ଜାନୁଆରୀ ୨୧ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 21, 2023 IST

ମେଷ – ସାଧାରଣ କଥାରେ ଝଗଡା ସାଙ୍ଗକୁ ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ । ଯେକୌଣସି କ୍ଷେତ୍ର ରେ ହେଉନା କାହିଁ କି, ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ଆଜି କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାର୍ଯ୍ୟ ଓ ସହ-ଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି । ଯାନ୍ତ୍ରିକ ଶିଳ୍ପରେ ଉନ୍ନତି, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହୋଇପାରେ । ପରିବାରରେ ଅଶାନ୍ତି ଦୂର ହେବା ପାଇଁ ବନ୍ଧୁଙ୍କ ସାହାର୍ଯ୍ୟ ନେଇ ପାରନ୍ତି ।

ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ । ଅବଶ୍ୟ ଧର୍ମକାମ ଓ ସତ୍ ସଙ୍ଗ ର ସାନ୍ନିଧ୍ୟ ମନକୁ ଆଶ୍ୱାସନା ଦେବାରେ ସମର୍ଥ ହେବେ । ସନ୍ତାନ ହେତୁକ ଅନାଦର ଭାବ ଅନୁଭବ କରି ଦୁଃଖିତ ହେବେ । ଆଜି ବିଶେଷ ଅସୁବିଧା ନ ହେଲେ ମଧ୍ୟ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ସୃଷ୍ଟି ହୋଇପାରେ । ଅନ୍ୟମନସ୍କ ରହିବା ହେତୁ କୌଣସି ଭୁଲ୍ କାମ କରି ଅନୁତପ୍ତ ହୋଇପାରନ୍ତି । ଆଜି ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ ।

ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି ଉପକୃତ ହୋଇପାରନ୍ତି । ଆଜି ଆଶା ପୂରଣ ସହ ମାନସିକ ସ୍ଥିତି ଭଲ ରହିବ । ଆନୁଷ୍ଠାନିକ କାମରେ କିମ୍ବା ନୁତନ କାମରେ ପ୍ରତିବନ୍ଧକ କାରଣରୁ ବ୍ୟସ୍ତ ହୋଇପାରନ୍ତି । ଚେଷ୍ଟା କରୁଥିବା କାମରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେବା ଶୁଭଫଳ ଦେବ । ବିବାଦୀୟ ଘଟଣାରେ ମଧ୍ୟସ୍ଥତାକଲେ ଅଶାନ୍ତିକୁ ଡାକି ଆଣିପାରନ୍ତି ।

ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – କଳା,ସାହିତ୍ୟ,ସଙ୍ଗୀତ,କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ସଂଗଠନ, ମାକଦ୍ଦମା କିମ୍ବା ସଭାସମିତି ରେ ସମୟ ଅବତିବାହିତ ହୋଇପାରେ । ଉଚ୍ଚ ପଦାଧିକାରୀଙ୍କୁ ମନକଥା କହି କାମ ହାସଲରେ ସମର୍ଥ ହେବେ । ମନକୁ ସୁହାଇଲା ଭଳି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସଫଳ ହେବେ । ଅନ୍ୟାୟ ବିରୋଧରେ ସ୍ୱର ଉଠାଇବେ ସତ ସହ-ଯୋଗ ପାଇବା କଷ୍ଟକର ହେବ । ବିଶେଷ ଭ୍ରମଣ କାରଣରୁ ସ୍ୱାସ୍ଥ୍ୟହାନି ଦେଖା ଦେଇ ପାରେ ।

ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ଯେତେ ଆଗୁଆ ପଦକ୍ଷେପ ଗ୍ରହଣ କଲେ ମଧ୍ୟ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଅଫିସ୍ କାମ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ବିଭିନ୍ନ ପ୍ରକାରର କାମ ଚାପରେ ମାନସିକ ସ୍ଥିରତା ରହିବ ନାହିଁ । ସଭାସମିତିରେ ପ୍ରିୟଜନମାନଙ୍କୁ ଯୁକ୍ତିଯୁକ୍ତ କଥା କହି ସମସ୍ୟାକୁ ସୁଧାରି ନେବେ । କିଛି ମୂଲ୍ୟବାନ୍ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । ନିଜ ପସନ୍ଦର ଜିନିଷ ଆଣିବା ପାଇଁ ସ୍ୱାମୀଙ୍କୁ ଅନୁରୋଧ କରିପାରନ୍ତି ।

ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – ଶାରୀରିକ ସୁସ୍ଥତା ଫେରିପାଇଲେ ମଧ୍ୟ ବିଶେଷ ହଇରାଣ ହେବାକୁ ପଡିପାରେ । ଯେଉଁ କାମରେ ହାତ ଦିଅନ୍ତ ସଫଳତା ନିଶ୍ଚିତ ପାଇବେ । ଅର୍ଥଲାଭ, ସମ୍ମାନ ପ୍ରାପ୍ତି ସହ ବନ୍ଧୁମିଳନ ଘଟିପାରେ । ଆଜି ବିଭିନ୍ନ ଦିଗରୁ ସାହାର୍ଯ୍ୟ, ସହ-ଯୋଗର ଅବାରିତ ଧାରା ବହି ଆସିବ । ଜମିଜମା, ମାଲିମୋକଦ୍ଦମା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । କୌଣସି ନୂତନ ଭାବରେ ଆରମ୍ଭ କରିବାକୁ ଥିବା କାମ ନିର୍ବିଘ୍ନରେ ସମାପନ କରିପାରିବେ ।

