ଡିସେମ୍ବର ୨୩ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 23, 2019 IST

ମେଷ – ଦେବଗୁରୁଙ୍କ ଶୁଭଦୃଷ୍ଟିରୁ ଆଜିର ଆଲୋଚନା ଫଳପ୍ରଦ ହେବା ସହ କୌଣସି ସିଦ୍ଧାନ୍ତ ନେବାରେ ସମର୍ଥ ହେବେ । ପଡୋଶୀଙ୍କ ଅସହିଷ୍ଣୁ ମନୋଭାବରୁ ଟିକିଏ ଟିକିଏ କଥାରୁ କଳହ ଲାଗିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ବୃଷ – କେନ୍ଦ୍ରସ୍ଥ ଚନ୍ଦ୍ର ଯୋଗୁ ଆକସ୍ମିକ ଭାବରେ ସୁଯୋଗ ଆପଣା ଛାଏଁ ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବିଚିନ୍ତି କାମ କରିବା ଭଲ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ମିଥୁନ – ଉପରିସ୍ଥଙ୍କ ଭୁଲ୍ ବୁଝାମଣାରୁ କର୍ମ କ୍ଷେତ୍ରରେ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

କର୍କଟ – ଆଜି ଭାଇ,ବନ୍ଧୁ, ସହକର୍ମୀ, ଅଂଶୀଦାର ବ୍ୟବସାୟୀମାନଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଯାତ୍ରା ସମୟରେ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ସିଂହ – ଆଜି ସାମାନ୍ୟ ଅନ୍ୟମନସ୍କତା କିମ୍ବା ଅସାବଧାନତା ବଶତଃ ଧନ ହାନି ଯୋଗ ରହିଛି । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲ ଭାବରେ ଚିନ୍ତା କରିବା ଭଲ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

କନ୍ୟା – ଦୀର୍ଘ ଦିନରୁ ଲାଗି ରହିଥିବା ଆଶା ଓ ଅର୍ଥର ଅଭାବ ହେତୁ ମାନସିକ ସ୍ଥିରତା ରହିବ ନାହିଁ । ହାତକୁ ନେଇଥିବା କାମ ବିଷୟରେ ଯାହା କରିବା କଥା ଶୀଘ୍ର ଶୀଘ୍ର ଶେଷ କରିବା ଭଲ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ତୁଳା – ଆଜି ଦିନଟିରେ ମନ ଅନୁଯାୟୀ କାମ କରିବାରେ କୌଣସି ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ର, ସଭା ସମିତି, କଚେରି ମାମଲାରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ବିଛା – ବହୁ ବିଚାର ବିମର୍ଶ ପରେ ପୂର୍ବ ପରିକଳ୍ପିତ ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ଅବଶ୍ୟ ସାମାନ୍ୟ ବ୍ୟତିକ୍ରମ ଭିତରେ ସଫଳ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ଧନୁ – ଆଜି ଦିନ ମଧ୍ୟରେ ଯେତିକି ପାଇବେ, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ । ଶିକ୍ଷା, ସନ୍ତାନ, ପରୀକ୍ଷା ଇରଭ୍ୟୁ କ୍ଷେତ୍ରରେ ସଫଳତା ପାଇବେ । ସଭାସମିତିରେ ଅନ୍ୟର ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ମକର –ସହକର୍ମୀମାନେ ଫାଇଦା ହାସଲ କରିବା ସକାଶେ ଅତି ନିଜର ଭଳି ବ୍ୟବହାର କରିପାରନ୍ତି । ଯେତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହେବା ଅସମ୍ଭବ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

କୁମ୍ଭ – କାର୍ଯ୍ୟହାସଲ ହେବା କାରଣରୁ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ଆଗୁଆ ହୋଇ ସଫଳତା ହାସଲ କରିବେ । ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ମୀନ – ଆକସ୍ମିକ ଭାବରେ ଆଜିର ପ୍ରତ୍ୟୁଷ ଯାତ୍ରା ଆପଣଙ୍କ ପାଇଁ ସଫଳତା ଆଣି ଦେବ । ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ବିଜୟ ଓ ଗୌରବାର୍ଜନ ନିଶ୍ଚିତ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.