ଡିସେମ୍ବର ୨୯ ତାରିଖ, ଗୁରୁବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 29, 2022 IST

ମେଷ:~ ହଠାତ୍ ସକାଳୁ ସକାଳୁ ସ୍ୱାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆପଣଙ୍କର ଯୋଗ ପ୍ରଭାବରେ ଏକାଧାରରେ ଅର୍ଥ, ସମ୍ମାନ, କାର୍ଯ୍ୟସିଦ୍ଧି ସୁଖ ସମୃଦ୍ଧିର ପରିଚାୟଜ ହେବ। ଧର୍ମଭାବରେ ଚନ୍ଦ୍ର ହେତୁ ମାଙ୍ଗଳିକ କାମରେ ଯୋଗ ଦେଇ ବନ୍ଧୁବତ୍ସଳ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତି କଥା କହି ପରିସ୍ଥିତିକୁ ସୁଧାରି ନେବେ।

ଶୁଭ ରଙ୍ଗ:~ନୀଳ, ଶୁଭ ଅଙ୍କ:~୨  

ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବ- ସୁଯୋଗ ପ୍ରାପ୍ତ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ସୁସ୍ୱାଦୁ ଭୋଜନ ମିଳିବ ।
ଚାଷୀ- ଆର୍ଥିକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।

ବୃଷ:~ ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ। କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାର୍ଯ୍ୟ କରିପାରନ୍ତି। ଆଜି ଆଷ୍ଟମ ଚନ୍ଦ୍ର ସାଙ୍ଗକୁ ଦ୍ୱାଦଶସ୍ଥ ରାହୁଙ୍କ ଯୋଗୁ ଅର୍ଥ ସମ୍ପର୍କିତ ବିବାଦ ଉପୁଜିପାରେ। ଅଫିସ୍ ରେ ସହକର୍ମୀଙ୍କ ସହ ସାଧାରଣ କଥାରେ ମତାନ୍ତର ଘଟିବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିବ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୫

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ:~ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ । ଆଜିର ଗ୍ରହସ୍ଥିତି ଭଲ ଥିବା ହେତୁ ଜୀବନଯାତ୍ରା ସାବଲୀଳ ରହିବ । ଧନାଧିପ ଚନ୍ଦ୍ରଙ୍କ ପ୍ରଭାବରେ ଋଣ ପରିଶୋଧ ସକାଶେ ବିଭିନ୍ନ ଧନ୍ଦା କରିବାକୁ ମନ ବଳାଇବେ । ଆଲୋଚନା ଆଳରେ ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜିପାରନ୍ତି ।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୯

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

କର୍କଟ:~ ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାର୍ଯ୍ୟ ନେବାର ସମ୍ଭାବନା ରହିଛି ।ରାଶ୍ୟାଧିପ ଷଷ୍ଠଭାବସ୍ଥ ହେତୁ ଦୃଢ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପ୍ରତ୍ୟେକ କ୍ଷେତ୍ରରେପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିପାରିବେ । ଅବଶ୍ୟ ପୂର୍ବ ସମସ୍ୟାଲାଗି ରହିବା କାରଣରୁ ସାମୟିକ ମନ ଭାରାକ୍ରାନ୍ତ ରହିବ ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୭

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ସିଂହ:~ କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ। ପରିବାର ସକାଶେ ସମସ୍ତ ସୁବିଧା କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ।

ଶୁଭ ରଙ୍ଗ:~ ବ୍ରାଉନ୍, ଶୁଭ ଅଙ୍କ:~ ୯

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

କର୍ମଜୀବ- ସୁସମ୍ବାଦ ପାଇବେ ।

ଛାତ୍ରଛାତ୍ରୀ- ଯଶ ଅର୍ଜନ କରିବେ ।

ରୋଗୀ- ଧନ ବ୍ୟୟ ହେବ ।

ଚାଷୀ- ଧୀରସ୍ଥିର ପ୍ରକୃତିର ହୋଇପାରନ୍ତି ।

କନ୍ୟା:~ ଭ୍ରମଣ ରାଜନୀତି,ପ୍ରଶାସନ, ସଭାସମିତି, ଲେଖାପଢା ପାଇଁ ଦିନଟି ବହୁତ ଭଲ। ଅସର୍ମିତ ସୂତ୍ରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟୟାଧିପ ଅଷ୍ଟମସ୍ଥ ହେତୁ ସମସ୍ୟା ସମାଧାନର ମାର୍ଗ ଉନ୍ମକ୍ତ କରିବ। ନୂତନ ପ୍ରକଳ୍ପ, ପ୍ରଶାସନ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ବିବାଦୀୟ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୪

