ଫେବୃଆରୀ ୧୯ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | February 19, 2020 IST

ମେଷ – କେତୁଙ୍କ ନକ୍ଷତ୍ରରେ ରହି କେତୁଯୁକ୍ତ କାରଣରୁ ସାଧାରଣ କଥାରେ ବେଶି ବିବ୍ରତ ହେବା ନିଜ ପାଇଁ କ୍ଷତିର କାରଣ ହୋଇପାରେ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।

ବୃଷ –ଅଷ୍ଟମସ୍ଥ ତିନୋଟି ଗ୍ରହ ଆପଣଙ୍କୁ ଅର୍ଥ ସମ୍ପର୍କୀୟ କିମ୍ବା ମତ ମନ୍ତବ୍ୟ ସକାଶେ ସମସ୍ୟା ସୃଷ୍ଟି କରିବେ । ଶୁକ୍ର ଉଚ୍ଚ ରାଶିରେ ଥିବାରୁ ସ୍ୱାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ । କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।

ମିଥୁନ – ଅଭାବ ନ ଥିଲେ ମଧ୍ୟ ଚନ୍ଦ୍ରଙ୍କ ଅଶୁଭ ସମ୍ପର୍କରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ । ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ମନୋରଞ୍ଜନରେ ରୁଚିଯୁକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

କର୍କଟ – ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆଇନ, ଅଦାଲତ, ଲୋକସମ୍ପର୍କ କ୍ଷେତ୍ରରେ ଆଶାନୁଯାୟୀ ସୁଫଳ ପାଇବେ । କିନ୍ତୁ ପୁଷ୍ୟା ନକ୍ଷତ୍ରଜାତ ବ୍ୟକ୍ତିମାନେ କଠୋର ପରିଶ୍ରମ ଜନିତ ଦୈହିକ ଦୁର୍ବଳତା ଯୋଗୁ ଶାରିରୀକ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ସିଂହ – ରାଶି ପ୍ରତି ରବି ଓ ବୁଧଙ୍କ ପ୍ରତ୍ୟେକ୍ଷ ଦୃଷ୍ଟି ଯୋଗୁ ଶାରୀରିକ ସୁସ୍ଥତା , ବିଶିଷ୍ଟବ୍ୟକ୍ତିଙ୍କ ଅନୁକମ୍ପା, ଅର୍ଥ ଲାଭ ସହ କାର୍ଯ୍ୟ ସିଦ୍ଧି ଅବଶ୍ୟମ୍ଭାବୀ । ମାନସିକ ଅବସାଦ କାରଣରୁ କୌଣସି କାମ ଉତ୍ସାହପ୍ରଦ ହୋଇ ନ ପାରେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।

କନ୍ୟା – ଆଜିର ପ୍ରତ୍ୟୁଷ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ । କିନ୍ତୁ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଭାଇଙ୍କ ସମସ୍ୟାର ସମାଧାନ ଏବଂ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ପ୍ରତିବନ୍ଧକ ଯୋଗୁ ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।

ତୁଳା – ଶନିଙ୍କ ପ୍ରଭାବରେ ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ, କିନ୍ତୁ କୌଣସି ଅସୁବିଧା ହେବ ନାହିଁ । କିନ୍ତୁ ଛୋଟ ଛୋଟ ଘଟଣାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ବିଛା – ଶତ୍ରୁଗୃହୀ କର୍ମାଧିପ ଯୋଗୁ ଆକସ୍ମିକ ସମସ୍ୟା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ । ଯାତ୍ରା ସମୟରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ହୋଇପାରେ । ଶୁଭ ରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୬ ।

ଧନୁ – ଅଧୈର୍ଯ୍ୟ ନ ହୋଇ ପରିସ୍ଥିତି ମୁକାବିଲା କରନ୍ତୁ, ଅବଶ୍ୟ ସଫଳତା ପାଇବାରେ ଅସୁବିଧା ହେବ ନାହିଁ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଏଣୁ ଅନ୍ୟର କଥାକୁ ସତ ମନେ କରି କାମ କଲେ ଅପଦସ୍ଥ ହେବାକୁ ପଡିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

ମକର – ଅନୁକୂଳ ଗ୍ରହ ପ୍ରଭାବରୁ ଯେମିତି ଯାହା ଚାହିଁବେ, ସବୁଥିରେ ସଫଳତା ହାସଲ କରି ଖୁସୀ ହେବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କମିବ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୮ ।

କୁମ୍ଭ – ବିଭିନ୍ନ ପୁରାତନ ସମସ୍ୟାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।

ମୀନ – ଷଷ୍ଠାଧିପ ଯୁକ୍ତ ବୁଧଙ୍କ କୁପ୍ରଭାବରେ ସକାଳୁ ସକାଳୁ ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କିନ୍ତୁ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସହାୟତାରେ କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖନ୍ତୁ, ନିଶ୍ଚିତ ଉପକୃତ ହେବେ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୧ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.