ମେ’ ୪ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 04, 2020 IST

ମେଷ – ପାରିବାରିକ ଓ କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି । ପରିବହନରେ ଆକସ୍ମିକ ସମସ୍ୟାଜନିତ ମାନିସକ ଅଶାନ୍ତିର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ବୃଷ – କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ବିଭିନ୍ନ ବିଷୟରେ ଚିନ୍ତାକରିବା କାରଣରୁ ଟେନ୍ସନ ଲାଗି ରହିବ । ବନ୍ଧୁମାନଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ମିଥୁନ – ଜଣେ ଅଜଣାବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି, ଯାହା କି ଆପଣଙ୍କ ସକାଶେ ହିତକର ହେବ । ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

କର୍କଟ – ଆଜି ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ । କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ସିଂହ – ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଈର୍ଷାନ୍ୱିତ ହୋଇ ଅନ୍ୟମାନେ ନିନ୍ଦାଗାନ କରିପାରନ୍ତି । କିନ୍ତୁ ପାରିପାଶ୍ୱିର୍କ ପରିସ୍ଥିିତି କେତେକାଂଶରେ ଭଲ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

କନ୍ୟା – ପାରିବାରିକ କ୍ଷେତ୍ରରେ ନିଜ ଲୋକମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିପାରନ୍ତି । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ତୁଳା – ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ର କରି ଝଡ ଉଠିପାରେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, କାରଣ ସେହି ବ୍ୟକ୍ତିଙ୍କ ସମସ୍ୟା ସୃଷ୍ଟି କରିବାରେ ମୁଖ୍ୟ ଭୂମିକା ସାଜିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ବିଛା – ଆଜି ପତ୍ୟେକ କାମ ସୁରୁଖୁରୁରେ ସମ୍ପନ୍ନ ହେବ ଓ ପ୍ରଶଂସିତ ହେବେ । କିନ୍ତୁ ଏହା ସଙ୍ଗକୁ ଅଫିସ୍ କାମରେ ଜଞ୍ଜାଳ ବଳିଯିବ । ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ଗ୍ରୀନ୍ ।

ଧନୁ – ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ କିନ୍ତୁ ଅସଫଳ ହେବେ ନାହିଁ । ମନ ଭଲ ନ ଥିବା କାରଣରୁ ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ମକର – ବନ୍ଧୁମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟା ମୂଳକ ଅସୁବିଧାରୁ ମୁକୁଳି ଯାଇପାରନ୍ତି । ସାୟାହ୍ନରେ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

କୁମ୍ଭ – ଆଜି ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମ ସୁବିଧାରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ମୀନ – ପାରିବାରିକ ସ୍ତରରେ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ । ବ୍ୟବସାୟରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.