ଜାନୁଆରୀ ୦୯ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 09, 2023 IST

ମେଷ : ସୋମବାର, ଚତୁର୍ଥ ଚନ୍ଦ୍ର ଏବଂ କୃଷ୍ଣପକ୍ଷ ଯୋଗୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ, ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ ସେମାନେ ଉପକୃତ ହେବେ। ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ବୃଷ : ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ। ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ସାହ୍ୟା, ସହଯୋଗ ମିଳିବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତି ମିଳିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା,କାର୍ଯ୍ୟଦକ୍ଷତା,  ପ୍ରତ୍ୟୁତ୍ପନ୍ନମତି ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ । ।

ମିଥୁନ : ଘାତବାର ଏବଂ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କ ରହିବେ। ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ। ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ଦୋହଲିବ। କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟାର ସମ୍ମୁଖୀନ ହେବେ। ଯେଉଁମାନଙ୍କର ପୁନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କେ, କୋ, ହା ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌,  ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ସୋମବାର, ଶ୍ରୀ ଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ। ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରିବ ଏବଂ ମନରେ ପ୍ରସନ୍ନତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ସଫଳତା, ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ମଘା ଓ ପୂର୍ବାଫାଲ୍‌ଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ। 

କନ୍ୟା : ଏକାଦଶ ଚନ୍ଦ୍ର, ସୋମବାର ଏବଂ ବୁଧଙ୍କ ନକ୍ଷତ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିରେ ଉନ୍ନତି ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ। କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ।  ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

ତୁଳା : କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଆଜି ଯେକୌଣସି କର୍ମ ହାତକୁ ନେବେ ବା ଆରମ୍ଭ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ।  ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଆଗ୍ରହ ଓ ବିଶ୍ୱାସ ରହିବ ଏବଂ ଦେହ, ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ। ଶୁଭରଙ୍ଗ: ସିଲ୍‌ଭର,  ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।               

ବିଛା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ। କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଜ୍ୟେଷ୍ଠ ବିଛା ଓ ଯାହାର ପ୍ରଥମ ନାମାକ୍ଷର ଯେ, ଯୋ, ଯୁ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ।

ଧନୁ : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ଅଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିବେ। ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଭେ ସେମାନେ ସତର୍କ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଅପରିଚିତ ମହିଳାଙ୍କ ଠାରୁ ଧନ ଓ ସାହ୍ୟା, ସହଯୋଗ ମିଳିବ। କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ। ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ ଏବଂ ପରୋପକାର, ସମାଜସେବା ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ବାଟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଅର୍ଜିତ ଆୟର ସତ୍‌ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ। ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା: ୬, ଆରାଧନା : ମା’ ଚଣ୍ଡୀ ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର, ଘାତତିଥି ଯୋଗୁ ଅନ୍ୟ ସହିତ କଥାବାର୍ତ୍ତା, ସନ୍ତାନ ଓ ପିତାମାତାଙ୍କ ସହ କଥୋପକଥନ ବେଳେ ଦେଖିଚାହିଁ କଥା କହିବେ । ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଭାବ ଦେଖାଦେବ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଆସିବ । ଯେଉଁମାନଙ୍କର ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦେ, ଦୋ, ଚା ଚୀ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.