ଫେବୃଆରୀ ୧୫ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | February 15, 2020 IST

ମେଷ – ଯାହା କରିବେ ଆଜି କରନ୍ତୁ । ଶତ୍ରୁଭାବ ଜାତ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶତ୍ରୁବିନାଶ କରି ମାନସିକ ଶାନ୍ତି ଫେରି ପାଇବେ । ଚାକିରି ସୁରକ୍ଷିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ବୃଷ – ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଭାବେ ଧନଲାଭ ହୋଇପାରେ । ଗୁପ୍ତବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୩ ।

ମିଥୁନ – କାର୍ଯ୍ୟରତ ସମୟରେ ଦୁର୍ଘଟଣା ପ୍ରତି ସତର୍କତା ଆବଶ୍ୟକ । ସୁଖୀ ଓ ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତିତ୍ୱର ବିକାଶ ଘଟାଇପାରନ୍ତି । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।

କର୍କଟ – ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ହାତ ଦେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ଏବଂ ମଧୁରଭାଷୀ ଭାବେ ଜନାଦୃତ ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । ଭ୍ରାତୃଭାବ ଅତୁଟ ରହିବ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୩ ।

ସିଂହ – ଅର୍ଥ ପ୍ରାପ୍ତି ପାଇଁ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ଏବଂ ଆଶାବାଦୀ ହୋଇପାରନ୍ତି । ପରମ ସୌଭାଗ୍ୟଶାଳୀ ହେବେ । ମିତ୍ର ସୁଖ ମିଳିବ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୪ ।

କନ୍ୟା – ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।

ତୁଳା – ଅଧିକ ବ୍ୟୟର ସମ୍ମୁଖୀନ ହୋଇ ବ୍ୟସ୍ତ, ବିବ୍ରତ ହୋଇପାରନ୍ତି । କାର୍ଯ୍ୟରେ ବାଧା, ବିଘ୍ନ ଉପୁଜି ପାରେ । ଚଞ୍ଚଳ ସ୍ୱଭାବର ହେବେ । ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ବିଛା – ଧର୍ମ କର୍ମ ସଂପାଦନ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଥଣ୍ଡାରେ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସରକାରୀ ମାନ୍ୟତା ମିଳିବ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୩ ।

ଧନୁ – ମିଳିଥିବା ସୁଯୋଗକୁ ହାତ ଛଡା କରିବେ ନାହିଁ । ବହୁ ସମ୍ମାନର ଅଧିକାରୀ ଏବଂ ଦୟାଳୁ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ମକର – ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭୋଗ-ବିଳାସ କରିପାରନ୍ତି । ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବଳ ଉଦ୍ୟୋଗୀ ଓ ଭାଗ୍ୟଶାଳୀ ହେବେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୫ ।

କୁମ୍ଭ – ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ଏପରିକି ଯାତ୍ରା ପଥରେ ସତର୍କ ହୋଇ ଚଳିବାକୁ ପଡିବ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସର୍ଦ୍ଦି ତଥା କଫଜନିତ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଲାଇଟ୍‌ ନୀଳ । ଶୁଭ ଅଙ୍କ ୨ ।

ମୀନ – ଆଶାକରୁଥିବା କାର୍ଯ୍ୟଟି ହସ୍ତଗତ ହୋଇପାରେ । ସୁଖ-ସମ୍ଭୋଗର ଦିନଟି ଆଜି । ବ୍ୟବସାୟ ଲାଭଜନକ ଏବଂ ସମାଜ ସେବୀ ହେବେ । ମନରେ ସାମୟିକ ଭାବେ ଅହଂଭାବ ଦେଖା ଦେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.