରେ ପରିବାର ସଦସ୍ୟଙ୍କ ସହ ଏକମତ ହେବେ । ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ସେପରି କିଛି ହେବ ନାହିଁ ।ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବିଭିନ୍ନ ସୂତ୍ରରୁ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି- ଜଳଯାତ୍ରା ମନା ।

 ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ମିଥୁନ - କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି । ଅଧିକ ପରିଶ୍ରମ କରି ଉନ୍ନତିର ସୋପାନ ଚଢିବେ। ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

 ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ-ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍ ପାଇବ । ପୁନଶ୍ଚ ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍ ରହିବ ନାହିଁ ।ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ।  ପ୍ରତ୍ୟେକ କାର୍ଯ୍ୟରେ ସୁଖ ସନ୍ତୋଷ ମିଳିବ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

 କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ – ରାସ୍ଥାରେ ଅପରିଚିତ ଲୋକ ଚିନ୍ତାର କାରଣ ହୋଇପାରନ୍ତି ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ । ଆଶା କରୁଥିବା ସାହାର୍ଯ୍ୟ ମିଳିପାରେ । କର୍ମକ୍ଷେତ୍ରରେ ନିଜର ପ୍ରଭାବବ ବିସ୍ତାର କରିବେ । ଶୁଭଖବର ପାଇ ଖୁସି ହୋଇପାରନ୍ତି । ଯଶସ୍ୱୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

କନ୍ୟା – ଯେତେ ଭଲ କାମ କଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ ।ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ। ଆକସ୍ମିକ ଭାବେ ଧନ ଲାଭର ସୂଚନା ମିଳୁଛି । ସେବା ପରାୟଣ ହେବେ । ନିଜର ବୈଶିଷ୍ଟ୍ୟତା ପ୍ରକାଶ କରିପାରନ୍ତି । କନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

 ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ତୁଳା – ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରର ବିବଦମାନ ପରିସ୍ଥିତି କ୍ରମଶଃ ବଦଳିଯିବ । ବନ୍ଧୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି। ଧନକ୍ଷୟ ହେବାର ସମ୍ଭାବନା ଅଛି । ମନ ଦୁର୍ବଳ ରହିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ଅର୍ଥ ଲାଭ ହେବ ।

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ ।କାର୍ଯ୍ୟରୁ ଆଗ୍ରହ ହରାଇ ପାରନ୍ତି । ଅଧିକ କାର୍ଯ୍ୟ କରି କଷ୍ଟ ସହିବାକୁ ପଡିବ, ମାତ୍ର ତା’ର ମୂଲ୍ୟ ମିଳିବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟରୁ ଲାଭ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

 ଗୃହିଣୀ- ଧାର୍ମିକ ହେବେ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି- କରତ୍‌କର୍ମା ହେବେ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଧନୁ – ଛୋଟ ଜାତିର ବ୍ୟକ୍ତିଙ୍କ ସହ କଳହ,ହକି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢିବ । ଆଲୋଚନା ପରିସରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ ।ଯାତ୍ରା କାଳୀନ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଧନପ୍ରାପ୍ତିର ସମ୍ଭାବନା ଅଛି । ଶୁଭ ଚିନ୍ତକମାନଙ୍କ ସହାୟତା ମିଳିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

 ଗୃହିଣୀ- ସୁଖଭାରା ଦିନଟି ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମକର – ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି । ସାବଧାନ ରହନ୍ତୁ ନତୁବା, ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି ।ବାଣିଜ୍ୟ ବ୍ୟବସାୟ ଲାଭଜନକ ହେବ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସାଧନା ଫଳବତୀ ହେବ । ଶୁଭ ରଙ୍ଗ  ଧଳା । ଶୁଭ ଅଙ୍କ ୯ ।

 ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ - ବନ୍ଧୁଙ୍କ ସହ କଥା କଟାକଟି କାରଣରୁ ପରିବାରରେ ଅଶାନ୍ତି ପରିସ୍ଥିତି ସୃଷ୍ଟି ସମ୍ଭାବନାକୁ ଏଡାଇ ହେବ ନାହିଁ ।କଠୋର ଶ୍ରମ ଓ ଭ୍ରମଣଜନିତ ସ୍ୱାସ୍ଥ୍ୟହାନି ଚିନ୍ତାର କାରଣ ହୋଇପାରେ ।ମାଲି-ମୋକଦ୍ଦମାରେ ବିଜୟ ଲାଭ କରିପାରନ୍ତି । କଳହମୁକ୍ତ ରହିବା ଆପଣଙ୍କ ପକ୍ଷେ ଭଲ । ଧନହାନି ଘଟିପାରେ । ଯାନବାହନ ସୁଖ ମିଳିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ସୁଖଭାରା ଦିନଟି ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମୀନ - ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ମାଙ୍ଗଳିକ କାମରେ ସମସ୍ୟା ସୃଷ୍ଟିର ସମ୍ଭାବନା ରହିଛି ।ଯାତ୍ରାକାଳୀନ ସତର୍କତା ଏକାନ୍ତ ଜରୁରୀ । କାର୍ଯ୍ୟକ୍ଷେତ୍ରରେ ପ୍ରାଧାନୟ ବିସ୍ତାର କରିପାରନ୍ତି । ଧର୍ମ-କର୍ମ ସଂପାଦନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.