suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

ଜାନୁଆରୀ ୦୭ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

7/01/2023 at 7:11 AM

ମେଷ: ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ଭ୍ରାତୃଭଗ୍ନୀଙ୍କ ପ୍ରତି ଅଧିକ ଆନ୍ତରିକତା ଏବଂ ସମସ୍ତ ସାହାଯ୍ୟ ସହଯୋଗ କରିବେ। ଉନ୍ନତିମୂଳକ କର୍ମରେ ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ କିମ୍ବା ନୂତନ କର୍ମାରମ୍ଭ କରିବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ ।

ବୃଷ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ ଓ ଆୟ, ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଯେତେ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ସନ୍ତୋଷ ରହିବ ନାହିଁ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।

ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଲକ୍ଷ୍ମୀଙ୍କର କୃପକୃଟ୍ଟା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆମତୃପ୍ତି ମିଳିବ। ମନରେ ପ୍ରସନ୍ନତା, ପଡ଼ୋଶୀଙ୍କ ସହ ମିତ୍ରତା ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ମିଥୁନ ସେମାନେ ଉପକୃତ ହେବେ ।

କର୍କଟ: ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ। ମନରେ ଅସ୍ଥିରତା, ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର କି, କୁ, କେ, ଡୋ, ସେମାନେ ସତର୍କ ହେବେ ।

ସିଂହ: ଏକାଦଶ ଚନ୍ଦ୍ର, ପୁର୍ଣ୍ଣିମା ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରପ୍ତି ହେବ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ ପଦାର୍ଥ ହାତ ପାହାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ ।

କନ୍ୟା: ଘାତଚନ୍ଦ୍ର ଯୋଗୁ ସମସ୍ତ କର୍ମ ଆରମ୍ଭ କରିବା ପୂର୍ବରୁ ସତର୍କତା ଜରୁରୀ । ମନରେ ଅସ୍ଥିରତା, ଚାଲିଚଳନରେ ଅସ୍ୱାଭାବିକତା, କଥାବାର୍ତ୍ତାରେ ଉଚ୍ଛୃଙ୍ଖଳତା ଏବଂ କର୍ମ ପ୍ରତି ଅଜଣା ବିପଦ ଆସିପାରେ । ସମସ୍ତ କର୍ମ ବିବାଦୀୟ ହେବ, ସଫଳତା ଅପେକ୍ଷା ବିଫଳତା ଅଧିକ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ଅଧିକ ହେବ ଏବଂ ଅପମାନ, ଅପଯଶ, ଓ ଅପନିନ୍ଦା ଅଧିକ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପ, ଷ, ଣ, ଠ, ସେମାନେ ସତର୍କ ହେବେ ।

ତୁଳା: ଶୁକ୍ରବାର, ନବମ ଚନ୍ଦ୍ର ଓ ପୂର୍ଣ୍ଣିମା ତିଥି ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଟ୍ଟଦବୀ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ ।

ବିଛା: ଶୁକ୍ଳପକ୍ଷର ଷ  ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତି ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ପରୋପକାର ଓ ସମାଜ ସେବାରେ ଅଧିକ ଆଗ୍ରହ ରହିବ ଏବଂ ରୋଗ, ଋଣ ଓ ଶତ୍ରୁ – ଏ ତିନୋଟିରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠ ବିଛା ସେମାନେ ସତର୍କ ହେବେ।

ଧନୁ : ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁଁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଓ ପ୍ରତ୍ୟୁତ୍ପନ୍ନମତିର ବିକାଶ ଘଟିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ପିତାମାତାଙ୍କ କୃପା ଏବଂ ପୁରାତନ ବନ୍ଧୁଙ୍କ ସାହ୍ୟା, ସହଯୋଗ ମିଳିବ ଏବଂ କଳା, ସଂସ୍କୃତିରେ ଅଧିକ ରୁଚି ରହିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ।

ମକର: ଚତୁର୍ଥ ଚନ୍ଦ୍ର, ଘାତତିଥି ହେତୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ।

କୁମ୍ଭ : ମାନସିକ, ପାରିବାରିକ ଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ। ସୁଖବର, ସୁସମ୍ବାଦ ମିଳିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ ।

ମୀନ : ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ସମର୍ଥ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ।

   Related Posts