ଚାଷୀ- ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ତୁଳା:~ ପାରିବାରିକ ସମସ୍ୟାରେ ଚିନ୍ତିତ ରହିବାର ସୂଚନା ରହିଛି । ଅଯଥା ଆଲୋଚନା ଓ ଯୁକ୍ତିତର୍କ ପାରିବାରିକ ସମସ୍ୟାକୁ ବଢାଇ ଦେଇପାରେ । ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାରରେ ଝଡ ଉଠିପାରେ । ସପ୍ତମସ୍ଥ ଏକାଧିକ ଗ୍ରହ ହେତୁ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ ହେବ । ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ ।

ଶୁଭ ରଙ୍ଗ:~ ଧୂସର, ଶୁଭ ଅଙ୍କ:~ ୭

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବ- ଟ୍ରାନସ୍‌ଫର ହୋଇପାରେ ।

ଛାତ୍ରଛାତ୍ରୀ- ବାପା ମା ଙ୍କ କଥା ମାନିବେ ।

ରୋଗୀ- ଆତ୍ମ ସନ୍ତୋଷ ଲାଭ କରିବେ ।

ଚାଷୀ- ସରକାରଙ୍କ କୃପା ପ୍ରାପ୍ତ ହେବ ।

ବିଛା:~ ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବାର ଆଶା ରହିଛି। କୋଣଭାବସ୍ଥ ବୃହସ୍ପତି ଅର୍ଥ ଓ ସମ୍ମାନ ପ୍ରଦାନରେ ସମର୍ଥ ହେବେ। ଚନ୍ଦ୍ର ପ୍ରଭାବରେ ବିଭିନ୍ନ ସମସ୍ୟା ଭିତରେ ମନ ଭାରାକ୍ରାନ୍ତ ରହିବ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ କୌନସି କାମକୁ ମୁହାଁଇବା ଠିକ୍ ହେବନି ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୪

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ:~ ଦୁର୍ବଳତା ଜନିତ ବିଳମ୍ବରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁମନସ୍ତାପ, କରିପାରନ୍ତି। ସମସ୍ୟା ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ। ସ୍ୱରାଶିରେ ଚନ୍ଦ୍ରଙ୍କ ଯୋଗୁ କ୍ଷେତ୍ରରେ ସବୁ କଥା କୁ ହାଲୁକା ଭାବିଲେ କ୍ଷତିରେ ପଡିବେ। ଶେୟାର ବଜାର, ଆମଦାନୀ, ପରିବା ଦୋକାନି, ହୋଟେଲ ମାଲିକ ଖୁସି ରହିବେ। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୮

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

କର୍ମଜୀବି- କରତ୍‌କର୍ମା ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମକର:~ କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷିରିତ ହୋଇପାରେ। ଧାର କରଜ, ଭଡା ସୂତ୍ରରୁ କିମ୍ବା ବକେୟା ଟଙ୍କା ଆଦି ପାଇବେ। ଆଜିର ଗ୍ରହସ୍ଥିତି ବିଭିନ୍ନ ସମସ୍ୟାକୁ ନିୟନ୍ତ୍ରଣ କରିପାରେ। ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି। ଅର୍ଥିକ ଅଭିବୃଦ୍ଧି ପାଇଁ ବିଭିନ୍ନ ଯୋଜନା କରିପାରନ୍ତି।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୪

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।

ଛାତ୍ରଛାତ୍ରୀ- ଠିକ୍ କଥା ବି ଭୁଲ୍ ଲାଗିବ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଚାଷୀ- ଆର୍ଥିକ ସ୍ଥିତି ସ୍ୱଚ୍ଛଳତା ଦେଖା ଦେବ ।

କୁମ୍ଭ:~ ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ। ପରିବାରରେ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ ଗତି କରିବା ସମ୍ଭାବନା ରହିଛି। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ। ଭାଇ କିମ୍ବା ବନ୍ଧୁ ପଡୋଶୀ ଅଥବା ସହକର୍ମୀଙ୍କ ସହାୟତାରେ କାର୍ଯ୍ୟ ହାସଲ କରିପାରନ୍ତି।

ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୧

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ:~ ସ୍ୱାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡିବାକୁ ପଡିପାରେ । ସାହିତ୍ୟ,ସଂସ୍କୃତି ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେଇପାରନ୍ତି । ଆଜି ପୂର୍ବାପେକ୍ଷା ପରିସ୍ଥିତି ଏକ ପ୍ରକାର ଶାନ୍ତ ରହିବ କିନ୍ତୁ ଧନହାନି ସାଙ୍ଗକୁ ଅପ୍ରିୟ ଭାଷଣ ସମସ୍ୟା ସୃଷ୍ଟି କରିପାରେ । ନିଜ କାମ ସକାଶେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୩

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.