ଜାନୁଆରୀ ୨୪ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ
24/01/2023 at 7:21 AM

ମେଷ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ସମ୍ପଦ ପ୍ରାର୍ଚ୍ୟୁ ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଭୂମି କ୍ରୟ କରିପାରନ୍ତି କିମ୍ବା ଗୃହ ନିର୍ମାଣ ଆରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।
ବୃଷ : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଅଧିକ ଧ୍ୟାନ ଓ ଗୁରୁତ୍ୱ ଦେବେ ଏବଂ କର୍ମ ପ୍ରତି ଅଧିକ ଧ୍ୟାନ ଦେବେ । କର୍ମରେ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର ର୍କ୍ୟାଦକ୍ଷତା ଏବଂ କର୍ମକୁଶଳତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମ ପ୍ରତି ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ । ଯେଉଁମାନଙ୍କର କୃତ୍ତିକା ଏବଂ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା: ୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ମନ ଅଶାନ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କୁ, ଘ, ଡ, ଛ ସେମାନେ ସତର୍କ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
କର୍କଟ: ଅଷ୍ଟମ ଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତାଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର ଡି, ଡୁ, ଡେ, ଡୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ: ମାନସିକ, ପାରିବାରିକ ଶାନ୍ତି ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ । କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା: ୬, ଆରାଧନା : ପ୍ରଭୁ ଗଜାନନ ।
କନ୍ୟା: ଷଷ୍ଠ ଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବାର ଉପାୟ ମିଳିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ପରୋପକାର, ସମାଜସେବା ଓ ଧାର୍ମିକ ର୍କ୍ୟାରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଦେହ, ମନ ସୁସ୍ଥ ରହିବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
ତୁଳା: ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ ଏବଂ କିଛି ସମସ୍ୟା ଦେଖାଦେବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମ କରିବାର ଶୈଳୀରେ ଉନ୍ନତି ଆସିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।
ବିଛା: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ସ୍ୱଜନରେ ମତାନ୍ତର, ପରିବାରରେ ମନୋମାଳିନ୍ୟ, ମୂଲ୍ୟବାନ ପଦାର୍ଥ ନଷ୍ଟ, ।ନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଅଧିକ କ୍ଷତି ଦେଖାଦେବ । କର୍ମରେ ବିଫଳତା, ମନରେ ଅସ୍ଥିରତା, ସମସ୍ତଙ୍କ ସହ ଶତ୍ରୁତା ଏବଂ ଶରୀରରେ ଅସୁସ୍ଥତା ଅନୁଭବ କରିବେ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ଓ ଯାହାର ପ୍ରଥମ ନାମାକ୍ଷର ଯୋ, ଯି, ଯୁ ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ: ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭ୍ରାତୃଭଗ୍ନୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।
ମକର: ଘାତବାର ଓ ଦ୍ୱିତୀୟ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟ ଆହୁରି ଅଧିକ କରିବା ପାଇଁ ନୂତନ କଳା କୌଶଳ ଆପଣାଇବେ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଏବଂ ସହକର୍ମୀଙ୍କ ସହ ବିବାଦ ହୋଇପାରେ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖା ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
କୁମ୍ଭ: ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଶରୀରରେ ସୁସ୍ଥତା ଏବଂ ଚାଲିଚଳନ ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମତୃପ୍ତି ଏବଂ ଆତ୍ମସନ୍ତୋଷ ରହିବ । କର୍ମରେ ସଫଳତା ଶୀର୍ଷରେ ରହିବ ଏବଂ ସମସ୍ତଙ୍କ ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧୂସର, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ: ଚବିଶ ନକ୍ଷତ୍ର, ଚବିଶ ତାରିଖ, ଘାତଚନ୍ଦ୍ର ୋଗୁ ମନରେ ଅସ୍ଥିରତା, ସମସ୍ତ କର୍ମରେ ଅନିୟମିତତା ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତଧାବନ କରିବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ରେବତୀ ମୀନ ଓ ଯାହାର ପ୍ରଥମ ନାମାକ୍ଷର ଦେ, ପୋ, ଚା, ଚୀ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।