ଡିସେମ୍ବର ୨୩ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 23, 2022 IST

ମେଷ:~ ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ଆଜି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାବ କରିବାରେ ଅସୁବିଧା ହେବ ନାହିଁ। ରାଶିରେ ବଳବାନ୍ ରାହୁ ଏବଂ ଭାଗ୍ୟସ୍ଥ ବୁଧ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୩

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ସୁଖଭାରା ଦିନଟି।

ବୃଷ:~ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଖର୍ଚ୍ଚ ଭାର ଆଧିକ୍ୟ, ପୁରାତନ ରୋଗପୀଡା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ଦୂରେଇ ରହିବାର ଅପଚେଷ୍ଟା କରିବେ। ସ୍ୱଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି ।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୭

ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ:~ ଅନ୍ୟମାନଙ୍କ ସହ ସୁସମ୍ପର୍କ ଅଭାନଜମିତ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେଇ ପ୍ରତିଟି ସମସ୍ୟା ସୁଧାରି ନେବାରେ ପ୍ରଯତ୍ନକରିପାରନ୍ତି। ଯେଉଁ କାମରେ ମୁଣ୍ଡ ପୂରାଇଛନ୍ତି ସେହି କ୍ଷେତ୍ର ସକାଶେ ଅନୁକୂଳ ପରିବେଶସୃଷ୍ଟି କରିବ। ଆଜି ରାଶ୍ୟାଧିପତି ସହ ଅନ୍ୟ ଦୁଇଟି ଗ୍ରହଙ୍କ ସମାବେଶ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି।

ଶୁଭ ରଙ୍ଗ:~ ଲାଲ୍‌, ଶୁଭ ଅଙ୍କ:~

ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

କର୍କଟ:~ ବୃଥା ସନ୍ଦେହ କିମ୍ବା ଭୁଲ୍ ବୁଝାମଣାଜନିତ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। କାର୍ଯ୍ୟଶୈଳୀର ପରିବର୍ତ୍ତନ ହେତୁ ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ପାଇବେ। ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟ ସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ। ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୫

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ବିଜୟୀ ହେବେ ।

କର୍ମଜୀବି- ସମ୍ମାନ ପାଇବେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ସିଂହ:~ କୌଣସି ଦୂରାଗତ ବନ୍ଧୁଙ୍କ ଦ୍ୱାରା ହଜି ଯାଇଥିବା ଜିନିଷର ଖୋଜ ଖବରପାଇପାରନ୍ତି। ଯେକୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା ନେଇ ବ୍ୟସ୍ତତାବଢିପାରେ। ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ଆଲୋଡନ ଅସ୍ଥିରତାରକାରଣ ହୋଇପାରେ। ବନ୍ଧୁମାନଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୨

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା:~ ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ସନ୍ତାନ ହେତୁକ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ମନୋରଞ୍ଜନର ଖୋରାକ ଯୋଗାଇବାରେ ବନ୍ଧୁ ସହଯୋଗ କରିବେ। ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି, ଆଜି ସେଥିରୁ ଅନେକାଂଶରେ ହାଲୁକା ଅନୁଭବ କରିବେ। ଠିକ୍ ହେବ ନାହିଁ। ପରିବହନ ସମସ୍ୟାରେ ଜନିତ ହୋଇପାରନ୍ତି।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୬

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା:~ ବନ୍ଧୁମାନଙ୍କ ସଙ୍ଗ ଲାଭରୁ ଧର୍ମ କାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ। ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷା ପରାୟଣ ବ୍ୟକ୍ତିମାନେ ନିନ୍ଦା ଗାଇ ବୁଲିବେ। ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ। ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବକୁ ପଡିପାରେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୯

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ।

ଗୃହିଣୀ- ଧାର୍ମିକ ହେବେ।

ବିଛା:~ ପାରିବାରିକ ଅସ୍ଥିରତା ସାଙ୍ଗକୁ କର୍ମକ୍ଷେତ୍ର ମଧ୍ୟ ସମସ୍ୟାବହୁଳ ରହିବ। ଘରର କେତେକ ବ୍ୟତିକ୍ରମ କୁ ନେଇ ଚିନ୍ତାପ୍ରକଟ କରିପାରନ୍ତି। ଫେରିଯାଇଥିବା ବନ୍ଧୁ ପୁଣି ଲେଉଟି ଆସି ପାରନ୍ତି । ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍ ରହିଲେ କ୍ଷତିରେ ପଡିବେ। ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୮

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ:~ ପ୍ରିୟ ଲୋକଟି ସକାଶେ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପଡୋଶୀଙ୍କ ପରାମର୍ଶ କୁ ଗ୍ରହଣ କଲେ ଉପକୃତ ହେବେ। ବାକୁ ରଖିଥିବା ଲୋକଟିକୁ ବକେୟା ମାରିବା କାରଣରୁ ପରିସ୍ଥିତି ଉତ୍ତେଜନାମୂଳକ ହୋଇପାରେ। ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ। ବାହାର ସ୍ଥାନରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ ଅଦଳବଦଳ ହୋଇଯାଇପାରେ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୭ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମକର:~ ପାପ ପ୍ରଭାବଗ୍ରସ୍ଥ ଯୋଗୁ ଆତ୍ମ୍ୟୀଙ୍କ ସହ ଭୁଲ୍ ବୁଝାମଣାରୁ କଳହ ସୃଷ୍ଟିର ସମ୍ଭାବନା ରହିଛି। ଅଫିସରେ ଅନ୍ୟମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିବେ। ପାଖ ପଡୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍ ଟାଣ ରହିବ। ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ହେବାର ସୂଚନା ରହିଛି।

ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ:~ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ। ଜମା ପଟୁ ନ ଥିବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ। ଉଚ୍ଚାରୋହୀ ରବି ଓ ମଙ୍ଗଳ ପ୍ରଭାବରେ ସରକାରୀ ସ୍ତରରୁ ଆର୍ଥିକ ସାହାର୍ଯ୍ୟ ଲାଭକରି କେତେକାଂଶରେ ଖୁସି ରହିବେ। ଆରମ୍ଭ କରିଥିବା କାମଟିକୁ ଶେଷ କରିପାରନ୍ତି।

ଶୁଭ ରଙ୍ଗ:~ କଫି, ଶୁଭ ଅଙ୍କ:~ ୬

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖୀ ହେବେ ।

ମୀନ:~ ଅସାନଧାନତା କାରଣରୁ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। ପରିନାରରେ ପୁରୁଣା ସମସ୍ୟାଗୁଡିକ ତୁଟିଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ। ଆଜି ଯେଉଁ କାମରେ ବାହାରିବେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ।

ଶୁଭ ରଙ୍ଗ:~ କ୍ରୀମ୍, ଶୁଭ ଅଙ୍କ:~ ୪

ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.