ଜାନୁଆରୀ ୦୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 01, 2023 IST

ମେଷ:~ ସ୍ୱାର୍ଥ ସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିବେ। ସାହାର୍ଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ୱାର୍ଥହାନି ହେତୁ କୁତ୍ସାରଟନା କରିବ। ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସଜାଡିନେବେ। ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ କରିବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୬

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ।

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

ବୃଷ:~ ବାଣିଜ୍ୟ,ଶିଳ୍ପ ଓ ବ୍ୟବସାୟରେ ଦ୍ୱନ୍ଦ୍ୱର ଅବସାନ ଘଟିବ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବେ। ବିବାଦୀୟ ପରିସ୍ଥିତି ହେତୁ ପାରିବାରିକ ସମସ୍ୟା ସମାଧାନ ସକାଶେ ଚିନ୍ତା ବଢିଯିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହ-ଯୋଗରୁ ଉପକୃତ ହେବେ। ଆଜି ହଠାତ୍ ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୮

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ମିଳିବ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ:~ ବିଭିନ୍ନ ପ୍ରକାରର ସମସ୍ୟାଗ୍ରସ୍ତ ହୋଇ ମନ ଦୁଃଖରେ ରହିପାରନ୍ତି । କୌନସି କାମ ସକାଶେ ବାରମ୍ବାର ଅସଫଳତା ହେତୁ ନିଜ ଲୋକଙ୍କ ଉପରୁ ଭରସା ତୁଟି ଯାଇପାରେ। ସ୍ଥଗିତ କାମ ସମ୍ପନ୍ନ ସକାଶେ ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ବ୍ୟବସାୟ କିମ୍ବା ଅନ୍ୟ କୌଣସି କାମରେ ଚାପର ସମ୍ମୁଖୀନ ହୋଇପାରନ୍ତି । ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତ ରହିବେ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୧

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ:~ ଅଧସ୍ତନ କର୍ମଚାରୀଙ୍କ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବଢିବ। ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସଫଳତାର ଶୀର୍ଷକୁ ନିଶ୍ଚିତ ସ୍ୱର୍ଶ କରିବେ। ଉପରିସ୍ଥଙ୍କ କଡା ତାଗିଦ୍ ହେତୁ ଅଫିସିଆଲି ଟେନସନ୍ କିଛି ମାତ୍ରାରେ ଲାଗି ରହିବ। ସନ୍ତାନଙ୍କ ସ୍ୱାସ୍ଥ୍ୟ ଓ ସ୍ୱଭାବ ଯୋଗୁ ବିଚଳିତ ହେବେ।

 ଶୁଭ ରଙ୍ଗ:~ ଧଳା, ଶୁଭ ଅଙ୍କ:~ ୪

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ସିଂହ:~ ଅନିୟମିତ ଆହାର ଗ୍ରହଣ ଫଳରେ ଅସୁସ୍ଥତା ଅନୁଭବ କରିବେ। ପରିସ୍ଥିତିକୁ ସୁଧାରିବାକୁ ଯାଇ ଧାର କରଜ କରି କାମ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବେ କାହାର ଡାକରା ପାଇ ଦୂର ଜାଗାକୁ ଯିବାକୁ ପଡିପାରେ। କ୍ରୀଡା, ସଙ୍ଗିତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ।

ଶୁଭ ରଙ୍ଗ ପିଙ୍କ୍, ଶୁଭ ଅଙ୍କ ୭

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖୀ ହେବେ ।

କନ୍ୟା:~ ଯୋଜନା ଅନୁଯାୟୀ କାର୍ଯ୍ୟ ହାସଲ କରିବାରେ କୌଣସି ଅସୁବିଧା ରହିବ ନାହିଁ। କାର୍ଯ୍ୟ ହାସଲ ସକାଶେ ଅନ୍ୟ ଉପରେ ଦାୟିତ୍ୱ ନ୍ୟସ୍ତ କରି ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ। କଠିନ ଶ୍ରମ ଜନିତ ସାମାନ୍ୟ ଶାରିରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ନିକଟ ସମ୍ପର୍କୀୟଙ୍କ ବିରୁଦ୍ଧାଚରଣ ହେତୁ କାର୍ଯ୍ୟ ଅଟକି ରହିଯାଇପାରେ।

