ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଜାନୁଆରୀ ୨୭ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

27/01/2023 at 7:02 AM

ମେଷ: ଘାତବାର ଏବଂ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପବରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଦେବ ଏବଂ କର୍ମ ପ୍ରତି ଅଧିକ ଆଗ୍ରହ ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ: ଧଳା, ସଂଖ୍ୟା: ୩, ଆରାଧନା: ପବଜ୍ଞକ୍ଟ୍ରଟ୍ଟ୍ରଭୁ ହନୁମାନ

ବୃଷ: ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ, ଖ୍ୟାତି, ସୁଖ୍ୟାତି, ବୃଦ୍ଧି ପାଇବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପୂର୍ବରୁ କରିଥିବା କ୍ଷତିର ଭରଣା କିଛି ମାତ୍ରାରେ ସମର୍ଥ ହେବେ । କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା: ୨, ଆରାଧନା : ପ୍ରଭୁ ଶ୍ରୀରାମ

ମିଥୁନ: ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଚାଲିଚଳନ ବ୍ୟବହର ବିବାଦୀୟ ହେବ । ବିନା କାରଣରେ ବହୁତ ବ୍ୟସ୍ତ ରହିବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ  ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ବହୁ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂନର୍ବସୁ ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କେ, କୋ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା

କର୍କଟ: ସପ୍ତମ ଚନ୍ଦ୍ର ଯୋଗୁ ପରିବାର ପ୍ରତି ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ  ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନପ୍ରାପ୍ତି ହେବ । କର୍ମରେ ସଫଳତା ଏବଂ ସମ୍ମାନ ମିଳିବ । ଯେଉଁମାନଙ୍କର ପୂଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: ଧଳା, ସଂଖ୍ୟା : ୧, ଆରାଧନା:ମା’ ସମଲେଶ୍ୱରୀ

ସିଂହ: ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଅନ୍ୟ ସହିତ କଥାବାର୍ତ୍ତା କଲାବେଳେ ସତର୍କ ହେବେ । ପରିବାରରେ ଅଶାନ୍ତି, ମନରେ ଅସ୍ଥିରତା ଏବଂ ଶାରୀରିକ ପିଡ଼ା ଭୋଗିବେ । ଅଯଥା ଶତ୍ରୁବୃଦ୍ଧି ଘଟିବ ଏବଂ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମୋ, ଟା, ଟି, ଟୁ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ମା ମାତଙ୍ଗୀ

କନ୍ୟା: ଶୁକ୍ଳପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ ଗରିମା, ଏବଂ ଦୂରଦୃଷ୍ଟିର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଗର୍ବିତ ହେବେ  । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ପିତାମାତାଙ୍କ କୃପା ଏବଂ ସମସ୍ତ କର୍ମରେ ଆପଣଙ୍କର ଦୂରଦୃଷ୍ଟିର ପ୍ରକାଶ ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ

ତୁଳା: ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଆର୍ଥିକ କ୍ଷତି, ଆର୍ଥିକ ଠକାମି, ପରିବାରରେ ମତାନ୍ତର, ସ୍ୱଜନ ଓ ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପିଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ ଅଧିକ କ୍ଷତି ହେବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ସମସ୍ତ କର୍ମ ମନେ ହେବ । ଯେଉଁମାନଙ୍କର ବିଶାଖା ତୁଳା ଓ ଯାହାର ପ୍ରଥମ ନାମାକ୍ଷର ତି, ତୁ, ତେ, ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ

ବିଛା: ଶୁକ୍ଳପକ୍ଷର ତୃତୀୟ ଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭ୍ରାତୃ, ଭଗ୍ନୀଙ୍କର ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ

ଧନୁ: ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ପ୍ରାପ୍ତି, ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ । ଆୟ ଓ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟ ଅଧିକ କରିବା ପାଇଁ ନୂତନ କଳା, କୌଶଳ ଆପଣାଇବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ପବଜ୍ଞକ୍ଟ୍ରଟ୍ଟ୍ରଭୁ ଗଜାନନ

ମକର: ଶ୍ରୀଚନ୍ଦ୍ର, ଶ୍ରୀୟଂ ଦଦ୍ୟାତ୍‌ ଅର୍ଥାତ୍‌ ଶ୍ରୀଚନ୍ଦ୍ର, ଧନ, ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ଆଣିବାରେ ସହାୟକ ହୋଇଥାଏ । ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ମନରେ ପ୍ରସନ୍ନତା ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : କଫି, ସଂଖ୍ୟା :୩, ଆରାଧନା : ମା’ ଭୈରବୀ

କୁମ୍ଭ: ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପଶଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ନିଷ୍ଫଳ ଯାତ୍ରା କରିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ଆର୍ଥିକ ସ୍ଥିତିରେ ଅବନତି ଆସିବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ସେ, ସୋ, ଦା ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ

ମୀନ: ଏକାଦଶ ଚନ୍ଦ୍ର, ରବିବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ରହିବ । ଅନ୍ୟକୁ ନେଇଥିବା ଧନ ଓ ବାକି ପଡ଼ିଥିବା ଧନ ଆଦାୟ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଅର୍ଜିତ ଆୟ ଉନ୍ନତିମୂଳକ କର୍ମରେ ବିନିଯୋଗ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ

   Related Posts