ଅଗଷ୍ଟ ୧୭ ତାରିଖ, ସୋମବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 17, 2020 IST

ମେଷ – ଆଜି ପୂର୍ଣ୍ଣାତିଥି ତ୍ରୟୋଦଶୀ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁ ଥିବାରୁ କୋଣସି କାମ ଅପୂର୍ଣ୍ଣ ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ବୃଷ – ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତ ବୋଧ କରିପାରନ୍ତିା ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ମିଥୁନ – ଶନିଦୃଷ୍ଟି ରବି ଓ ବୁଧ ପ୍ରଭାବରେ ଅର୍ଥ ସାହାର୍ଯ୍ୟ ଦେବା ସକାଶେ ବନ୍ଧୁ ପ୍ରତିଶ୍ରୁତି ଦେଇ ଶେଷରେ ନାସ୍ତିସୂଚକ କଥା କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

କର୍କଟ – ରାହୁଯୁକ୍ତ ଶୁକ୍ର ପ୍ରଭାବରେ ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ସିଂହ – ବ୍ୟୟଭାବସ୍ଥ ଧନାଧିପ ଯୋଗୁ ଅଭାବ ଅନଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

କନ୍ୟା – କର୍ମସ୍ଥ ପାପଗ୍ରହଜନିତ ସମସ୍ତ କାମ ବହୁତ ଝିନ୍ ଝଟ ମଧ୍ୟରେ ହିଁ ସମ୍ପନ୍ନ ହେବ । ଚିତ୍ରା ନକ୍ଷତ୍ରର ବାଦବିବାଦ କ୍ରମେ ଜଟିଳ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ତୁଳା – କର୍ମାଧିପ ଅଷ୍ଟମଭାବସ୍ଥ ଯୋଗୁଁ ପରିସ୍ଥିତି ଜଟିଳ ହେଲେ ମଧ୍ୟ ଆପଣଙ୍କ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ସବୁ ଆଡକୁ ନଜର ଦେଇ କାମ କରିବା ଭଲ ହେବ । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବାର ସୂଚନା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଧନୁ – ବିପରୀତ ରାଜ ଯୋଗ ପ୍ରଭାବରୁ ମାନସିକ ସ୍ଥିତି ସୁଦୃଢ ରହିବ ଓ କାମ ହାସଲରେ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ମକର – ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧିପାଇବା ଯୋଗୁ ମାନସିକ ଭାରସାମୟ ହରାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

କୁମ୍ଭ – କର୍ମାଧିପ ଧନସ୍ଥ ହେତୁ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଚନ୍ଦ୍ରଙ୍କ ଶୁଭ ପ୍ରଭାବରେ ଦୃଢ ମନୋବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ମୀନ – ଶୁକ୍ର ପାପଗ୍ରହ ରାହୁ ଯୁକ୍ତ ହେତୁ ବନ୍ଧୁମାନଙ୍କ ସହ ଭୁଲ୍ ବୁଝାମଣା ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁୃଭ ଅଙ୍କ ୩ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.