ଶୁଭ ରଙ୍ଗ:~ ମେରୁନ୍, ଶୁଭ ଅଙ୍କ:~ ୫

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା:~ ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ । କାମଗୁଡିକ ଆଜି ସନ୍ତୋଷଜନକ ହେବ ନାହିଁ । ଋଣ ପରିଶୋଧ ପାଇଁ ବ୍ୟାକୁଳ ହେଲେ ମଧ୍ୟ ନିରୂପାୟ ରହିପାରନ୍ତି । ନିଜ ଲୋକମାନେ ଈର୍ଷାପରାୟଣ ହୋଇପାରନ୍ତି । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡିପାରନ୍ତି ।

ଶୁଭ ରଙ୍ଗ:~ ନୀଳ, ଶୁଭ ଅଙ୍କ:~ ୯

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା:~ ରତ୍ପାନି ବାଣିଜ୍ୟ, ପରିବହନ ଓ ନୂତନ ବ୍ୟବସାୟରେ ଆଶାଜନକ ଫଳ ପାଇବେ। ସମସ୍ୟା ଜାଲରେ ଛନ୍ଦି ହୋଇଥିବାରୁ ମନ କେବଳ ନେଗେଟିଭ୍ ଚିନ୍ତାରେ ଆକ୍ରାନ୍ତ ହେବ। ବିଶୃଙ୍ଖଳିତ କିମ୍ବା ଅସମାହିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଏକ ସାଧାରଣ ଘଟଣାକୁ କେନ୍ଦ୍ର କରି ସାଙ୍ଗସାଥୀଙ୍କ ସହ ଉଚ୍ଚବାଚ ଘଟିପାରେ ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୧

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ:~ ବନ୍ଧୁଙ୍କ କଥା ଓ କାମକୁ ପ୍ରାଧାନ୍ୟ ଦେଇ ଘର କାମକୁ ଅବହେଳା କରିପାରନ୍ତି। ମନରେ ଭୟଆଶଙ୍କା ଥିଲେ ମଧ୍ୟ ମୁହଁ ଟାଣ କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କାରିବାରେ ସଫଳ ହେବେ। କୌଣସି ଲୋକର ବିଷୟରେ କିଛି ନ ଜାଣି ତାହାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ପିଲାଙ୍କ ବିବାହ ପ୍ରସ୍ତାବ ସମ୍ପର୍କରେ ବନ୍ଧୁ ନେଇ ଆସିବେ ।

ଶୁଭ ରଙ୍ଗ:~ ଲାଲ୍, ଶୁଭ ଅଙ୍କ:~ ୩

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର:~ ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଅକାରଣ ଜିଦ୍ ମନକୁବିଭ୍ରାନ୍ତ କରିପାରେ। ଆଜି ପାରିବାରିକ ଜୀବନରେ ବୁଝାମଣା ନେଇତିକ୍ତତା ଦେଖା ଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।

ଶୁଭ ରଙ୍ଗ:~ ୟେଲୋ, ଶୁଭ ଅଙ୍କ:~ ୭

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ:~ କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଆର୍ଥିକ ସ୍ଥିତି ପୂର୍ବ ପରି ରହିବା କାରଣରୁ ମନରେ ସରସତା ରହିବ ନାହିଁ। ଆଜି ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ରହିବେ। କଳା,ସାହିତ୍ୟ ଓ ସଙ୍ଗିନକ୍ଷେତ୍ରରେ ପୂର୍ବ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। କାର୍ଯ୍ୟ ଦକ୍ଷତା ହେତୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ।

ଶୁଭ ରଙ୍ଗ:~ ଗ୍ରୀନ୍, ଶୁଭ ଅଙ୍କ:~ ୨

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ:~ ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର୍ଯ୍ୟ ପାଇ ଖୁସି ହେବେ। ଅଫିସରେ ସାଧାରନକଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାଙ୍ଗଠନିକକାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ । ରେବତି ନକ୍ଷତ୍ରଆର୍ଥିକ ସ୍ୱଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।

ଶୁଭ ରଙ୍ଗ:~ ପିଙ୍କ୍, ଶୁଭ ଅଙ୍କ:~ ୪

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.