scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ସେପ୍ଟେମ୍ବର ୨୮ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

28/09/2020 at 7:32 AM

ମେଷ – ଅଧିକ ଲାଭବାନ୍ ହେବା ଆଶାରଖି ଅର୍ଥ ବିନିଯୋଗ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଖାଦ୍ୟ,ପେୟରେ ତୃପ୍ତି ଲାଭ କରିବେ । ଶାରୀରିକ ପୀଡା ଅନୁଭବ କରିପାରନ୍ତି । ଈର୍ଷାରୁ ନିବୃ ହେଲେ ସାମାଜିକ ସ୍ତରରେ ମାର୍ଯ୍ୟାଦା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମିଥୁନ – ବ୍ୟବସାୟରେ ଲାଭବାନ୍ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସେବା ଭାବନା ନେଇ କାର୍ଯ୍ୟ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ସାମାନ୍ୟ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ମନରେ ଗର୍ବଭାବ ଦେଖା ଦେଇପାରେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଗୃହ ଜଞ୍ଜାଳରେ ବ୍ୟସ୍ତ ରହିବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ଅଙ୍କ ୪ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ନିଜକୁ ନିୟୋଜିତ କରିବେ । ସୁଖ ମିଳିବ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର୍ୟୁରରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା – ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁର ସମ୍ଭାଷଣରେ ଅନ୍ୟମାନଙ୍କର ମନ ନେଇ ପାରନ୍ତି । ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବିଛା – କାର୍ଯ୍ୟରେ ଢେର ଉନ୍ନତି ଦେଖା ଦେବ । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଗୃହକାର୍ଯ୍ୟରେ ଲାଗିପଡିବେ । ବିଭିନ୍ନ ସ୍ତରରେ ସମ୍ମାନିତ ହେବେ । ଶାରିରୀକ ଶକ୍ତି ବୃଦ୍ଧି ହେବ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର – ନିଜ ପ୍ରଭାବର ଉପଯୋଗ କରିବେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଗୁପ୍ତବିଦ୍ୟାରେ ରୁଚି ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କୁମ୍ଭ – ବ୍ୟବସୟରେ ବାଦାନୁବାଦ ଉପୁଜିଲେ ବି ଭଲ ଆୟ ହେବ । କର୍ମକ୍ଷେତ୍ର ଉତ୍ସାହଜନକ ହେବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମୀନ – ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କର୍ମତତ୍ପରତା ପ୍ରକାଶ ପାଇବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

   Related Posts