ଅକ୍ଟୋବର ୩୦ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 30, 2019 IST

ମେଷ – ଅଯଥା ଆଶଙ୍କା ଅନୁଭବ କରିପାରନ୍ତି । ବନ୍ଧୁଙ୍କ ସହାୟତା ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ପତ୍ନୀଙ୍କ ପରାମର୍ଶ, ଆପଣଙ୍କ ବ୍ୟବସାୟରେ ଉନ୍ନତି ଆଣିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ବୃଷ – ଆଶାବାଦୀ ହୋଇପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଚାକିରି କ୍ଷେତ୍ରରେ ଚମତ୍କାରିତା ଲାଭ ପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ଗାଢ ପିଙ୍କ୍ । ଶୁଭ ଅଙ୍କ ୫ ।

ମିଥୁନ - ଦେବ ପୂଜାରେ ନିମଗ୍ନ ହୋଇପାରନ୍ତି । ଚଳ ପ୍ରକୃତିର ହେବେ । ଆସନ୍ନ ପ୍ରସବା ଥିଲେ କନ୍ୟା/ପୁତ୍ର ସନ୍ତାନ ଜାତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

କର୍କଟ – ଉଦାର ସ୍ୱଭାବର ହୋଇପାରନ୍ତି । ଦାନକୁ ଶ୍ରେଷ୍ଠ ଧର୍ମ ଭାବେ ବିଚାର କରିବେ । ସୁଖୀ ଓ କୃଷି କର୍ମକାରୀ ହେବେ । ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି । । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ସିଂହ – ନିଷ୍ଠାପର ଭାବେ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃିର ହେବେ । ମଧୁର ଭାଷୀ ହୋଇପାରନ୍ତି । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

କନ୍ୟା – ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ଓ ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ତୁଳା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ୱାଦୁ ଭୋଜନ ମିଳିବ । ରୋଜଗାର ଆଶାନୁରୂପ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ବିଛା – ବନ୍ଧୁମେଳରେ ଆନନ୍ଦ ଅନୁଭବ କରିପାରନ୍ତି, ତଥାପି ପଥରୋଧର ସମ୍ମୁଖୀନ ଏବଂ ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସମସ୍ୟା ଦୂର ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଧନୁ – ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନ ଓ ପ୍ରମୋସନ୍ ମିଳିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ମକର – ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଯିବେ । ଆପଣଙ୍କୁ ପରିଶ୍ରମର ମୂଲ୍ୟ ମିଳିବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ଓ ସୁସ୍ଥ , ନିରାମୟ ଜୀବନଯାପନ କରିବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

କୁମ୍ଭ - ଅଭାବ ମୋଇବାକୁ ସକ୍ଷମ ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ମୀନ - ଅସୁବିଧାରେ ପଡିପାରନ୍ତି । ଦୁଃଖ-କଷ୍ଟ ସାମ୍ନା କରିବାକୁ ପଡିବ । ସ୍ୱାଭିମାନୀ ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.