ଜାନୁଆରୀ ୦୫ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 05, 2023 IST

ମେଷ: ଅଷ୍ଟମ ଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଓ ସାମାନ୍ୟ ଶାରୀରିକ ପୀଡ଼ା ଭୋଗିବେ। ସ୍ୱଜନରେ ମତାନ୍ତର, ପରିବାରରେ ବିବାଦ ଏବଂ ନିଜର ଲୋକମାନେ ଶତ୍ରୁତା କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଓ ଅଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର କୃତ୍ତିକା ମେଷ ଓ ଯାହାର ପ୍ରଥମ ନାମାକ୍ଷର ‘ଆ’, ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ପ୍ରଭୁ ସ୍କନ୍ଦ

ବୃଷ: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। ପରିବାର ପ୍ରତି ଓ ପରିବାରର ସମସ୍ତ ସଦସ୍ୟଙ୍କ ପ୍ରତି ସମବେଦନା ଓ ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କଠାରୁ ଧନ କିମ୍ବା ସାହ୍ୟା, ସହୋଗ ମିଳିବ। କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ପ୍ରାପ୍ତ କରିବେ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ।

ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା: ମା’ କମଳା

ମିଥୁନ: ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଆପଣେଇବେ । ସମ୍ମାନ, ସାମାଜିକ ପ୍ରତି ଓ ଜନ ସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ।

ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ

କର୍କଟ: ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଓ ଦୂରଦୃଷ୍ଟିର ପ୍ରୟୋଗରେ ଅସଫଳ ହେବେ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ମତାନ୍ତର ଓ ବହୁବିଧ ସମସ୍ୟା ଉପୁିବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ଡି, ଡେ, ଡୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ

ସିଂହ: ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ଗୁରୁଜନଙ୍କ କୃପା ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ମିଳିବ । କର୍ମରେ ସଫଳତା, ସମ୍ମାନ ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ

କନ୍ୟା: ନୂତନ କର୍ମାରମ୍ଭର ଯୋଜନା କରିବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର କିଛି ମାତ୍ରାରେ ଭରଣା କରିବାରେ ସମର୍ଥ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଦେଖାଦେବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ

ତୁଳା: ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଅନ୍ୟ ସହିତ ବ୍ୟବହାର କଲାବେଳେ ସତର୍କ ରହିବେ । ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ବିଶାଖା ତୁଳା ଓ ଯାହାର ପ୍ରଥମ ନାମାକ୍ଷର ତି, ତୁ, ତୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୨, ଆରାଧନା: ପ୍ରଭୁ ଶ୍ରୀରାମ

ବିଛା: ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ·ଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ

ଧନୁ: ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ୍‌ ପାଇବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଗଜାନନ
ମକର: ଏକାଦଶ ଚନ୍ଦ୍ର ଓ ସକାଳ ୬ଟା ୩୩ ମିନିଟ୍‌ ପରେ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାର୍ଚ୍ୟୁ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିର ରୂପରେଖ ବଦଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’ କାଳୀ

କୁମ୍ଭ: ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଓ ଆଗ୍ରହ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ  ମଧ୍ୟମ ହେବ ଏବଂ ମନ ଅଶାନ୍ତ ରହିବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ

ମୀନ: କୃଷ୍ଣପକ୍ଷର ନବମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଅପମାନ, ଅପଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ପରିବାରର ବୟସ୍କ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। ଯେଉଁମାନଙ୍କର ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦେ, ଦୋ, ଚା, ଚି ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଧଳା, ସଂଖ୍ୟା: ୯, ଆରାଧନା: ମା’ ତାରା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.