ଶୁଭ ରଙ୍ଗ ଗାଢ ଗ୍ରୀନ୍ ।

ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ରାଜନୈତିକ କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପାରିବାରିକ, ପରିବହନ,ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ । ଅର୍ଥ ଲାଭ, ସମ୍ମାନ ପ୍ରାପ୍ତି ସହ ବନ୍ଧୁମିଳନ ଘଟିପାରେ । ଆଜି ପାରିବାରିକ, ସାମାଜିକ, ରଜନୈତିକ, ସାଂଗଠନିକ ଓ ଲୋକ ସମ୍ପର୍କ କ୍ଷେତ୍ରରେ ସୁଫଳ ପାଇବେ । ଅତି ନିକଟରେ ରହି ସାହାର୍ଯ୍ୟ କରୁଥିବା ବ୍ୟକ୍ତି ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅଫିସରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇପାରେ ।

ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ଭୁଲ୍ ବୁଝାମଣା ହେତୁକ କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖା ଦେବ । କଳା, ସାହିତ୍ୟ, କ୍ରୀଡା କିମ୍ବା ଚଳଚ୍ଚିତ୍ର କ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । ଦୀର୍ଘଦିନରୁ ଚିନ୍ତା କରୁଥିବା କାମରେ ଅଗ୍ରଗତିର ସୂଚନା ପାଇ ସାମୟିକ ଖୁସି ହେବେ । ବନ୍ଧୁମିଳନ ସହ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ ।

ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ଧନୁ – ବ୍ୟବସାୟ,ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଉଚ୍ଚବର୍ଗଙ୍କ ସହାୟତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ସମସ୍ୟାର ସମାଧାନ ହୋଇଯିବ । ଅତୀତ ଘଟଣାକୁ ଚିନ୍ତା କରି ଆଜି ସକାଳୁ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆକ୍ରାନ୍ତ କରିବ । ପାରିବାରିକ ସମସ୍ୟା ପଛକୁ ପକାଇ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ପ୍ରାଧାନ୍ୟ ଦେବେ । ଶୁଭ ରଙ୍ଗ ପିଚ୍ ।

ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଯାତ୍ରାକାଳରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡିବେ । ଦୂରେଇ ରହୁଥିବା ପ୍ରିୟବ୍ୟକ୍ତି ଟି ପାଖେଇ ଆସିବ । ରଚନାତ୍ମକ କାମ, ଗବେଷଣା, ଅନୁସନ୍ଧାନ, କଳା, ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ଶୁଭଫଳ ପାଇବେ । ଗୁରୁବର୍ଗୀୟ ବ୍ୟକ୍ତିଙ୍କ ଆରୋଗ୍ୟ ସକାଶେ ବ୍ୟାକୁଳତା ପ୍ରକାଶ ପାଇବ । ଯୁକ୍ତିଯୁକ୍ତ କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କୁ ମୁଗ୍ଧ କରିବାରେ ଅଗ୍ରଣୀ ହେବେ । ଶୁଭ ରଙ୍ଗ ଗାଢ ଲାଲ୍ ।

ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ଓ ଅଭିଯୋଗ ପାଇବେ । ମନ ବୁଝିଲା ଭଳି କିଛି ପ୍ରତିଶ୍ରୁତି, ମିଷ୍ଠାନ୍ନ ଭୋଜନ ମାଧ୍ୟମରେ ଲୋକପ୍ରିୟତା ହାସଲ କରିବେ । ଋଣ ଭାର କ୍ରମଶଃ ବୃଦ୍ଧି ପାଉଥିବା କାରଣରୁ ସାମୟିକ ଚିନ୍ତା କରିବେ । ଦୀର୍ଘପ୍ରତୀକ୍ଷାରେ ଅବସାନ ଘଟିବ ଏବଂ ହଠାତ୍ କୌନସି ଖବର ପାଇ ଖୁସି ହେବେ । ମାଙ୍ଗଳିକ ତଥା ଜନକଲ୍ୟାଣମୂଳକ କାମରେ ନିଜକୁ ନିୟୋଜିତ କରି ଖୁସି ରହିପାରନ୍ତି ।

ଶୁଭ ରଙ୍ଗ କ୍ରୀମ୍ ।

ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ନିଜର ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ ।ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବା ସହ ନିଜ ଲୋକମାନଙ୍କଶତ୍ରୁତା ଦୁଶ୍ଚିନ୍ତା କୁ ବୃଦ୍ଧି କରିବ । ଗତକାଲି ଠାରୁ ସ୍ଥଗିତ କାମକୁ ଆଜି ପୂରା କରିବା ପାଇଁ ନିଷ୍ପତ୍ତି ନେବେ । ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବା ଦ୍ୱାରା ଅଟକି ଥିବା କାମ ତ୍ୱରାନ୍ୱିତ ହେବ । ଶୁଭ ରଙ୍ଗ ୟେଲୋ ।

ଶୁଭ ଅଙ୍କ ୪ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.