scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଫେବୃଆରୀ ୧୬ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

16/02/2020 at 6:54 AM

ମେଷ – ଶତ୍ରୁ ଯେତେ ବଳବାନ୍‌ ହେଉ ନା କାହିଁକି ତାକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଉତ୍ତମ ଖବର ପାଇ ଖୁସି ହୋଇପାରନ୍ତି । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

ବୃଷ – ପଢା ପଢିରେ ମନୋନିବେଶ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଜନପ୍ରିୟ ଓ ସନ୍‌ ମାର୍ଗୀ ଓ ସୁ ସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ । ଦିନଟି ଭିତରେ ମଧ୍ୟମ ଧରଣର ଫଳ ମିଳିବ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।

ମିଥୁନ – କଳହ ଠାରୁ ନିଜକୁ ମୁକ୍ତ ରଖି ପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶ୍ରମ ଯେତେ ଅଧିକ ହେଲେ ବି ତା’ର ମୂଲ୍ୟ ମିଳିବ । ବହୁ ମିତ୍ର ବ୍ୟକ୍ତିଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

କର୍କଟ – ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦିଅଁ ଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତିର ମାତ୍ରା କମିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ ।

ସିଂହ – ପରୋପକାରୀ ,ତ୍ୟାଗଶୀଳ ଓ ନୀତିଜ୍ଞ ହେବେ । ଚିତ୍ତ ସନ୍ତୁଷ୍ଟ ହେବ । ଅତି ସୁଖୀ ହୋଇପାରନ୍ତି । ବିବିଧ ଧନଯୁକ୍ତ ଓ ସହିଷ୍ଣୁ ମୌମ୍ୟ ମୂର୍ତ୍ତି ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।

କନ୍ୟା – ବହୁ ଶୁଭଫଳ ଆଶା କରାଯାଏ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ଏବଂ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଭଲ ଆୟ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ସହ ଚିନ୍ତାଧାରା ଉନ୍ନତମାନର ହେବ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୬ ।

ତୁଳା – ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟରେ ବାଧା-ବିଘ୍ନ ଉପୁଜି ପାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ବିଛା – ହାତରୁ ଖସି ଯାଇଥିବା କାର୍ଯ୍ୟକୁ ପୁଣି କରାୟତ୍ତ କରିପାରନ୍ତି । ଆୟ ଆଶାନୁରୂପ ହେବ । ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ ହେବ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୪ ।

ଧନୁ – ଯାହା ଇଚ୍ଛା କରିବେ ତାହା ପାଇପାରନ୍ତି । କର୍ତ୍ତବ୍ୟନିଷ୍ଠ ହେବେ । ଶୁଭ ଖବରରେ ମନ ଉଲ୍ଲସିତ ହୋଇପାରେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଆର୍ଥିକ ସ୍ଥିତି ଅଧିକ ମଜଭୁତ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୫ ।

ମକର – ସେବା-ପୂଜାକୁ ଆଦରି ନେଇପାରନ୍ତି । କ୍ଷମତାରେ ଅଭିବୃଦ୍ଧି ଘଟାଇ ତା’ର ସଦ୍‌ବ୍ୟବହାର କରିବେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଭକ୍ତିଗାଥା ଶ୍ରବଣ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

କୁମ୍ଭ – ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବାକୁ ପଡିବ । ଯାନବାହନ ଚଳାଚଳ, ଉଚ୍ଚ ସ୍ଥାନ ଆରୋହଣ ଓ ଜଳଯାତ୍ରାରେ ସତର୍କ ରହିବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୬ ।

ମୀନ – ଗୁରୁର୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ଆସିପାରେ । ମିତ୍ରମାନଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

   Related Posts