vridhi excotica
star kirano
ori homes
vridhi excotica
star kirano
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ଅଗଷ୍ଟ ୨୧ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

21/08/2019 at 7:43 AM

ମେଷ – ମିଳିଥିବା ସୁଯୋଗର ଉପଯୋଗ କରିପାରନ୍ତି । କାର୍ଯ୍ୟରେ ବିରୋଧତା ଆସିପାରେ । ଥଣ୍ଡା-କଫଜନିତ ପୀଡା ଭୋଗ କରିପାରନ୍ତି । ଚଳ ସ୍ୱଭାବର ହେବେ । ମିଠା କଥା କହି ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ଗୋଲାପି,ଧଳା । ଶୁଭ ଅଙ୍କ ୫ ।

ବୃଷ – ଆୟ ଆଶାନୁରୂପ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ମିଥୁନ -ଭଲ ରୋଜଗାର ହେବ । କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ନିଜ ପରିବାରର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୬ ।

କର୍କଟ – ପରୋପକାରୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ବିତାଇ ପାରନ୍ତି । ସୁଖ-ସମୃଦ୍ଧପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା,ପ୍ରବାସପ୍ରିୟ,ବିଦ୍ୱାନ୍, ସାହସୀ ଓ ସମ୍ପିବାନ୍ ହେବା ଆଶା କରାଯାଏ ।–ଶୁଭ ରଙ୍ଗ ଧଳା,ହଳଦୀଆ । ଶୁଭ ଅଙ୍କ ୪ ।

ସିଂହ – ଶରୀର ସୁସ୍ଥ ରହିବ । କାର୍ଯ୍ୟ ହାନି ଘଟିପାରେ । ମାନସିକ ଅଶାନ୍ତି ଭୋଗ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । ଭାଗ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୧ ।

କନ୍ୟା –ବନ୍ଧୁ ସୁଖ ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଶୁଭ ରଙ୍ଗ ନୀଳ, ଧଳା । ଶୁଭ ଅଙ୍କ ୩ ।

ତୁଳା – ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଭାଇମାନଙ୍କ ଉପରେ ସ୍ନେହ,ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଚାକିରୀରେ ସୁନାମ ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ବିଛା – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ଶୁଭ ରଙ୍ଗ ଲାଇଟ୍ ପିଙ୍କ୍ । ଶୁଭ ଅଙ୍କ ୭ ।

ଧନୁ –ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ବିକଶିତ ହେବ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ମକର –ମନ ପ୍ରଫୁଲ୍ଲ ରହିବ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃିର ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଭୋଗ କରିପାରନ୍ତି । ସାନ ଭାଇଙ୍କ ଠାରୁ ଆଦର ମିଳିବ । ଶୁଭ ରଙ୍ଗ ଆକାସି । ଶୁଭ ଅଙ୍କ ୪ ।

କୁମ୍ଭ – ବ୍ୟବସାୟରେ ଲାଭକ୍ଷତି ସମାନ୍ତରାଳ ଗତି କରିପାରେ । ଚିନ୍ତାଧାରା ଉନ୍ନତମାନର ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ବିକାଶ ଘଟିବ । ଆବଶ୍ୟକ ପଡିଲେ ସହନଶୀଳ,ଶାନ୍ତିପ୍ରୟ ଓ ଉଦାର ହେବେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୫ ।

ମୀନ – ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ଜିଣି ଧନ ଲାଭ କରିପାରନ୍ତି । ଲୋକପ୍ରିୟ ହୋଇପାରନ୍ତି । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୫ ।

   Related Posts