ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଜାନୁଆରୀ ୨୮ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

28/01/2023 at 7:10 AM

ମେଷ: ମାନସିକ, ପାରିବାରିକ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ଭ୍ରାତୃଭଗ୍ନୀଙ୍କ ପ୍ରତି ଅଧିକ ଆନ୍ତରିକତା ଏବଂ ସମସ୍ତ ସାହାଯ୍ୟ ସହଯୋଗ କରିବେ। ଉନ୍ନତିମୂଳକ କର୍ମରେ ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ କିମ୍ବା ନୂତନ କର୍ମାରମ୍ଭ କରିବା ପାଇଁ ଉଦ୍ୟମ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ ।

ବୃଷ: ଦ୍ୱିତୀୟ ଚନ୍ଦ୍ର  ଯୋଗୁ ଧନ ଓ ଆୟ, ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଯେତେ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ସନ୍ତୋଷ ରହିବ ନାହିଁ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।

ମିଥୁନ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ ଲକ୍ଷ୍ମୀଙ୍କର କୃପକୃଟ୍ଟା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆମତୃପ୍ତି ମିଳିବ । ମନରେ ପ୍ରସନ୍ନତା, ପଡ଼ୋଶୀଙ୍କ ସହ ମିତ୍ରତା ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ମିଥୁନ ସେମାନେ ଉପକୃତ ହେବେ

କର୍କଟ: ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ। ମନରେ ଅସ୍ଥିରତା, ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷର କି, କୁ, କେ, ଡୋ, ସେମାନେ ସତର୍କ ହେବେ ।

ସିଂହ: ଏକାଦଶ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରପ୍ତି ହେବ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ ପଦାର୍ଥ ହାତ ପାହାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ ।

କନ୍ୟା: ଘାତଚନ୍ଦ୍ର ଯୋଗୁ ସମସ୍ତ କର୍ମ ଆରମ୍ଭ କରିବା ପୂର୍ବରୁ ସତର୍କତା ଜରୁରୀ । ମନରେ ଅସ୍ଥିରତା, ଚାଲିଚଳନରେ ଅସ୍ୱାଭାବିକତା, କଥାବାର୍ତ୍ତାରେ ଉଚ୍ଛୃଙ୍ଖଳତା ଏବଂ କର୍ମ ପ୍ରତି ଅଜଣା ବିପଦ ଆସିପାରେ । ସମସ୍ତ କର୍ମ ବିବାଦୀୟ ହେବ, ସଫଳତା ଅପେକ୍ଷା ବିଫଳତା ଅଧିକ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ଅଧିକ ହେବ ଏବଂ ଅପମାନ, ଅପଯଶ, ଓ ଅପନିନ୍ଦା ଅଧିକ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପ, ଷ, ଣ, ଠ, ସେମାନେ ସତର୍କ ହେବେ ।

ତୁଳା: ଉଚ୍ଚ ସମ୍ମାନ, ଉଚ୍ଚ ପଟ୍ଟଦବୀ ଏବଂ ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ ।

ବିଛା: ଯଶ, ସମ୍ମାନ, ସାମାଜିକ ପ୍ରତି ଏବଂ ଜନସମ୍ପର୍କ ବୃଦ୍ଧି ପାଇବ। ପରୋପକାର ଓ ସମାଜ ସେବାରେ ଅଧିକ ଆଗ୍ରହ ରହିବ ଏବଂ ରୋଗ, ଋଣ ଓ ଶତ୍ରୁ – ଏ ତିନୋଟିରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠ ବିଛା ସେମାନେ ସତର୍କ ହେବେ। 

ଧନୁ : ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ଦୂରଦୃଷ୍ଟି ଓ ପ୍ରତ୍ୟୁତ୍ପନ୍ନମତିର ବିକାଶ ଘଟିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ପିତାମାତାଙ୍କ କୃପା ଏବଂ ପୁରାତନ ବନ୍ଧୁଙ୍କ ସାହ୍ୟା, ସହଯୋଗ ମିଳିବ ଏବଂ କଳା, ସଂସ୍କୃତିରେ ଅଧିକ ରୁଚି ରହିବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ।

ମକର : ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିବ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ

କୁମ୍ଭ : ମାନସିକ, ପାରିବାରିକ ଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ। ସୁଖବର, ସୁସମ୍ବାଦ ମିଳିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଧନି ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ ।

   Related Posts